1 John 5:20 — Compare Translations

7 translations compared side by side

Odia - 1840
"ଆମ୍ଭେ ଏହା ମଧ୍ଯ ଜାଣୁ ଯେ, ପରମେଶ୍ବରଙ୍କ ପୁତ୍ର ଆସି ଅଛନ୍ତି ଓ ସେ ଆମ୍ଭମାନଙ୍କୁ ବୁଝିବା ଶକ୍ତି ପ୍ରଦାନ କରିଛନ୍ତି। ତେଣୁ ବର୍ତ୍ତମାନ ଆମ୍ଭେ ପରମେଶ୍ବରଙ୍କୁ ଜାଣିପାରୁ। ସହେି ପରମେଶ୍ବର ସତ୍ଯ ଅଟନ୍ତି। ସହେି ସତ୍ଯମୟ ପରମେଶ୍ବର ଓ ତାହାଙ୍କ ପୁତ୍ର ଯୀଶୁଖ୍ରୀଷ୍ଟଙ୍କଠା ରେ ଆମ୍ଭମାନଙ୍କର ଜୀବନ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଈଶ୍ଵରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ । ସେ ସତ୍ୟ ଈଶ୍ଵର ଓ ଅନ; ଜୀବନ ଅଟନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମେ ଜାଣ, ଈଶ୍ୱରଙ୍କ ପୁତ୍ର ଅବତୀର୍ଣ୍ଣ ହୋଇ ସତ୍ୟ ଈଶ୍ୱରଙ୍କ ସତ୍ତା ଅନୁଭବ କରିବାକୁ ଆମକୁ ଜ୍ଞାନ ଦେଇଛନ୍ତି। ଆମେ ଦତ୍ୟ ଈଶ୍ବର ଓ ତାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସହିନ ସଂଯୁକ୍ତ ଜୀବନ ଯାପନ କରୁଛୁ। ସେ ହିଁ ସତ୍ୟ ଈଶ୍ୱର ଏବଂ ସେ ହିଁ ଅନନ୍ତ ଜୀବନ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଏହା ମଧ୍ୟ ଜାଣୁ ଯେ, ପରମେଶ୍ୱରଙ୍କ ପୁତ୍ର ଆସିଅଛନ୍ତି ଓ ସେ ଆମ୍ଭମାନଙ୍କୁ ବୁଝିବା ଶକ୍ତି ପ୍ରଦାନ କରିଛନ୍ତି। ତେଣୁ ବର୍ତ୍ତମାନ ଆମ୍ଭେ ପରମେଶ୍ୱରଙ୍କୁ ଜାଣିପାରୁ। ସେହି ପରମେଶ୍ୱର ସତ୍ୟ ଅଟନ୍ତି। ସେହି ସତ୍ୟମୟ ପରମେଶ୍ୱର ଓ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କର ଜୀବନ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଈଶ୍ବରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି, ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍‍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ବର ଓ ଅନନ୍ତ ଜୀବନ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଈଶ୍ୱରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି, ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍‍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ୱର ଓ ଅନନ୍ତ ଜୀବନ ଅଟନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚ್ಯಾ ಲೆಕಾನ್ ಹ್ಯಾ ಜಗಾಕ್ ಯೆವ್ನ್ ಅಮಿ ಖರ್ಯಾ ದೆವಾಕ್ ವಳ್ಕುನ್ ಘೆಯ್ ಸಾರ್ಕೆ ಅಮ್ಕಾ ಬುದ್ದ್ ದಿಲ್ಯಾನ್ ಮನುನ್ ಅಮ್ಕಾ ಗೊತ್ತ್ ಹಾಯ್, ಅನಿ ದೆವಾಚ್ಯಾ ಲೆಕಾ ಜೆಜು ಕ್ರಿಸ್ತಾಚ್ಯಾ ವಾಂಗ್ಡಾ ಅಮಿ ಹಾವ್, ಹ್ಯೊಚ್ ಖರ್ಯಾ ದೆವಾಚ್ಯಾ ವಾಂಗ್ಡಾ ಅಮಿ ಹಾತ್, ಹ್ಯೊಚ್ ಖರೊ ದೆವ್ ಅನಿ ಶಾಶ್ವತ್ ಜಿವ್ ಹೊವ್ನ್ ಹಾಯ್.