1 Kings 12:32 — Compare Translations

5 translations compared side by side

Odia - 1840
"ରାଜା ୟାରବିଯାମ, ଯିହୁଦା ରେ ପର୍ବ ପରି ଅଷ୍ଟମ ମାସର ପନ୍ଦର ତାରିଖ ରେ ଏକ ନୂତନ ପର୍ବ ଆରମ୍ଭ କଲେ। ସେ ବୈଥଲେ ସ୍ଥିତ ହାମବଦେେି ନିକଟକୁ ଗଲେ ଏବଂ ଏହିପରି ଭାବରେ ସେ ବୈଥଲଠାେ ରେ ଗୋବତ୍ସର ସମ୍ମାନାର୍ଥେ ନବୈେଦ୍ଯ ଉତ୍ସର୍ଗ କଲେ ଏବଂ ସେ ମଧ୍ଯ ଉଚ୍ଚସ୍ଥଳୀ ରେ ସବୋ କରିବା ପାଇଁ ଯାଜକମାନଙ୍କୁ ବାଛିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯାରବୀୟାମ ଅଷ୍ଟମ ମାସରେ, ମାସର ପଞ୍ଚଦଶ ଦିନରେ ଯିହୁଦାର ପର୍ବ ତୁଲ୍ୟ ଏକ ପର୍ବ ନିରୂପଣ କଲେ ଓ ଯଜ୍ଞବେଦିକି ଗଲେ; ଏହିରୂପେ ସେ ସ୍ଵନିର୍ମିତ ଗୋବତ୍ସ ଉଦ୍ଦେଶ୍ୟରେ ବୈଥେଲରେ ବଳିଦାନ କଲେ; ପୁଣି ସେ ଆପଣାର କୃତ ଉଚ୍ଚସ୍ଥଳୀର ଯାଜକମାନଙ୍କୁ ବୈଥେଲରେ ସ୍ଥାପନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଯାରବିୟାମ, ଯିହୁଦାର ପର୍ବ ପରି ଅଷ୍ଟମ ମାସର ପନ୍ଦର ତାରିଖରେ ଏକ ନୂତନ ପର୍ବ ଆରମ୍ଭ କଲେ। ସେ ବୈଥେ‌ଲ୍‌ସ୍ଥିତ ହୋମବେଦି ନିକଟକୁ ଗଲେ ଏବଂ ଏହିପରି ଭାବରେ ସେ ବୈଥେ‌ଲ୍‌ଠାରେ ଗୋବତ୍ସର ସମ୍ମାନାର୍ଥେ ନୈବେଦ୍ୟ ଉତ୍ସର୍ଗ କଲେ ଏବଂ ସେ ମଧ୍ୟ ଉଚ୍ଚସ୍ଥଳୀରେ ସେବା କରିବା ପାଇଁ ଯାଜକମାନଙ୍କୁ ବାଛିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯାରବୀୟାମ ଅଷ୍ଟମ ମାସରେ, ମାସର ପଞ୍ଚଦଶ ଦିନରେ ଯିହୁଦାର ପର୍ବ ତୁଲ୍ୟ ଏକ ପର୍ବ ନିରୂପଣ କଲେ ଓ ଯଜ୍ଞବେଦିକୁ ଗଲେ; ଏହିରୂପେ ସେ ସ୍ୱନିର୍ମିତ ଗୋବତ୍ସ ଉଦ୍ଦେଶ୍ୟରେ ବେଥେଲ୍‍ରେ ବଳିଦାନ କଲେ; ପୁଣି, ସେ ଆପଣାର କୃତ ଉଚ୍ଚସ୍ଥଳୀର ଯାଜକମାନଙ୍କୁ ବେଥେଲ୍‍ରେ ସ୍ଥାପନ କଲେ।
Odia IRV 2017 (ଓଡିଆ ବାଇବେଲ)