1 Corinthians 4:17 — Compare Translations

7 translations compared side by side

Odia - 1840
"ସେଥିପାଇଁ ଜୀମଥିଙ୍କୁ ତୁମ୍ଭମାନଙ୍କ ପାଖକୁ ପଠାଇଛି। ସେ ଖ୍ରୀଷ୍ଟ ରେ ମାହେର ସନ୍ତାନ। ମୁଁ ତୀମଥିଙ୍କୁ ଭଲ ପାଏ। ସେ ବିଶ୍ବାସ ଯୋଗ୍ଯ। ଖ୍ରୀଷ୍ଟଯୀଶୁଙ୍କ ପାଇଁ ମୁଁ କିପରି ଜୀବନ ଯାପନ କରୁଛି ତାହା ସେ ତୁମ୍ଭମାନଙ୍କୁ ସ୍ମରଣ କରାଇ ଦବେେ। ମୁଁ ସବୁ ମଣ୍ଡଳୀ ରେ ସର୍ବତ୍ର ଏହି ଶିକ୍ଷା ପ୍ରଦାନ କରୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିସକାଶେ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ପଠାଇଅଛି, ସେ ପ୍ରଭୁଙ୍କଠାରେ ମୋହର ପ୍ରିୟ ଓ ବିଶ୍ଵସ୍ତ ପୁତ୍ର; ଯେପରି ମୁଁ ସର୍ବତ୍ର ସମସ୍ତ ମଣ୍ତଳୀରେ ଶିକ୍ଷା ଦେଇଥାଏ, ସେହିପରି ସେ ତୁମ୍ଭମାନଙ୍କୁ ମୋହର ଖ୍ରୀଷ୍ଟୀୟ ଆଚରଣସମସ୍ତ ସ୍ମରଣ କରାଇବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଖ୍ରୀଷ୍ଟୀୟ ଜୀବନରେ ମୋର ଅତି ପ୍ରିୟ ଓ ବିଶ୍ୱସ୍ତ ସନ୍ତାନ ତୀମଥିଙ୍କୁ ତୁମ ନିକଟକୁ ପଠାଉଛି। ମୁଁ ଖ୍ରୀଷ୍ଟଙ୍କଠାରେ ରହି ଯେଉଁ ନୂତନ ଜୀବନଯାପନ କରୁଛି ଏବଂ ସର୍ବତ୍ର ସମସ୍ତ ମଣ୍ଡଳୀମାନଙ୍କରେ ଯେଉଁ ସବୁ ଶିକ୍ଷା ଦେଉଛି, ତାହା ସେ ତୁମ୍ଭମାନଙ୍କୁ ସ୍ମରଣ କରାଇ ଦେବେ।
Odia Bible ERV 2004 (ପବିତ୍ର ବାଇବଲ)
ସେଥିପାଇଁ ତୀମଥିଙ୍କୁ ତୁମ୍ଭମାନଙ୍କ ପାଖକୁ ପଠାଇଛି। ସେ ଖ୍ରୀଷ୍ଟରେ ମୋହର ସନ୍ତାନ। ମୁଁ ତୀମଥିଙ୍କୁ ଭଲ ପାଏ। ସେ ବିଶ୍ୱାସ ଯୋଗ୍ୟ। ଖ୍ରୀଷ୍ଟ ଯୀଶୁଙ୍କ ପାଇଁ ମୁଁ କିପରି ଜୀବନଯାପନ କରୁଛି ତାହା ସେ ତୁମ୍ଭମାନଙ୍କୁ ସ୍ମରଣ କରାଇ ଦେବେ। ମୁଁ ସବୁ ମଣ୍ଡଳୀରେ ସର୍ବତ୍ର ଏହି ଶିକ୍ଷା ପ୍ରଦାନ କରୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିସକାଶେ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ପଠାଇଅଛି, ସେ ପ୍ରଭୁଙ୍କଠାରେ ମୋହର ପ୍ରିୟ ଓ ବିଶ୍ୱସ୍ତ ସନ୍ତାନ; ଯେପରି ମୁଁ ସର୍ବତ୍ର ସମସ୍ତ ମଣ୍ଡଳୀରେ ଶିକ୍ଷା ଦେଇଥାଏ, ସେହିପରି ସେ ତୁମ୍ଭମାନଙ୍କୁ ମୋହର ଖ୍ରୀଷ୍ଟୀୟ ଆଚରଣ ସମସ୍ତ ସ୍ମରଣ କରାଇବେ।
Odia IRV 2017 (ଓଡିଆ ବାଇବେଲ)
ଏଥିସକାଶେ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ପଠାଇଅଛି, ସେ ପ୍ରଭୁଙ୍କଠାରେ ମୋହର ପ୍ରିୟ ଓ ବିଶ୍ୱସ୍ତ ପୁତ୍ର; ଯେପରି ମୁଁ ସର୍ବତ୍ର ସମସ୍ତ ମଣ୍ଡଳୀରେ ଶିକ୍ଷା ଦେଇଥାଏ, ସେହିପରି ସେ ତୁମ୍ଭମାନଙ୍କୁ ମୋହର ଖ୍ରୀଷ୍ଟୀୟ ଆଚରଣ ସମସ୍ତ ସ୍ମରଣ କରାଇବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾಚ್ ಕಾರನಾಸಾಟ್ನಿ ಮಿಯಾ ತಿಮೊತಿಕ್ ತುಮ್ಚ್ಯಾ ಕಡೆ ಧಾಡ್ಲಾ, ತೊ ಧನಿಯಾತ್ ಮಾಜೊ ಪ್ರೆಮಾಚೊ ಅನಿ ವಿಶ್ವಾಸಾಚೊ ಲೆಕ್ ಸಾರ್ಕೊ ಹಾಯ್, ಜೆಜು ಕ್ರಿಸ್ತಾತ್ ಮಿಯಾ ಚಲುನ್ ಹಾಂವ್ ಅನಿ ಸಗ್ಳ್ಯಾಕ್ಡೆ ದೆವಾಚ್ಯಾ ಲೊಕಾಚ್ಯಾ ತಾಂಡ್ಯಾಕ್ನಿ ಮಿಯಾ ಶಿಕ್ವುನ್, ದಾಕ್ವುತಾ ತಿ ವಾಟ್ ತೊ ತುಮ್ಕಾ ಯಾದ್ ಕರುನ್ ದಿತಾ.