1 Kings 2:32 — Compare Translations
5 translations compared side by side
Odia - 1840
"ଯୋୟାବ ଆପଣାଠାରୁ ଅଧିକ ଉତ୍ତମ ଦୁଇଟି ଲୋକଙ୍କୁ ହତ୍ଯା କରିଥିଲେ। ସମାନେେ ହେଲ ଇଶ୍ରାୟେଲର ସନୋପତି ନରର ପୁତ୍ର ଅବ୍ନର ଓ ଯିହୁଦାର ସନୋପତି ଯେଥରର ପୁତ୍ର ଅମାସା। ସେ ମାେ ପିତା ଦାଉଦଙ୍କ ଅଜ୍ଞାତସାର ରେ ଏହି ଉତ୍ତମ ଦୁଇଜଣଙ୍କୁ ହତ୍ଯା କରିଥିଲା। ତେଣୁ ସହେି ରକ୍ତପାତର ଅପରାଧ ପାଇଁ ସଦାପ୍ରଭୁ ତାକୁ ଦଣ୍ତ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସଦାପ୍ରଭୁ ତାହାର ରକ୍ତପାତର ଅପରାଧ ତାହାର ନିଜ ମସ୍ତକରେ ବର୍ତ୍ତାଇବେ, କାରଣ ସେ ମୋʼ ପିତା ଦାଉଦଙ୍କ ଅଜ୍ଞାତସାରରେ ଆପଣାଠାରୁ ଧାର୍ମିକ ଓ ଉତ୍ତମ, ଇସ୍ରାଏଲର ସେନାପତି ନରର ପୁତ୍ର ଅବ୍ନର ଓ ଯିହୁଦାର ସେନାପତି ଯେଥରର ପୁତ୍ର ଅମାସା, ଏ ଦୁଇ ଜଣଙ୍କୁ ଆକ୍ରମଣ କରି ଖଡ଼୍ଗରେ ବଧ କରିଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯୋୟାବ ଆପଣାଠାରୁ ଅଧିକ ଉତ୍ତମ ଦୁଇଟି ଲୋକଙ୍କୁ ହତ୍ୟା କରିଥିଲେ। ସେମାନେ ହେଲେ ଇସ୍ରାଏଲର ସେନାପତି ନରର ପୁତ୍ର ଅବ୍ନର ଓ ଯିହୁଦାର ସେନାପତି ଯେଥରର ପୁତ୍ର ଅମାସା। ସେ ମୋ’ ପିତା ଦାଉଦଙ୍କ ଅଜ୍ଞାତସାରରେ ଏହି ଉତ୍ତମ ଦୁଇଜଣଙ୍କୁ ହତ୍ୟା କରିଥିଲା। ତେଣୁ ସେହି ରକ୍ତପାତର ଅପରାଧ ପାଇଁ ସଦାପ୍ରଭୁ ତାକୁ ଦଣ୍ତ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁ ତାହାର ରକ୍ତପାତର ଅପରାଧ ତାହାର ନିଜ ମସ୍ତକରେ ବର୍ତ୍ତାଇବେ, କାରଣ, ସେ ମୋʼ ପିତା ଦାଉଦଙ୍କ ଅଜ୍ଞାତସାରରେ ଆପଣାଠାରୁ ଧାର୍ମିକ ଓ ଉତ୍ତମ, ଇସ୍ରାଏଲର ସେନାପତି ନେର୍ର ପୁତ୍ର ଅବ୍ନର ଓ ଯିହୁଦାର ସେନାପତି ଯେଥରର ପୁତ୍ର ଅମାସା, ଏ ଦୁଇ ଜଣଙ୍କୁ ଆକ୍ରମଣ କରି ଖଡ୍ଗରେ ବଧ କରିଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁ ତାହାର ରକ୍ତପାତର ଅପରାଧ ତାହାର ନିଜ ମସ୍ତକରେ ବର୍ତ୍ତାଇବେ, କାରଣ, ସେ ମୋ’ ପିତା ଦାଉଦଙ୍କ ଅଜ୍ଞାତସାରରେ ଆପଣାଠାରୁ ଧାର୍ମିକ ଓ ଉତ୍ତମ, ଇସ୍ରାଏଲର ସେନାପତି ନେର୍ର ପୁତ୍ର ଅବ୍ନର ଓ ଯିହୁଦାର ସେନାପତି ଯେଥରର ପୁତ୍ର ଅମାସା, ଏ ଦୁଇ ଜଣଙ୍କୁ ଆକ୍ରମଣ କରି ଖଡ୍ଗରେ ବଧ କରିଥିଲା।