1 Thessalonians 1:10 — Compare Translations

7 translations compared side by side

Odia - 1840
"ତୁମ୍ଭମାନେେ ପରମେଶ୍ବରଙ୍କ ପୁତ୍ରଙ୍କର ସ୍ବର୍ଗରୁ ଆସିବା ସମୟକୁ ଅପେକ୍ଷା କରି ମୂର୍ତ୍ତିପୂଜା ବନ୍ଦ କରିଥିଲି। ପରମେଶ୍ବର ତାଙ୍କ ପୁତ୍ର ଯୀଶୁଙ୍କୁ ମୃତ୍ଯୁରୁ ପୁନରୁତ୍ଥିତ କରିଛନ୍ତି। ପରମେଶ୍ବରଙ୍କ ଆଗାମୀ କୋରଧପୂର୍ଣ୍ଣ ବିଚାରରୁ ଯୀଶୁ ଆମ୍ଭକୁ ଉଦ୍ଧାର କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଆପଣା ଯେଉଁ ପୁତ୍ରଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ଆଗାମୀ କ୍ରୋଧରୁ ଆମ୍ଭମାନଙ୍କ ସେହି ଉଦ୍ଧାରକର୍ତ୍ତା ଯୀଶୁଙ୍କ ସ୍ଵର୍ଗରୁ ଆଗମନ କରିବାର ଅପେକ୍ଷାରେ ରହିବା ନିମନ୍ତେ ଈଶ୍ଵରଙ୍କ ପ୍ରତି ଫେରିଲ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି କିପରି ଈଶ୍ୱରଙ୍କ କ୍ରୋଧରୁ ଆମକୁ ରକ୍ଷା କରିବା ପାଇଁ, ମୃତ୍ୟୁରୁ ପୁନରୁତ୍ଥିତ ତାଙ୍କର ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ପୁନରାଗମନକୁ ତୁମ୍ଭେମାନେ ପ୍ରତୀକ୍ଷା କରି ରହିଛ, ଏ ସବୁ ବିଷୟରେ ସେଠାକାର ଲୋକମାନେ କର୍ତ୍ତବାର୍ତ୍ତା କରୁଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ପରମେଶ୍ୱରଙ୍କ ପୁତ୍ରଙ୍କର ସ୍ୱର୍ଗରୁ ଆସିବା ସମୟକୁ ଅପେକ୍ଷା କରି ମୂର୍ତ୍ତିପୂଜା ବନ୍ଦ କରିଥିଲି। ପରମେଶ୍ୱର ତାଙ୍କ ପୁତ୍ର ଯୀଶୁଙ୍କୁ ମୃତ୍ୟୁରୁ ପୁନରୁ‌ତ୍‌‌ଥିତ କରିଛନ୍ତି। ପରମେଶ୍ୱରଙ୍କ ଆଗାମୀ କ୍ରୋଧପୂର୍ଣ୍ଣ ବିଗ୍ଭରରୁ ଯୀଶୁ ଆମ୍ଭକୁ ଉଦ୍ଧାର କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଆପଣା ଯେଉଁ ପୁତ୍ରଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ଆଗାମୀ କ୍ରୋଧରୁ ଆମ୍ଭମାନଙ୍କ ସେହି ଉଦ୍ଧାରକର୍ତ୍ତା ଯୀଶୁଙ୍କ ସ୍ୱର୍ଗରୁ ଆଗମନ କରିବାର ଅପେକ୍ଷାରେ ରହିବା ନିମନ୍ତେ ଈଶ୍ଵରଙ୍କ ପ୍ରତି ଫେରିଲ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଆପଣା ଯେଉଁ ପୁତ୍ରଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ଆଗାମୀ କ୍ରୋଧରୁ ଆମ୍ଭମାନଙ୍କୁ ରକ୍ଷା କରିବା ନିମନ୍ତେ ସେହି ଯୀଶୁଙ୍କୁ ସ୍ୱର୍ଗରୁ ଆଗମନ କରିବାର ଅପେକ୍ଷାରେ ରହିବା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತ್ಯಾ ದೆವಾಚೊ ಲೆಕ್ ಸರ್‍ಗಾ ವೈನಾ ಯೆತಲಿ ವಾಟ್ ಬಗುನ್ಗೆತ್ ಹಾಸಿ, ತೆಚೊ ಲೆಕ್ ಜೆಜು ಕ್ರಿಸ್ತ್, ತೆಕಾ ತೆನಿ ಮರಲ್ಲ್ಯಾತ್ನಾ ಝಿತ್ತೊ ಕರುನ್ ಉಟ್ವುಲ್ಯಾನಾಯ್, ಅನಿ ತೊ ಅಮ್ಕಾ ದೆವಾಚ್ಯಾ ರಾಗಾತ್ನಾ ಬಚಾವ್ ಕರುಕ್ ಯೆವ್ಕ್ ಲಾಗ್ಲಾ ಮನ್ತಲ್ಯಾ ವಿಶಯಾತ್ ಬೊಲ್ತ್ಯಾತ್.