1 Kings 21:13 — Compare Translations

5 translations compared side by side

Odia - 1840
"ତା'ପରେ ଦୁଇଟି ପାପାଧମ ଲୋକ ଆସି ସମାନଙ୍କେ ସମ୍ମୁଖ ରେ ସାକ୍ଷୀ ଦବୋକୁ ବସିଲେ। ସମାନେେ ମିଥ୍ଯା ସାକ୍ଷ୍ଯ ଦଇେ କହିଲେ ଯେ, ନାବୋତ ପରମେଶ୍ବରଙ୍କୁ ଓ ରାଜାଙ୍କୁ ଅଭିଶାପ ଦଇେଛି। ତହୁଁ ସମାନେେ ନାବୋତକୁ ନଗର ବାହାରକୁ ନଇେ ପଥର ମାରି ବଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ପାପାଧମ-ସନ୍ତାନ ଦୁଇ ମନୁଷ୍ୟ ଆସି ତାହା ସମ୍ମୁଖରେ ବସିଲେ; ପୁଣି ସେହି ପାପାଧମ ମନୁଷ୍ୟମାନେ ଲୋକମାନଙ୍କ ସାକ୍ଷାତରେ ନାବୋତ ବିରୁଦ୍ଧରେ ସାକ୍ଷ୍ୟ ଦେଇ କହିଲେ, ନାବୋତ ପରମେଶ୍ଵରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛି । ତହୁଁ ସେମାନେ ତାହାକୁ ନଗରର ବାହାରକୁ ନେଇଯାଇ ପ୍ରସ୍ତରାଘାତ କରି ବଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଦୁଇଟି ପାପାଧମ ଲୋକ ଆସି ସେମାନଙ୍କ ସମ୍ମୁଖରେ ସାକ୍ଷୀ ଦେବାକୁ ବସିଲେ। ସେମାନେ ମିଥ୍ୟା ସାକ୍ଷ୍ୟ ଦେଇ କହିଲେ ଯେ, ନାବୋତ ପରମେଶ୍ୱରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଛି। ତହୁଁ ସେମାନେ ନାବୋତକୁ ନଗର ବାହାରକୁ ନେଇ ପଥର ମାରି ବଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦୁଇଗୋଟି ଦୁଷ୍ଟ ମନୁଷ୍ୟ ଆସି ତାହା ସମ୍ମୁଖରେ ବସିଲେ; ପୁଣି, ସେହି ପାପାଧମ ମନୁଷ୍ୟମାନେ ଲୋକମାନଙ୍କ ସାକ୍ଷାତରେ ନାବୋତ ବିରୁଦ୍ଧରେ ସାକ୍ଷ୍ୟ ଦେଇ କହିଲେ, “ନାବୋତ ପରମେଶ୍ୱରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛି।” ତହୁଁ ସେମାନେ ତାହାକୁ ନଗରର ବାହାରକୁ ନେଇଯାଇ ପ୍ରସ୍ତରାଘାତ କରି ବଧ କଲେ।
Odia IRV 2017 (ଓଡିଆ ବାଇବେଲ)