1 Samuel 2:30 — Compare Translations

5 translations compared side by side

Odia - 1840
"ଏଣୁ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର କହନ୍ତି, ତକ୍ସ୍ଟମ୍ଭ ଗୃହରକ୍ସ୍ଟ ଓ ତକ୍ସ୍ଟମ୍ଭ ପକ୍ସ୍ଟତୃଗୃହରକ୍ସ୍ଟ ଚିରଦିନ ପାଇଁ ମାରେ ଯାଜକ ହବେ ବୋଲି ମୁ ପ୍ରତିଜ୍ଞା କଲି। କିନ୍ତୁ ଏବେ ସଦାପ୍ରଭୁ କହନ୍ତି, 'ତାହା ଆଉ କବେେ ଘଟିବ ନାହିଁ। କାରଣ ଯେଉଁମାନେ ମାେତେ ସମ୍ମାନ କରନ୍ତି, ମୁ ସମାନଙ୍କେୁ ସମ୍ମାନ କରିବି। କିନ୍ତୁ ଯେଉଁମାନେ ମାେତେ ତକ୍ସ୍ଟଚ୍ଛଜ୍ଞାନ କରନ୍ତି, ସମାନଙ୍କେୁ ଅସମ୍ମାନ କରାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର କହନ୍ତି, ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନ; କାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ, ମାତ୍ର ଏବେ ସଦାପ୍ରଭୁ କହନ୍ତି, ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁଜ୍ଞାନ କରାଯିବେ⇧ ।
Odia Bible ERV 2004 (ପବିତ୍ର ବାଇବଲ)
“ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ତୁମ୍ଭ ଗୃହରୁ ଓ ତୁମ୍ଭ ପିତୃଗୃହରୁ ଚିରଦିନ ପାଇଁ ମୋର ଯାଜକ ହେବ ବୋଲି ମୁଁ ପ୍ରତିଜ୍ଞା କଲି। କିନ୍ତୁ ଏବେ ସଦାପ୍ରଭୁ କହନ୍ତି, ‘ତାହା ଆଉ କେବେ ଘଟିବ ନାହିଁ। କାରଣ ଯେଉଁମାନେ ମୋତେ ସମ୍ମାନ କରନ୍ତି, ମୁଁ ସେମାନଙ୍କୁ ସମ୍ମାନ କରିବି। କିନ୍ତୁ ଯେଉଁମାନେ ମୋତେ ତୁଚ୍ଛଜ୍ଞାନ କରନ୍ତି, ସେମାନଙ୍କୁ ଅସମ୍ମାନ କରାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତକାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ,’ ମାତ୍ର ଏବେ ସଦାପ୍ରଭୁ କହନ୍ତି, ‘ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁ ଜ୍ଞାନ କରାଯିବେ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତ କାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ, ମାତ୍ର ଏବେ ସଦାପ୍ରଭୁ କହନ୍ତି, ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁଜ୍ଞାନ କରାଯିବେ।