1 John 5:10 — Compare Translations

7 translations compared side by side

Odia - 1840
"ପରମେଶ୍ବଙ୍କର ପୁତ୍ରଙ୍କୁ ବିଶ୍ବାସ କରୁଥିବା ବ୍ଯକ୍ତି ନିଜ ହୃଦୟ ରେ ସହେି ବାକ୍ଯ ସାକ୍ଷ୍ଯ ପାଇଅଛି। ପରମେଶ୍ବରଙ୍କଠା ରେ ବିଶ୍ବାସ କରୁ ନ ଥିବା ବ୍ଯକ୍ତି ପରମେଶ୍ବରଙ୍କୁ ମିଥ୍ଯାବାଦୀ କରିଦିଏ, କାରଣ ଈଶ୍ବର ଆପଣା ପୁତ୍ରଙ୍କ ସମ୍ବନ୍ଧ ରେ ଯାହା କହିଛନ୍ତି, ସେ ତାହା ବିଶ୍ବାସ କରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଈଶ୍ଵରଙ୍କ ପୁତ୍ରଙ୍କଠାରେ ବିଶ୍ଵାସ କରେ, ସେ ଆପଣାର ଅନ୍ତରରେ ଏହି ସାକ୍ଷ୍ୟ ପାଇଅଛି; ଯେ ଈଶ୍ଵରଙ୍କ ସାକ୍ଷ୍ୟ ବିଶ୍ଵାସ କରେ ନାହିଁ, ସେ ତାହାଙ୍କୁ ମିଥ୍ୟାବାଦୀ କରିଅଛି, କାରଣ ଈଶ୍ଵର ଆପଣା ପୁତ୍ରଙ୍କ ବିଷୟରେ ଯେଉଁ ସାକ୍ଷ୍ୟ ଦେଇଅଛନ୍ତି, ସେଥିରେ ସେ ବିଶ୍ଵାସ କରି ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅତଏବ, ଯେ କେହି ଈଶ୍ୱରଙ୍କର ସେହି ପୁତ୍ରଙ୍କଠାରେ ବିଶ୍ୱାସ କରେ, ତା’ ଅନ୍ତରେ ସେ ଈଶ୍ବରଙ୍କ ସାକ୍ଷ୍ୟ ଉପଲବ୍ଧି କରିଛି। ନିଜେ ଈଶ୍ବର ସାକ୍ଷୀ ହୋଇ ତାଙ୍କ ପୁତ୍ରଙ୍କ ବିଷୟରେ ଯାହା କହିଛନ୍ତି, ଏଥିରେ ଯେ ବିଶ୍ୱାସ କରେ ନାହିଁ, ସେ ଈଶ୍ବରଙ୍କୁ ମିଥ୍ୟାବାଦୀ ବୋଲି ଅଭିଯୁକ୍ତ କରୁଛି।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କର ପୁତ୍ରଙ୍କୁ ବିଶ୍ୱାସ କରୁଥିବା ବ୍ୟକ୍ତି ନିଜ ହୃଦୟରେ ସେହି ବାକ୍ୟ ସାକ୍ଷ୍ୟ ପାଇଅଛି। ପରମେଶ୍ୱରଙ୍କଠାରେ ବିଶ୍ୱାସ କରୁ ନ ଥିବା ବ୍ୟକ୍ତି ପରମେଶ୍ୱରଙ୍କୁ ମିଥ୍ୟାବାଦୀ କରିଦିଏ, କାରଣ ଈଶ୍ୱର ଆପଣା ପୁତ୍ରଙ୍କ ସମ୍ବନ୍ଧରେ ଯାହା କହିଛନ୍ତି, ସେ ତାହା ବିଶ୍ୱାସ କରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଈଶ୍ବରଙ୍କ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଆପଣାର ଅନ୍ତରରେ ଏହି ସାକ୍ଷ୍ୟ ପାଇଅଛି; ଯେ ଈଶ୍ବରଙ୍କ ସାକ୍ଷ୍ୟ ବିଶ୍ୱାସ କରେ ନାହିଁ, ସେ ତାହାଙ୍କୁ ମିଥ୍ୟାବାଦୀ କରିଅଛି, କାରଣ ଈଶ୍ବର ଆପଣା ପୁତ୍ରଙ୍କ ବିଷୟରେ ଯେଉଁ ସାକ୍ଷ୍ୟ ଦେଇଅଛନ୍ତି, ସେଥିରେ ସେ ବିଶ୍ୱାସ କରି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯେ ଈଶ୍ୱରଙ୍କ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଆପଣାର ଅନ୍ତରରେ ଏହି ସାକ୍ଷ୍ୟ ପାଇଅଛି; ଯେ ଈଶ୍ୱରଙ୍କ ସାକ୍ଷ୍ୟ ବିଶ୍ୱାସ କରେ ନାହିଁ, ସେ ତାହାଙ୍କୁ ମିଥ୍ୟାବାଦୀ କରିଅଛି, କାରଣ ଈଶ୍ୱର ଆପଣା ପୁତ୍ରଙ୍କ ବିଷୟରେ ଯେଉଁ ସାକ୍ଷ୍ୟ ଦେଇଅଛନ୍ତି, ସେଥିରେ ସେ ବିଶ୍ୱାସ କରି ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚ್ಯಾ ಲೆಕಾಚ್ಯಾ ವರ್ತಿ ವಿಶ್ವಾಸ್ ಥವಲ್ಲೊ, ತಿ ಸಾಕ್ಷಿ ಅಪ್ನಾಚ್ಯಾ ಮನಾತ್ ಭುತ್ತುರ್ ಥವ್ನ್ ಘೆತಾ; ಜೆ ಕೊನ್ ಮಾನಿನಾ ತೆಕಾ ದೆವಾನುಚ್ ಝುಟೊ ಕರ್ಲ್ಯಾನ್, ಕಶ್ಯಾಕ್ ಮಟ್ಲ್ಯಾರ್, ದೆವಾನ್ ಅಪ್ನಾಚ್ಯಾ ಲೆಕಾಚ್ಯಾ ವಿಶಯಾತ್ ದಿಲ್ಲ್ಯಾ ಸಾಕ್ಷಿಕ್ ತೆನಿ ವಿಶ್ವಾಸ್ ಕರುಕ್ನಾತ್.