1 Peter 5:10 — Compare Translations

7 translations compared side by side

Odia - 1840
"ତୁମ୍ଭେ ଅଳ୍ପ ସମୟ ପାଇଁ ଯାତନା ପାଇବ। କିନ୍ତୁ ତା'ପରେ ପରମେଶ୍ବର ସବୁ ଠିକ୍ କରି ଦବେେ। ସେ ତୁମ୍ଭକୁ ଶକ୍ତିଶାଳୀ କରିବେ। ସେ ତୁମ୍ଭର ଭାର ବହନ କରିବେ ଓ ପଡ଼ିବା ବେଳେ ତୁମ୍ଭକୁ ଉଠାଇବେ। ସଇେ ପରମେଶ୍ବର ତୁମ୍ଭକୁ ସମସ୍ତ ଅନୁଗ୍ରହ ଦିଅନ୍ତି। ଖ୍ରୀଷ୍ଟ ଯୀଶୁଙ୍କଠା ରେ ତାହାଙ୍କ ମହିମା ରେ ଅଂଶୀଦାର ହବୋ ଲାଗି ସେ ତୁମ୍ଭକୁ ଡ଼ାକି ଅଛନ୍ତି। ସହେି ମହିମା ଅନନ୍ତ କାଳ ଧରି ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ଵର ଆପଣା ଅନ; ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ଵାରା ତୁମ୍ଭମାନଙ୍କୁ ଆହ୍ଵାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ତାଙ୍କର ଅନନ୍ତ ଗୌରବରେ ଭାଗୀ ହେବା ପାଇଁ, ଦୟାମୟ ଈଶ୍ୱର ତୁମ୍ଭମାନଙ୍କୁ ଆହ୍ୱାନ କରିଛନ୍ତି। ତୁମ୍ଭମାଙ୍କର କ୍ଷଣିକ ଦୁଃଖଭୋଗ ପରେ ସେ ନିଜେ ତୁମ୍ଭମାନଙ୍କୁ ସିଦ୍ଧ, ସୁଦୃଢ଼, ବଳିଷ୍ଠ ଓ ସୁପତିଷ୍ଠିତ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଅଳ୍ପ ସମୟ ପାଇଁ ଯାତନା ପାଇବ। କିନ୍ତୁ ତା’ପରେ ପରମେଶ୍ୱର ସବୁ ଠିକ୍ କରିଦେବେ। ସେ ତୁମ୍ଭକୁ ଶକ୍ତିଶାଳୀ କରିବେ। ସେ ତୁମ୍ଭର ଭାର ବହନ କରିବେ ଓ ପଡ଼ିବା ବେଳେ ତୁମ୍ଭକୁ ଉଠାଇବେ। ସେଇ ପରମେଶ୍ୱର ତୁମ୍ଭକୁ ସମସ୍ତ ଅନୁଗ୍ରହ ଦିଅନ୍ତି। ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କ ମହିମାରେ ଅଂଶୀଦାର ହେବା ଲାଗି ସେ ତୁମ୍ଭକୁ ଡାକି ଅଛନ୍ତି। ସେହି ମହିମା ଅନନ୍ତ କାଳ ଧରି ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ବର ଆପଣା ଅନନ୍ତ ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ।
Odia IRV 2017 (ଓଡିଆ ବାଇବେଲ)
ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ୱର ଆପଣା ଅନନ୍ତ ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಉಲ್ಲೊ ಕಸ್ಟ್ ತುಮಿ ಸೊಸುನ್ ಹೊಲ್ಲ್ಯಾ ಮಾನಾ ಸಗ್ಳ್ಯಾ ಕುರ್ಪೆಚೊ ದೆವ್ ತೆನಿ ಕ್ರಿಸ್ತಾಚ್ಯಾ ವಾಂಗ್ಡಾ ಅಪ್ನಾಚ್ಯಾ ಅಂತ್ ನಸಲ್ಲ್ಯಾ ಮಹಿಮೆತ್ ವಾಟೊ ಘೆವ್ಕ್ ತುಮ್ಕಾ ಬಲ್ವುತಾ, ತೊ ಅಪ್ನಿಚ್ ತುಮ್ಕಾ ಪರಿಪುರ್ನ್ ಕರ್ತಾ ಅನಿ ಆಧಾರ್ ದಿತಾ, ಅನಿ ಬಳ್ ದಿತಾ ಘಟ್ ಕರ್ತಾ.