1 Peter 2:9 — Compare Translations
7 translations compared side by side
Odia - 1840
"କିନ୍ତୁ ତୁମ୍ଭମାନେେ ମନୋନୀତ ଲୋକ ଅଟ। ତୁମ୍ଭମାନେେ ରାଜାଙ୍କର ଯାଜକ। ତୁମ୍ଭମାନେେ ପବିତ୍ର ଜାତି ଅଟ। ତୁମ୍ଭମାନେେ ପରମେଶ୍ବରଙ୍କ ଲୋକ। ପରମେଶ୍ବର କରିଥିବା ଆଶ୍ଚର୍ୟ୍ଯ ଘଟଣାମାନ କହିବା ପାଇଁ ପରମେଶ୍ବର ତୁମ୍ଭକୁ ମନୋନୀତ କରିଛନ୍ତି। ସେ ଅନ୍ଧକାରରୁ ତୁମ୍ଭମାନଙ୍କୁ ତାହାଙ୍କର ଆଶ୍ଚର୍ୟ୍ଯ ଜନକ ଆଲୋକକୁ ଆଣିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ଵାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥିନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି ଈଶ୍ଵରଙ୍କ ନିଜସ୍ଵ ପ୍ରଜା ହୋଇଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ଏକ ପବିତ୍ର ଜାତି ଓ ଈଶ୍ୱରଙ୍କ ଆପଣାର ଲୋକ ହୋଇଅଛ। ଈଶ୍ୱର ତୁମ୍ଭମାନଙ୍କୁ ଅନ୍ଧକାର ମଧ୍ୟରୁ ତାଙ୍କର ଅପୂର୍ବ ଆଲୋକକୁ ଆହ୍ୱାନ କରିଛନ୍ତି। ତୁମ୍ଭେମାନ ତାଙ୍କର ବିସ୍ମୟକର କାର୍ଯ୍ୟସବୁ ଘୋଷଣା କରିବା ପାଇଁ ମନୋନୀତ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେମାନେ ମନୋନୀତ ଲୋକ ଅଟ। ତୁମ୍ଭେମାନେ ରାଜାଙ୍କର ଯାଜକ। ତୁମ୍ଭେମାନେ ପବିତ୍ର ଜାତି ଅଟ। ତୁମ୍ଭେମାନେ ପରମେଶ୍ୱରଙ୍କ ଲୋକ। ପରମେଶ୍ୱର କରିଥିବା ଆଶ୍ଚର୍ଯ୍ୟ ଘଟଣାମାନ କହିବା ପାଇଁ ପରମେଶ୍ୱର ତୁମ୍ଭକୁ ମନୋନୀତ କରିଛନ୍ତି। ସେ ଅନ୍ଧକାରରୁ ତୁମ୍ଭମାନଙ୍କୁ ତାହାଙ୍କର ଆଶ୍ଚର୍ଯ୍ୟ ଜନକ ଆଲୋକକୁ ଆଣିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥିନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଈଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥି ନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଈଶ୍ୱରଙ୍କ ନିଜସ୍ୱ ପ୍ରଜା ହୋଇଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತುಮಿತರ್ಬಿ ದೆವಾನ್ ಎಚುನ್ ಕಾಡಲಿ ಲೊಕಾ, ಎಕ್ ರಾಜಾ ಸಾರ್ಕೆ ಜಿವನ್ ಕರ್ತಲ್ಯಾ ಯಾಜಕಾಂಚ್ಯಾ ಸಮಾಚ್ ಅನಿ ಎಕ್ ಪವಿತ್ರ್ ದೆಶ್, ಅನಿ ದೆವಾಚಿ ಸ್ವತಾಚಿ ಲೊಕಾ ಬಿ ಹೊವ್ನ್ ಹಾಸಿ, ಅಸೆ ತುಮಿ ಅಪ್ನಾಚ್ಯಾ ಮೊಟ್ಯಾ ಉಜ್ವಾಡ್ಯಾಚ್ಯಾ ವೈನಾ ತುಮ್ಕಾ ಕಾಳ್ಕಾತ್ನಾ ಭಾಯ್ರ್ ಕಾಡಲ್ಲ್ಯಾ ದೆವಾಚಿ ಅಜಾಪಾ ಹೊತಲಿ ಕಾಮಾ ಪರ್ಗಟ್ ಕರುಕ್ ಎಚುನ್ ಕಾಡಲ್ಲೆ ಹೊವ್ನ್ ಹಾಸಿ.