1 John 2:14 — Compare Translations

7 translations compared side by side

Odia - 1840
"ପିଲାମାନେ! ତୁମ୍ଭମାନେେ ପରମ ପିତାଙ୍କୁ ଚିହ୍ନିସାରିଥିବାରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି। ପିତାମାନେ! ସେ ଆଦ୍ଯରୁ ଅଛନ୍ତି ବୋଲି ତୁମ୍ଭମାନେେ ଜାଣିଥିବାରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି। ୟୁବକମାନେ! ତୁମ୍ଭମାନେେ ବଳବାନ ଏବଂ ପରମେଶ୍ବରଙ୍କ ବାକ୍ଯ ତୁମ୍ଭମାନଙ୍କଠା ରେ ଅଛି, ଓ ତୁମ୍ଭମାନେେ ସହେି ପାପାତ୍ମାକୁ ପରାଜିତ କରିଥିବାରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବତ୍ସଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ତୁମ୍ଭେମାନେ ପିତାଙ୍କୁ ଜାଣିଅଛ । ହେ ପିତୃଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ଯେ ଆଦ୍ୟରୁ ଅଛନ୍ତି, ତାହାଙ୍କୁ ତୁମ୍ଭେମାନେ ଜାଣିଅଛ । ହେ ଯୁବକମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ତୁମ୍ଭେମାନେ ବଳବାନ, ପୁଣି ଈଶ୍ଵରଙ୍କ ବାକ୍ୟ ତୁମ୍ଭମାନଙ୍କଠାରେ ଅଛି ଓ ତୁମ୍ଭେମାନେ ପାପାତ୍ମାକୁ ଜୟ କରିଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିଲାମାନେ! ଏପତ୍ର ତୁମ୍ଭମାନଙ୍କୁ ଲେଖୁଛି, କାରଣ ପରମ ପିତାଙ୍କୁ ତୁମେ ଜାଣିଛ। ପିତୃଗଣ! ତୁମ୍ଭମାନଙ୍କୁ ଏ ପତ୍ର ଲେଖୁଛି, କାରଣ ଯ।।ଙ୍କର ସ୍ଥିତି ଅନାଦି କାଳରୁ, ତୁମ୍ଭେମାନେ ତାଙ୍କୁ ଜାଣିଛ। ଯୁବ ସମାଜ! ତୁମ୍ଭମାନଙ୍କୁ ମଧ୍ୟ ଏ ପତ୍ର ଲେଖୁଛି, କାରଣ ତୁମ୍ଭେମାନେ ବଳିଷ୍ଠ, ଈଶ୍ୱରଙ୍କ ବାକ୍ୟ ତୁମ୍ଭମାନେ ଅନ୍ତରରେ ରହିଛି ଓ ତୁମ୍ଭେମାନେ ପାପାତ୍ମାକୁ ପରାସ୍ତକରୁଛ।
Odia Bible ERV 2004 (ପବିତ୍ର ବାଇବଲ)
ପିଲାମାନେ! ତୁମ୍ଭେମାନେ ପରମ ପିତାଙ୍କୁ ଚିହ୍ନିସାରିଥିବାରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି। ପିତାମାନେ! ସେ ଆଦ୍ୟରୁ ଅଛନ୍ତି ବୋଲି ତୁମ୍ଭେମାନେ ଜାଣିଥିବାରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି। ଯୁବକମାନେ! ତୁମ୍ଭେମାନେ ବଳବାନ ଏବଂ ପରମେଶ୍ୱରଙ୍କ ବାକ୍ୟ ତୁମ୍ଭମାନଙ୍କଠାରେ ଅଛି, ଓ ତୁମ୍ଭେମାନେ ସେହି ପାପାତ୍ମାକୁ ପରାଜିତ କରିଥିବାରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବତ୍ସଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ତୁମ୍ଭେମାନେ ପିତାଙ୍କୁ ଜାଣିଅଛ। ହେ ପିତୃଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ଯେ ଆଦ୍ୟରୁ ଅଛନ୍ତି, ତାହାଙ୍କୁ ତୁମ୍ଭେମାନେ ଜାଣିଅଛ। ହେ ଯୁବକମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ତୁମ୍ଭେମାନେ ବଳବାନ, ପୁଣି, ଈଶ୍ବରଙ୍କ ବାକ୍ୟ ତୁମ୍ଭମାନଙ୍କଠାରେ ଅଛି ଓ ତୁମ୍ଭେମାନେ ପାପାତ୍ମାକୁ ଜୟ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ବତ୍ସଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ତୁମ୍ଭେମାନେ ପିତାଙ୍କୁ ଜାଣିଅଛ । ହେ ପିତୃଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ଯେ ଆଦ୍ୟରୁ ଅଛନ୍ତି, ତାହାଙ୍କୁ ତୁମ୍ଭେମାନେ ଜାଣିଅଛ । ହେ ଯୁବକମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ତୁମ୍ଭେମାନେ ବଳବାନ, ପୁଣି, ଈଶ୍ୱରଙ୍କ ବାକ୍ୟ ତୁମ୍ଭମାନଙ୍କଠାରେ ଅଛି ଓ ତୁମ୍ଭେମାନେ ପାପାତ୍ମାକୁ ଜୟ କରିଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬಾಬಾನು, ಆರಂಬಾಕ್ನಾ ಹೊತ್ತ್ಯಾಕ್ ತುಮಿ ಒಳ್ಕುನ್ ಘೆಟಲ್ಲ್ಯಾಸಾಟ್ನಿ ಮಿಯಾ ತುಮ್ಕಾ ಲಿವ್ಕ್ ಲಾಗ್ಲಾ. ದಾಂಡ್ಗ್ಯಾ ಲೊಕಾನು, ತುಮಿ ಗಟ್ಟ್ ಹಾಸಿ ದೆವಾಚಿ ಗೊಸ್ಟ್ ತುಮ್ಚ್ಯಾ ವಾಂಗ್ಡಾ ಹೊತ್ತ್ಯಾ ಸಾಟ್ನಿ ಅನಿ ತುಮಿ ವಾಯ್ಟಾಕ್ ಹರ್‍ವುನ್ ಟಾಕಲ್ಲ್ಯಾ ಸಾಟ್ನಿ ಮಿಯಾ ತುಮ್ಕಾ ಲಿವ್ಲಾ.