1 Corinthians 15:58 — Compare Translations

7 translations compared side by side

Odia - 1840
"ଏହା ଜାଣି ପ୍ରଭୁଙ୍କ କାର୍ୟ୍ଯ ରେ ସର୍ବଦା ନିଜକୁ ନିଯୋଜିତ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ହେ ମୋହର ପ୍ରିୟ ଭାଇମାନେ, ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ପରିଶ୍ରମ ନିଷ୍ଫଳ ନୁହେଁ, ଏହା ଜାଣି ପ୍ରଭୁଙ୍କ କାର୍ଯ୍ୟରେ ସୁସ୍ଥିର ଓ ଅଟଳ ରହି ସର୍ବଦା ଅଧିକରୁ ଅଧିକତର ଯନିବାନ୍ ହୁଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅତଏବ ପ୍ରିୟ ଭାଇମାନେ, ଅଟଳ ଓ ଅବିଚଳିତ ରୁହ। ପ୍ରଭୁଙ୍କ କାର୍ଯ୍ୟରେ ସର୍ବଦା ତତ୍ପର ହୁଅ। କାରଣ ତୁମ୍ଭେମାନେ ଜାଣ ଯେ, ପ୍ରଭୁଙ୍କ ପାଇଁ ତୁମ୍ଭମାନଙ୍କର ପରିଶ୍ରମ କେବେହେଲେ ବୃଥା ହେବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ, ମୋ’ ଭାଇ ଓ ଭଉଣୀମାନେ, ଦୃଢ଼ ଭାବରେ ସ୍ଥିର ରୁହ। କୌଣସି ବିଷୟ ତୁମ୍ଭକୁ ଅସ୍ଥିର ନ କରୁ। ପରମେଶ୍ୱରଙ୍କ ପାଇଁ କରାଯାଇଥିବା ତୁମ୍ଭର କାର୍ଯ୍ୟ କଦାପି ବ୍ୟର୍ଥ ଯିବ ନାହିଁ। ଏହା ଜାଣି ପ୍ରଭୁଙ୍କ କାର୍ଯ୍ୟରେ ସର୍ବଦା ନିଜକୁ ନିୟୋଜିତ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ହେ ମୋହର ପ୍ରିୟ ଭାଇମାନେ, ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ପରିଶ୍ରମ ନିଷ୍ଫଳ ନୁହେଁ, ଏହା ଜାଣି ପ୍ରଭୁଙ୍କ କାର୍ଯ୍ୟରେ ସୁସ୍ଥିର ଓ ଅଟଳ ରହି ସର୍ବଦା ଅଧିକରୁ ଅଧିକତର ଯତ୍ନବାନ ହୁଅ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ହେ ମୋହର ପ୍ରିୟ ଭାଇମାନେ, ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ପରିଶ୍ରମ ନିଷ୍ଫଳ ନୁହେଁ, ଏହା ଜାଣି ପ୍ରଭୁଙ୍କ କାର୍ଯ୍ୟରେ ସୁସ୍ଥିର ଓ ଅଟଳ ରହି ସର୍ବଦା ଅଧିକରୁ ଅଧିକତର ଯତ୍ନବାନ ହୁଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ ಮಾಜ್ಯಾ ಪ್ರೆಮಾಚ್ಯಾ ಭಾವಾನು ಅನಿ ಭೆನಿಯಾನು ಘಟ್ ರ್‍ಹಾವಾ, ಗೊಂದ್ಳುನಕಾಶಿ, ಸಗ್ಳ್ಯಾ ಎಳಾರ್ ಧನಿಯಾಚ್ಯಾ ಕಾಮಾತ್ ಮಗ್ನ್ ಹೊವ್ನ್ ರ್‍ಹಾವಾ. ಧನಿಯಾಚ್ಯಾ ವಾಂಗ್ಡಾ ಎಕ್ ಹೊವ್ನ್ ರ್‍ಹಾವ್ನ್, ತುಮಿ ರಾಬಲ್ಲಿ ರಾಬ್ನುಕ್ ಕನ್ನಾಬಿ ಬೆಕಾರ್ ಹೊಯ್ನಾ ಮನುನ್ ಕಳ್ವುನ್ ಘೆವಾ.