1 Peter 1:4 — Compare Translations
7 translations compared side by side
Odia - 1840
"ପରମେଶ୍ବର ଆପଣା ସନ୍ତାନମାନଙ୍କ ପାଇଁ ରଖିଥିବା ଆଶୀର୍ବାଦ ଆମ୍ଭେ ଏବେ ପାଇବାକୁ ଭରସା କରୁ। ସହେି ଆଶୀର୍ବାଦଗୁଡ଼ିକ ସ୍ବର୍ଗ ରେ ତୁମ୍ଭ ପାଇଁ ସୁରକ୍ଷିତ। ସହେି ଆଶୀର୍ବାଦଗୁଡ଼ିକ କଦାପି ନଷ୍ଟ ହବେ ନାହିଁ, ବା ଧ୍ବଂସ ପାଇବ ନାହିଁ କିଅବା ସଗେୁଡ଼ିକ ସମାନଙ୍କେର ସୌନ୍ଦର୍ୟ୍ଯ ହରାଇବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଥାତ୍ ଯେଉଁ ଅକ୍ଷୟ, ଅକଳଙ୍କିତ, ଅଜର ଅଧିକାର ତୁମ୍ଭମାନଙ୍କ ନିମନ୍ତେ ସ୍ଵର୍ଗରେ ସଞ୍ଚିତ ହୋଇଅଛି, ତାହା ପାଇବା ନିମନ୍ତେ ଆପଣାର ମହାଦୟାରେ ଆମ୍ଭମାନଙ୍କୁ ପୁନର୍ଜନ୍ମ ଦେଇଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ଈଶ୍ୱର ତାଙ୍କ ଲୋକମାନଙ୍କ ନିମନ୍ତେ ଯେଉଁ ବହୁମୂଲ୍ୟ ଆଶୀର୍ବାଦ ରଖିଛନ୍ତି, ତାହା ପାଇବା ପାଇଁ ଆମ୍ଭେମାନେ ପ୍ରତୀକ୍ଷାରେ ଅଛୁ। ତାହା ସେ ସ୍ୱର୍ଗରେ ତୁମ୍ଭମାନଙ୍କ ପାଇଁ ଗଚ୍ଛିତ କରି ରଖିଛନ୍ତି। ସେଠାରେ ତାହା କ୍ଷୟ ପାଏ ନାହିଁ, ନଷ୍ଟ ବା ମ୍ଳାନ ହୁଏ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଆପଣା ସନ୍ତାନମାନଙ୍କ ପାଇଁ ରଖିଥିବା ଆଶୀର୍ବାଦ ଆମ୍ଭେ ଏବେ ପାଇବାକୁ ଭରସା କରୁ। ସେହି ଆଶୀର୍ବାଦଗୁଡ଼ିକ ସ୍ୱର୍ଗରେ ତୁମ୍ଭ ପାଇଁ ସୁରକ୍ଷିତ। ସେହି ଆଶୀର୍ବାଦଗୁଡ଼ିକ କଦାପି ନଷ୍ଟ ହେବ ନାହିଁ, ବା ଧ୍ୱଂସ ପାଇବ ନାହିଁ କିଅବା ସେଗୁଡ଼ିକ ସେମାନଙ୍କର ସୌନ୍ଦର୍ଯ୍ୟ ହରାଇବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଥାତ୍ ଯେଉଁ ଅକ୍ଷୟ, ଅକଳଙ୍କିତ, ଅଜର ଅଧିକାର ତୁମ୍ଭମାନଙ୍କ ନିମନ୍ତେ ସ୍ୱର୍ଗରେ ସଞ୍ଚିତ ହୋଇଅଛି, ତାହା ପାଇବା ନିମନ୍ତେ ଆପଣାର ମହାଦୟାରେ ଆମ୍ଭମାନଙ୍କୁ ନୂତନ ଜନ୍ମ ଦେଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଅର୍ଥାତ୍ ଯେଉଁ ଅକ୍ଷୟ, ଅକଳଙ୍କିତ, ଅଜର ଅଧିକାର ତୁମ୍ଭମାନଙ୍କ ନିମନ୍ତେ ସ୍ୱର୍ଗରେ ସଞ୍ଚିତ ହୋଇଅଛି, ତାହା ପାଇବା ନିମନ୍ତେ ଆପଣାର ମହାଦୟାରେ ଆମ୍ଭମାନଙ୍କୁ ନୂତନ ଜନ୍ମ ଦେଇଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಸರ್ಗಾರ್ ತಯಾರ್ ಕರಲ್ಲ್ಯಾ ಎಕ್ ನಾಸ್ ಹೊಯ್ ನಸಲ್ಲ್ಯಾ, ದೊಸ್ ನಸಲ್ಲ್ಯಾ, ಅನಿ ವಾಳಿ ನಸಲ್ಲ್ಯಾ ಆಸ್ತಿಸಾಟ್ನಿ ಅಮ್ಕಾ ತಯಾರ್ ಕರ್ಲ್ಯಾನಾಯ್.