1 Samuel 29:3 — Compare Translations

5 translations compared side by side

Odia - 1840
"ଅଖୀଶ ପଲେଷ୍ଟୀୟ ଅଧିପତିଙ୍କକ୍ସ୍ଟ କହିଲେ, ଏବ୍ରୀଯମାନେ ଏଠା ରେ କ'ଣ କରୁଛନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ପଲେଷ୍ଟୀୟ ଅଧିପତିମାନେ କହିଲେ, ଏହି ଏବ୍ରୀୟମାନେ ଏଠାରେ କଅଣ କରୁଅଛନ୍ତି? ତହୁଁ ଆଖୀଶ୍ ପଲେଷ୍ଟୀୟ ଅଧିପତିମାନଙ୍କୁ କହିଲେ, ଏ କʼଣ ଇସ୍ରାଏଲର ରାଜା ଶାଉଲଙ୍କର ଦାସ ଦାଉଦ ନୁହେଁ? ସେ ଏତେ ଦିନ ଓ ଏତେ ବର୍ଷ ହେଲା ମୋʼ ସଙ୍ଗରେ ଅଛି ଓ ମୋହର ପକ୍ଷ ହେବା ଦିନଠାରୁ ଆଜି ପର୍ଯ୍ୟନ୍ତ ମୁଁ ତାହାଠାରେ କୌଣସି ଦୋଷ ପାଇ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପଲେଷ୍ଟୀୟ ଅଧିପତିମାନେ କହିଲେ, “ଏବ୍ରୀୟମାନେ ଏଠାରେ କ’ଣ କରୁଛନ୍ତି?” ଅଖୀଶ୍ ପଲେଷ୍ଟୀୟ ଶାସକମାନଙ୍କୁ କହିଲେ, “ଏ ହେଉଛନ୍ତି ଦାଉଦ। ଦାଉଦ ହେଉଛନ୍ତି ଜଣେ ଇସ୍ରାଏଲର ରାଜା ଶାଉଲଙ୍କର ଦାସମାନଙ୍କ ମଧ୍ୟରୁ ଜଣେ। ଦାଉଦ ମୋ’ ସହିତ ବହୁତ ଦିନ ହେଲା ରହିଲେଣି। ସେ ଶାଉଲଙ୍କୁ ଛାଡ଼ି ମୋ’ ପାଖରେ ରହିବା ଦିନଠାରୁ ମୁଁ ତାଙ୍କଠାରେ କୌଣସି ଦୋଷ ପାଇ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ପଲେଷ୍ଟୀୟ ଅଧିପତିମାନେ କହିଲେ, “ଏହି ଏବ୍ରୀୟମାନେ ଏଠାରେ କଅଣ କରୁଅଛନ୍ତି?” ତହୁଁ ଆଖୀଶ୍‍ ପଲେଷ୍ଟୀୟ ଅଧିପତିମାନଙ୍କୁ କହିଲେ, “ଏ କʼଣ ଇସ୍ରାଏଲର ରାଜା ଶାଉଲଙ୍କର ଦାସ ଦାଉଦ ନୁହେଁ? ସେ ଏତେ ଦିନ ଓ ଏତେ ବର୍ଷ ହେଲା ମୋʼ ସଙ୍ଗରେ ଅଛି ଓ ମୋହର ପକ୍ଷ ହେବା ଦିନଠାରୁ ଆଜି ପର୍ଯ୍ୟନ୍ତ ମୁଁ ତାହାଠାରେ କୌଣସି ଦୋଷ ପାଇ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ପଲେଷ୍ଟୀୟ ଅଧିପତିମାନେ କହିଲେ, ଏହି ଏବ୍ରୀୟମାନେ ଏଠାରେ କଅଣ କରୁଅଛନ୍ତି? ତହୁଁ ଆଖୀଶ୍‍ ପଲେଷ୍ଟୀୟ ଅଧିପତିମାନଙ୍କୁ କହିଲେ, ଏ କ’ଣ ଇସ୍ରାଏଲର ରାଜା ଶାଉଲଙ୍କର ଦାସ ଦାଉଦ ନୁହେଁ? ସେ ଏତେ ଦିନ ଓ ଏତେ ବର୍ଷ ହେଲା ମୋ’ ସଙ୍ଗରେ ଅଛି ଓ ମୋହର ପକ୍ଷ ହେବା ଦିନଠାରୁ ଆଜି ପର୍ଯ୍ୟନ୍ତ ମୁଁ ତାହାଠାରେ କୌଣସି ଦୋଷ ପାଇ ନାହିଁ।