1 Corinthians 8:7 — Compare Translations
7 translations compared side by side
Odia - 1840
"କିନ୍ତୁ ଏହି ଜ୍ଞାନ ସମସ୍ତଙ୍କ ପାଖ ରେ ନାହିଁ। କେତକେ ଲୋକ ପୂର୍ବ ଅଭ୍ଯାସ ୟୋଗୁ ଏବେ ସୁଦ୍ଧା ମୂର୍ତ୍ତି ଉପାସନା କରନ୍ତି। ଏବଂ ମାଂସ ଖାଇବା ବେଳେ, ତାହା ମୂର୍ତ୍ତି ଉଦ୍ଦେଶ୍ଯ ରେ ଉତ୍ସର୍ଗୀକୃତ ଏ ପ୍ରସାଦ ବୋଲି ମନେ କରନ୍ତି। ଏହି ମାଂସ ଖାଇବା ଉଚିତ କି ନୁହେଁ, ଏ ସମ୍ବନ୍ଧ ରେ ସମାନଙ୍କେର ନିଶ୍ଚିତ ବୋଧ ନାହିଁ। ଅତଏବ, ଖାଇଲା ବେଳେ ନିଜେ ନିଜକୁ ଦୋଷୀ ମନେ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ସମସ୍ତଙ୍କର ଏହି ଜ୍ଞାନ ନାହିଁ; କିନ୍ତୁ କେତେକ ଲୋକ ଏପର୍ଯ୍ୟନ୍ତ ଦେବତା ଅଛି ବୋଲି ଭାବି ଦେବପ୍ରସାଦ ଭୋଜନ କରନ୍ତି, ଆଉ ସେମାନଙ୍କର ବିବେକ ଦୁର୍ବଳ ଥିବାରୁ କଳୁଷିତ ହୁଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଏ ଜ୍ଞାନ ସମସ୍ତଙ୍କର ନାହିଁ। କେହି କେହି ପ୍ରତିମା ପୂଜାରେ ଏତେ ଅଭ୍ୟସ୍ତ ହୋଇ ଯାଇଛନ୍ତି ଯେ, ଏବେ ମଧ୍ୟ ସେମାନେ ପ୍ରତିମା ନିକଟରେ ଉତ୍ସର୍ଗିତ ଖାଦ୍ୟକୁ ଦେବ ପ୍ରସାଦ ବୋଲି ମନେକରି ଖାଉଛନ୍ତି। ସେମାନଙ୍କ ବିବେକ ଦୁର୍ବଳ, ତେଣୁ ସେହି ଖାଦ୍ୟ ଖାଇବା ଦ୍ୱାରା ସେମାନେ କଳୁଷିତ ହୁଅନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଏହି ଜ୍ଞାନ ସମସ୍ତଙ୍କ ପାଖରେ ନାହିଁ। କେତେକ ଲୋକ ପୂର୍ବ ଅଭ୍ୟାସ ଯୋଗୁଁ ଏବେ ସୁଦ୍ଧା ମୂର୍ତ୍ତି ଉପାସନା କରନ୍ତି। ଏବଂ ମାଂସ ଖାଇବା ବେଳେ, ତାହା ମୂର୍ତ୍ତି ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ଏ ପ୍ରସାଦ ବୋଲି ମନେ କରନ୍ତି। ଏହି ମାଂସ ଖାଇବା ଉଚିତ୍ କି ନୁହେଁ, ଏ ସମ୍ବନ୍ଧରେ ସେମାନଙ୍କର ନିଶ୍ଚିତ ବୋଧ ନାହିଁ। ଅତଏବ, ଖାଇଲା ବେଳେ ନିଜେ ନିଜକୁ ଦୋଷୀ ମନେ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ସମସ୍ତଙ୍କର ଏହି ଜ୍ଞାନ ନାହିଁ; କିନ୍ତୁ କେତେକ ଲୋକ ଏପର୍ଯ୍ୟନ୍ତ ଦେବତା ଅଛି ବୋଲି ଭାବି ଦେବପ୍ରସାଦ ଭୋଜନ କରନ୍ତି, ଆଉ ସେମାନଙ୍କର ବିବେକ ଦୁର୍ବଳ ଥିବାରୁ କଳୁଷିତ ହୁଏ।
Odia IRV 2017 (ଓଡିଆ ବାଇବେଲ)
ତଥାପି ସମସ୍ତଙ୍କର ଏହି ଜ୍ଞାନ ନାହିଁ; କିନ୍ତୁ କେତେକ ଲୋକ ଏପର୍ଯ୍ୟନ୍ତ ଦେବତା ଅଛି ବୋଲି ଭାବି ଦେବପ୍ରସାଦ ଭୋଜନ କରନ୍ତି, ଆଉ ସେମାନଙ୍କର ବିବେକ ଦୁର୍ବଳ ଥିବାରୁ କଳୁଷିତ ହୁଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಸಗ್ಳ್ಯಾಕ್ನಿ ಹೆ ಖರೆ ಗೊತ್ತ್ ನಾ. ಉಲ್ಲೆ ಜಾನಾ ಮುರ್ತಿ ಪುಜಾ ಕರ್ತಲ್ಯಾ ಸವಯಿತ್ ಪಡಲ್ಲೆ ಹಾತ್, ಕಾಲ್ ಪರ್ವಾ ಪತರ್ಬಿ ಪಡಲ್ಲೆ ಹಾತ್ ಅನಿ ಎವ್ಡೆ ತೆನಿ ಭುತ್ತುರ್ ಶಿರ್ಕುನ್ ಬಸ್ಲ್ಯಾತ್ ಕಿ ಮಟ್ಲ್ಯಾರ್ ಅತ್ತಾ ತೆನಿ ಖಾತಾತ್ ತೆ ಖಾನ್ ಖರೆಬಿ ಮುರ್ತಿಕ್ ಭೆಟ್ವಲ್ಲೆಚ್ ಮನುನ್ ತೆನಿ ಚಿಂತಾತ್, ಅನಿ ತೆಂಚೊ ಭುತ್ತುರ್ಲೊ ಬಳ್ ನಸಲ್ಲೊ ಮನ್ ಮ್ಹೆಳ್ವುತಾತ್.