1 Thessalonians 1:9 — Compare Translations

7 translations compared side by side

Odia - 1840
"ଆମ୍ଭେ ତୁମ୍ଭମାନଙ୍କ ସହିତ ଥିଲା ବେଳେ, ଯେପରି ଭଲ ଭାବରେ ତୁମ୍ଭମାନେେ ଆମ୍ଭମାନଙ୍କୁ ଗ୍ରହଣ କରିଥିଲ, ସେ ବିଷୟ ରେ ସର୍ବତ୍ର ଲୋକମାନେ କଥାବାର୍ତ୍ତା ହେଉଛନ୍ତି। ତୁମ୍ଭମାନେେ କିପରି ମୂର୍ତ୍ତିପୂଜା ବନ୍ଦ କରି, ଜୀବିତ ଓ ପ୍ରକୃତ ପରମେଶ୍ବରଙ୍କ ସବୋ କରିବା ପାଇଁ ପରିବର୍ତ୍ତିତ ହେଲ, ସେ ବିଷୟ ରେ ସମାନେେ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ଲୋକେ ନିଜେ ନିଜେ ଆମ୍ଭମାନଙ୍କ ସମ୍ଵନ୍ଧରେ କହିଥାଆନ୍ତି ଯେ, ତୁମ୍ଭମାନଙ୍କ ମଧ୍ୟକୁ ଆମ୍ଭମାନଙ୍କ ଆଗମନ ସମୟରେ କଅଣ ଘଟିଥିଲା, ଆଉ କିପରି ତୁମ୍ଭେମାନେ ପ୍ରତିମାସବୁ ପରିତ୍ୟାଗ କରି ଜୀବିତ ଓ ସତ୍ୟ ଈଶ୍ଵରଙ୍କ ସେବା କରିବା ନିମନ୍ତେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଆମେ ତୁମ ନିକଟକୁ ଯିବାବେଳେ ତୁମ୍ଭେମାନେ କିପରି ଆମକୁ ସାଦରେ ଗ୍ରହଣ କରିଥିଲ ଓ ପ୍ରତିମା ପୂଜା ପରିତ୍ୟାଗ କରି ସତ୍ୟ ଓ ଜୀବନ୍ତ ଈଶ୍ୱରଙ୍କ ଉପାସନା କରିବାକୁ ଆଗେଇ ଆସିଥିଲ;
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ତୁମ୍ଭମାନଙ୍କ ସହିତ ଥିଲାବେଳେ, ଯେପରି ଭଲ ଭାବରେ ତୁମ୍ଭେମାନେ ଆମ୍ଭମାନଙ୍କୁ ଗ୍ରହଣ କରିଥିଲ, ସେ ବିଷୟରେ ସର୍ବତ୍ର ଲୋକମାନେ କଥାବାର୍ତ୍ତା ହେଉଛନ୍ତି। ତୁମ୍ଭେମାନେ କିପରି ମୂର୍ତ୍ତିପୂଜା ବନ୍ଦ କରି, ଜୀବିତ ଓ ପ୍ରକୃତ ପରମେଶ୍ୱରଙ୍କ ସେବା କରିବା ପାଇଁ ପରିବର୍ତ୍ତିତ ହେଲ, ସେ ବିଷୟରେ ସେମାନେ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ଲୋକମାନେ ନିଜେ ନିଜେ ଆମ୍ଭମାନଙ୍କ ସମ୍ବନ୍ଧରେ କହିଥାଆନ୍ତି ଯେ, ତୁମ୍ଭମାନଙ୍କ ମଧ୍ୟକୁ ଆମ୍ଭମାନଙ୍କ ଆଗମନ ସମୟରେ କଅଣ ଘଟିଥିଲା ଆଉ କିପରି ତୁମ୍ଭେମାନେ ପ୍ରତିମାସବୁ ପରିତ୍ୟାଗ କରି ଜୀବିତ ଓ ସତ୍ୟ ଈଶ୍ବରଙ୍କର ସେବା କରିବା ନିମନ୍ତେ,
Odia IRV 2017 (ଓଡିଆ ବାଇବେଲ)
ଯେଣୁ ଲୋକମାନେ ନିଜେ ନିଜେ ଆମ୍ଭମାନଙ୍କ ସମ୍ବନ୍ଧରେ କହିଥାଆନ୍ତି ଯେ, ତୁମ୍ଭମାନଙ୍କ ମଧ୍ୟକୁ ଆମ୍ଭମାନଙ୍କ ଆଗମନ ସମୟରେ କ'ଣ ଘଟିଥିଲା ଆଉ କିପରି ତୁମ୍ଭେମାନେ ପ୍ରତିମାସବୁ ପରିତ୍ୟାଗ କରି ଜୀବିତ ଓ ସତ୍ୟ ଈଶ୍ୱରଙ୍କର ସେବା କରିବା ନିମନ୍ତେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿ ಸಗ್ಳಿ ಲೊಕಾ, ಅಮಿ ತುಮ್ಚೆಕ್ಡೆ ಯೆಲ್ಲ್ಯಾ ತನ್ನಾ ತುಮಿ ಕಶೆ ಅಮ್ಕಾ ಸ್ವಿಕಾರ್ ಕರ್ಲ್ಯಾಸಿ, ಅನಿ ಮುರ್ತಿಚ್ಯಾ ಪುಜ್ಯಾತ್ನಾ ಖರ್‍ಯಾ ಝಿತ್ತ್ಯಾ ದೆವಾಚಿ ಸೆವಾ ಕರುಕ್ ದೆವಾಕ್ಡೆ ಕಶೆ ಪರತ್ಲ್ಯಾಶಿ ಮನುನ್ ಅಪ್ನಿಚ್ ಸಾಂಗುಕ್ ಲಾಗಲ್ಲಿ ಹಾತ್.