1 Corinthians 10:20 — Compare Translations
7 translations compared side by side
Odia - 1840
"କିନ୍ତୁ ମାେ କହିବା କଥା ଯେ, ତୁମ୍ଭମାନେେ ଭୂତମାନଙ୍କ ସହିତ କୌଣସି କାର୍ୟ୍ଯ ରେ ଅଂଶ ଗ୍ରହଣ ନ କର। କିନ୍ତୁ ମଁ କୁ ହେ ଯାହା ମୂର୍ତ୍ତିଗୁଡ଼ିକୁ ବଳି ରୂପେ ଉତ୍ସର୍ଗ କରାୟଇଥାଏ ତାହା ଶୟତାନକୁ ଉତ୍ସର୍ଗ କରାଯାଇଥାଏ, ପରମେଶ୍ବରଙ୍କରୁ ନୁହେଁ। ଏବଂ ମୁଁ ଚା ହେଁ ତୁମ୍ଭମାନେେ ଶୟତାନ ସହିତ ଅଂଶୀଦାର ହୁଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନା, କିନ୍ତୁ ମୁଁ କହୁଅଛି ଯେ, ଯାହା ଯାହା ସେମାନେ ବଳି ରୂପେ ଉତ୍ସର୍ଗ କରନ୍ତି, ସେହିସବୁ ସେମାନେ ଈଶ୍ଵରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ନ କରି ଭୂତମାନଙ୍କ ଉଦ୍ଦେଶ୍ୟରେ କରନ୍ତି । ଆଉ, ତୁମ୍ଭେମାନେ ଯେ ଭୂତମାନଙ୍କ ସହଭାଗୀ ହୁଅ, ଏହା ମୋହର ଇଚ୍ଛା ନୁହେଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ନା, କଦାପି ନୁହେଁ। ମୋର କହିବାର ଅର୍ଥ ହେଉଛି ଯେ, ପ୍ରତିମାପୂଜକମାନେ ଉତ୍ସର୍ଗ କରିଥିବା ବଳି ଈଶ୍ୱରଙ୍କ ଉଦ୍ଦେଶ୍ୟରେ ନୁହେଁ, ତାହା ଶୟତାନ ଉଦ୍ଦେଶ୍ୟରେ ଅର୍ପିତ। ଶୟତାନ ସହିତ ତୁମ୍ଭମାନଙ୍କର କୌଣସି ସମ୍ପର୍କ ରହୁ ବୋଲି ମୁଁ ଚାହେଁ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୋ’ କହିବା କଥା ଯେ, ତୁମ୍ଭେମାନେ ଭୂତମାନଙ୍କ ସହିତ କୌଣସି କାର୍ଯ୍ୟରେ ଅଂଶ ଗ୍ରହଣ ନ କର। କିନ୍ତୁ ମୁଁ କୁହେ ଯାହା ମୂର୍ତ୍ତିଗୁଡ଼ିକୁ ବଳି ରୂପେ ଉତ୍ସର୍ଗ କରାଯାଇଥାଏ ତାହା ଶୟତାନକୁ ଉତ୍ସର୍ଗ କରାଯାଇଥାଏ, ପରମେଶ୍ୱରଙ୍କରୁ ନୁହେଁ। ଏବଂ ମୁଁ ଗ୍ଭହେଁ ତୁମ୍ଭେମାନେ ଶୟତାନ ସହିତ ଅଂଶୀଦାର ହୁଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନା, କିନ୍ତୁ ମୁଁ କହୁଅଛି ଯେ, ଯାହା ଯାହା ଅଣଯିହୁଦୀମାନେ ବଳି ରୂପେ ଉତ୍ସର୍ଗ କରନ୍ତି, ସେହିସବୁ ସେମାନେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ନ କରି ଭୂତମାନଙ୍କ ଉଦ୍ଦେଶ୍ୟରେ କରନ୍ତି। ଆଉ, ତୁମ୍ଭେମାନେ ଯେ ଭୂତମାନଙ୍କ ସହଭାଗୀ ହୁଅ, ଏହା ମୋହର ଇଚ୍ଛା ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ନା, କିନ୍ତୁ ମୁଁ କହୁଅଛି ଯେ, ଯାହା ଯାହା ଅଣଯିହୂଦୀମାନେ ବଳି ରୂପେ ଉତ୍ସର୍ଗ କରନ୍ତି, ସେହି ସବୁ ସେମାନେ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ନ କରି ଭୂତମାନଙ୍କ ଉଦ୍ଦେଶ୍ୟରେ କରନ୍ତି । ଆଉ, ତୁମ୍ଭେମାନେ ଯେ ଭୂତମାନଙ୍କ ସହଭାଗୀ ହୁଅ, ଏହା ମୋହର ଇଚ୍ଛା ନୁହେଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ವಿಶ್ವಾಸಾತ್ ನಸಲ್ಲಿ ಲೊಕಾ ಭೆಟ್ವುತಾತ್ ತಿ ಬಲಿ ದೆವಾಕ್ ನ್ಹಯ್ ಮ್ಹಾರ್ವಾಕ್ನಿ ಭೆಟ್ವುತಾತ್ ಮನುನ್ ಮಿಯಾ ಮನ್ತಾ. ತುಮಿ ಮ್ಹಾರ್ವಾಂಚ್ಯಾ ವಾಂಗ್ಡಾ ಎಕ್ ಹೊವ್ನ್ ರ್ಹಾತಲೆ ಬಗುಕ್ ಮಾಕಾ ನಕ್ಕೊ.