1 Peter 4:11 — Compare Translations
7 translations compared side by side
Odia - 1840
"ଯେଉଁ ଲୋକ କହିବାକୁ ଚା ହେଁ, ସେ ପରମେଶ୍ବରଙ୍କ ବାକ୍ଯରୁ କଥା କହୁ। ଯେଉଁ ଲୋକ ସବୋ କରିବ, ସେ ପରମେଶ୍ବରଙ୍କ ପ୍ରଦତ୍ତ ଶକ୍ତି ସାହାୟ୍ଯ ରେ ସବୋ କରୁ। ତୁମ୍ଭେ ଏହି ସବୁ କାମ ଏପରି ଭାବରେ କରିବା ଉଚିତ ଯେ, ଖ୍ରୀଷ୍ଟଙ୍କ ମାଧ୍ଯମ ରେ ଯେପରି ପରମେଶ୍ବର ସମସ୍ତ ବିଷୟ ରେ ପ୍ରଶଂସା ପାଇବେ। କ୍ଷମତା ଓ ମହିମା ସଦାସର୍ବଦା ପାଇଁ ତାହାଙ୍କର ଅଟେ। ଆମେନ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେହି ଯଦି ପ୍ରଚାର କରେ, ତେବେ ସେ ଈଶ୍ଵରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ଵରଙ୍କଠାରୁ ଶକ୍ତିପ୍ରାପ୍ତ ଲୋକ ପରି ସେବା କରୁ, ଯେପରି ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଈଶ୍ଵର ଗୌରବାନ୍ଵିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର । ଆମେନ୍ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ ପ୍ରଚାର କରେ, ସେ ଈଶ୍ୱରଙ୍କ ବର୍ତ୍ତା ପ୍ରଚାର କରୁ। ଯେ ସେବା କରେ, ଈଶ୍ୱରତାକୁ ଦେଇଥିବା ଶକ୍ତି ଅନୁସାରେ ସେ ସେବା କରୁ। ତା’ ହେଲେ, ଈଶ୍ୱର ସବୁ ବିଷୟରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଗୌରବାନ୍ୱିତ ହେବେ। ଯୁଗେ ଯୁଗେ ମହିମା ସ ପରାକ୍ରମ ତାହାଙ୍କର।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ କହିବାକୁ ଗ୍ଭହେଁ, ସେ ପରମେଶ୍ୱରଙ୍କ ବାକ୍ୟରୁ କଥା କହୁ। ଯେଉଁ ଲୋକ ସେବା କରିବ, ସେ ପରମେଶ୍ୱରଙ୍କ ପ୍ରଦତ୍ତ ଶକ୍ତି ସାହାଯ୍ୟରେ ସେବା କରୁ। ତୁମ୍ଭେ ଏହିସବୁ କାମ ଏପରି ଭାବରେ କରିବା ଉଚିତ୍ ଯେ, ଖ୍ରୀଷ୍ଟଙ୍କ ମାଧ୍ୟମରେ ଯେପରି ପରମେଶ୍ୱର ସମସ୍ତ ବିଷୟରେ ପ୍ରଶଂସା ପାଇବେ। କ୍ଷମତା ଓ ମହିମା ସଦାସର୍ବଦା ପାଇଁ ତାହାଙ୍କର ଅଟେ। ଆମେନ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେହି ଯଦି ପ୍ରଚାର କରେ, ତେବେ ସେ ଈଶ୍ବରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ବରଙ୍କଠାରୁ ଶକ୍ତିପ୍ରାପ୍ତ ଲୋକ ପରି ସେବା କରୁ, ଯେପରି ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବର ଗୌରବାନ୍ୱିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର। ଆମେନ୍।
Odia IRV 2017 (ଓଡିଆ ବାଇବେଲ)
କେହି ଯଦି ପ୍ରଚାର କରେ, ତେବେ ସେ ଈଶ୍ୱରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ୱରଙ୍କଠାରୁ ଶକ୍ତିପ୍ରାପ୍ତଲୋକ ପରି ସେବା କରୁ, ଯେପରି ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱର ଗୌରବାନ୍ୱିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର । ଆମେନ୍ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಶಿಕಾಪಾ ಕರ್ತಲೊ ದೆವಾಚಿ ಗೊಸ್ಟಿಯಾಚ್ ಶಿಕ್ವುಂದಿತ್, ಸೆವಾ ಕರ್ತಲೊ ಮಾನುಸ್ ದೆವಾನ್ ದಯಾ ಕರುನ್ ದಿಲ್ಲ್ಯಾ ಬಳಾವೈನಾ ಸೆವಾ ಕರುಂದಿತ್, ತುಮಿ ಅಸೆ ಕರ್ಲ್ಯಾರ್ ತುಮ್ಚ್ಯಾ ಹರ್ ಎಕ್ ಕಾಮಾತ್ನಿ ಬಿ ಜೆಜುಕ್ರಿಸ್ತಾ ವೈನಾ ದೆವಾಕ್ ಹೊಗ್ಳಾಪ್ ಹೊತಾ, ಅಧಿಕಾರ್ ಅನಿ ಮಹಿಮಾ ಸದಾ ಸರ್ವತಾಕ್ ತೆಜೆಚ್ ಹೊಂವ್ದಿ ಆಮೆನ್.