1 Peter 1:11 — Compare Translations

7 translations compared side by side

Odia - 1840
"ଖ୍ରୀଷ୍ଟଙ୍କ ଆତ୍ମା ସହେି ଭବିଷୃଦ୍ ବକ୍ତାମାନଙ୍କ ଅନ୍ତର ରେ ଥିଲା। ଖ୍ରୀଷ୍ଟଙ୍କୁ କିପରି କଷ୍ଟ ଭୋଗିବାକୁ ହବେ ଓ ତା'ପରେ କିପରି ମହିମା ପ୍ରକାଶିତ ହବେ, ସହେି ବିଷୟ ରେ 'ଆତ୍ମା' କଥା କହୁଥିଲେ। ସହେି ଆତ୍ମା ଯାହା ଦଖାେଉଥିଲେ, ସହେି ଭବିଷ୍ଯଦ୍ ବକ୍ତାମାନେ ତାହା ଶିଖିବାକୁ ଚେଷ୍ଟା କଲେ। ସମାନେେ ଜାଣିବାକୁ ଚେଷ୍ଟା କଲେ ଯେ କେତବେେଳେ ଏହିସବୁ ଘଟଣାମାନ ଘଟିବ ଏବଂ ସେତବେେଳେ ଜଗତର ଅବସ୍ଥା କିପରି ହାଇେଥିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଖ୍ରୀଷ୍ଟଙ୍କ ଦୁଃଖଭୋଗ ଓ ତତ୍ପରବର୍ତ୍ତୀ ଗୌରବ ବିଷୟରେ ପୂର୍ବରୁ ପ୍ରମାଣଦାତା ଯେ ସେମାନଙ୍କର ମଧ୍ୟବର୍ତ୍ତୀ ଖ୍ରୀଷ୍ଟଙ୍କର ଆତ୍ମା, ସେ କେଉଁ ବା କିପ୍ରକାର କାଳକୁ ଲକ୍ଷ୍ୟ କରୁଅଛନ୍ତି, ତାହା ସେମାନେ ଅନୁସନ୍ଧାନ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ଦାନ ତୁମ୍ଭେମାନେ କେବେ ଓ କିପରି ଭାବରେ ପାଇବ, ଜାଣିବା ପାଇଁ ସେମାନେ ଚେଷ୍ଟା କରିଥିଲେ। ଏ ସମ୍ପର୍କରେ ପବିତ୍ରଆତ୍ମାଙ୍କ ସାହାଯ୍ୟରେ ସେମାନେ ଖ୍ରୀଷ୍ଟଙ୍କ ଦୁଃଖଭୋଗ ଓ ପରବର୍ତ୍ତୀ ଗୌରବ ପ୍ରାପ୍ତ ବିଷୟରେ ସୂଚନା ଦେଇଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟଙ୍କ ଆତ୍ମା ସେହି ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନଙ୍କ ଅନ୍ତରରେ ଥିଲା। ଖ୍ରୀଷ୍ଟଙ୍କୁ କିପରି କଷ୍ଟ ଭୋଗିବାକୁ ହେବ ଓ ତା’ପରେ କିପରି ମହିମା ପ୍ରକାଶିତ ହେବ, ସେହି ବିଷୟରେ ‘ଆତ୍ମା’ କଥା କହୁଥିଲେ। ସେହି ଆତ୍ମା ଯାହା ଦେଖାଉଥିଲେ, ସେହି ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନେ ତାହା ଶିଖିବାକୁ ଚେଷ୍ଟା କଲେ। ସେମାନେ ଜାଣିବାକୁ ଚେଷ୍ଟା କଲେ ଯେ କେତେବେଳେ ଏହିସବୁ ଘଟଣାମାନ ଘଟିବ ଏବଂ ସେତେବେଳେ ଜଗତର ଅବସ୍ଥା କିପରି ହୋଇଥିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଖ୍ରୀଷ୍ଟଙ୍କ ଦୁଃଖଭୋଗ ଓ ତତ୍ପରବର୍ତ୍ତୀ ଗୌରବ ବିଷୟରେ ପୂର୍ବରୁ ପ୍ରମାଣଦାତା ଯେ ସେମାନଙ୍କର ମଧ୍ୟବର୍ତ୍ତୀ ଖ୍ରୀଷ୍ଟଙ୍କର ଆତ୍ମା, ସେ କେଉଁ କାଳକୁ ଲକ୍ଷ୍ୟ କରୁଅଛନ୍ତି, ତାହା ସେମାନେ ଅନୁସନ୍ଧାନ କଲେ।
Odia IRV 2017 (ଓଡିଆ ବାଇବେଲ)
ଖ୍ରୀଷ୍ଟଙ୍କ ଦୁଃଖଭୋଗ ଓ ତତ୍ପରବର୍ତ୍ତୀ ଗୌରବ ବିଷୟରେ ପୂର୍ବରୁ ପ୍ରମାଣଦାତା ଯେ ସେମାନଙ୍କର ମଧ୍ୟବର୍ତ୍ତୀ ଖ୍ରୀଷ୍ଟଙ୍କର ଆତ୍ମା, ସେ କେଉଁ କାଳକୁ ଲକ୍ଷ୍ୟ କରୁଅଛନ୍ତି, ତାହା ସେମାନେ ଅନୁସନ୍ଧାନ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕ್ರಿಸ್ತಾಚ್ಯಾ ತರಾಸಾಂಚ್ಯಾ ವಿಶಯಾತ್ ಅನಿ ತ್ಯಾ ತರಾಸಾಂಚ್ಯಾ ಮಾನಾ ತೆಕಾ ಗಾವುಚೆ ಮನುನ್ ಹೊತ್ತ್ಯಾ ಮಹಿಮೆಚ್ಯಾ ವಿಶಯಾತ್ ಕ್ರಿಸ್ತಾಚ್ಯಾಚ್ ಆತ್ಮ್ಯಾನ್ ತೆಂಕಾ ದಾಕ್ವುನ್ ದಿಲ್ಲ್ಯಾನ್ ಹೆ ಸಗ್ಳ್ಯೆ ಖಲ್ಯಾ ಯೆಳಾರ್, ಅನಿ ಕೊನಾಚ್ಯಾ ವಿಶಯಾತ್ ಘಡ್ತಾ ಮನುನ್ ತೆನಿ ಹುಡ್ಕುನ್ ಬಗಟ್ಲ್ಯಾನ್.