1 Chronicles 29:1 — Compare Translations

5 translations compared side by side

Odia - 1840
"ଏକତ୍ରୀତ ହୋଥିବା ଇଶ୍ରାୟେଲର ସମସ୍ତ ଲୋକଙ୍କୁ ରାଜା ଦାଉଦ କହିଲେ, ପରମେଶ୍ବର ମାରେ ପୁତ୍ର ଶଲୋମନକୁ ମନୋନୀତ କରିଅଛନ୍ତି। ଶ ଲୋମନ ଅଳ୍ପବଯସ୍କ ଅଟେ ଓ ଏହି କାର୍ୟ୍ଯ ନିମନ୍ତେ ଯେଉଁ ସମସ୍ତ ବିଷଯ ଆବଶ୍ଯକ, ସେ ତାହା ଜାଣେ ନାହିଁ? କିନ୍ତୁ ଏହି କାର୍ୟ୍ଯ ଅତ୍ଯନ୍ତ ଗୁରୁତ୍ବପୂର୍ଣ୍ଣ ଅଟେ। ଏହି ମନ୍ଦିର ଲୋକମାନଙ୍କ ନିମନ୍ତେ ନୁହେଁ, ଏହି ମନ୍ଦିର ସଦାପ୍ରଭୁ ପରମେଶ୍ବରଙ୍କ ନିମନ୍ତେ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଦାଉଦ ରାଜା ସମଗ୍ର ସମାଜକୁ କହିଲେ, ପରମେଶ୍ଵର ଆମ୍ଭ ପୁତ୍ର ଶଲୋମନଙ୍କୁ ଏକା ମନୋନୀତ କରିଅଛନ୍ତି, ସେଣଏବେ ହେଁ ଅଳ୍ପବୟସ୍କ ଓ କୋମଳ, ପୁଣି କାର୍ଯ୍ୟ ଅତି ବଡ଼; କାରଣ ଏହି ପ୍ରାସାଦ ମନୁଷ୍ୟ ପାଇଁ ନୁହେଁ, ମାତ୍ର ସଦାପ୍ରଭୁ ପରମେଶ୍ଵରଙ୍କ ପାଇଁ ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ମନ୍ଦିର ନିର୍ମାଣ ନିମନ୍ତେ ଭେଟୀ ଏକତ୍ରିତ ହୋଇଥିବା ଇସ୍ରାଏଲର ସମସ୍ତ ଲୋକଙ୍କୁ ରାଜା ଦାଉଦ କହିଲେ, “ପରମେଶ୍ୱର ମୋର ପୁତ୍ର ଶଲୋମନକୁ ମନୋନୀତ କରିଅଛନ୍ତି। ଶଲୋମନ ଅଳ୍ପବୟସ୍କ ଅଟେ ଓ ଏହି କାର୍ଯ୍ୟ ନିମନ୍ତେ ଯେଉଁ ସମସ୍ତ ବିଷୟ ଆବଶ୍ୟକ, ସେ ତାହା ଜାଣେ ନାହିଁ? କିନ୍ତୁ ଏହି କାର୍ଯ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଅଟେ। ଏହି ମନ୍ଦିର ଲୋକମାନଙ୍କ ନିମନ୍ତେ ନୁହେଁ, ଏହି ମନ୍ଦିର ସଦାପ୍ରଭୁ ପରମେଶ୍ୱରଙ୍କ ନିମନ୍ତେ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଦାଉଦ ରାଜା ସମଗ୍ର ସମାଜକୁ କହିଲେ, “ପରମେଶ୍ୱର ଆମ୍ଭ ପୁତ୍ର ଶଲୋମନଙ୍କୁ ଏକା ମନୋନୀତ କରିଅଛନ୍ତି, ସେ ଏବେ ମଧ୍ୟ ଅଳ୍ପ ବୟସ୍କ ଓ କୋମଳ, ପୁଣି, କାର୍ଯ୍ୟ ଅତି ବଡ଼; କାରଣ ଏହି ପ୍ରାସାଦ ମନୁଷ୍ୟ ପାଇଁ ନୁହେଁ, ମାତ୍ର ସଦାପ୍ରଭୁ ପରମେଶ୍ୱରଙ୍କ ନିମନ୍ତେ ଅଟେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଦାଉଦ ରାଜା ସମଗ୍ର ସମାଜକୁ କହିଲେ, “ପରମେଶ୍ୱର ଆମ୍ଭ ପୁତ୍ର ଶଲୋମନଙ୍କୁ ଏକା ମନୋନୀତ କରିଅଛନ୍ତି, ସେ ଏବେ ମଧ୍ୟ ଅଳ୍ପ ବୟସ୍କ ଓ କୋମଳ, ପୁଣି, କାର୍ଯ୍ୟ ଅତି ବଡ଼; କାରଣ ଏହି ପ୍ରାସାଦ ମନୁଷ୍ୟ ପାଇଁ ନୁହେଁ, ମାତ୍ର ସଦାପ୍ରଭୁ ପରମେଶ୍ୱରଙ୍କ ନିମନ୍ତେ ଅଟେ।