1 Timothy 3:15 — Compare Translations

7 translations compared side by side

Odia - 1840
"କିନ୍ତୁ ମୁଁ ଏବେ ଏହି କଥାଗୁଡ଼ିକ ତୁମ୍ଭକୁ ଲେଖୁଛି। ଯଦି ମୁଁ ଶୀଘ୍ର ନ ଯାଏ, ତବେେ ମଧ୍ଯ ତୁମ୍ଭମାନେେ ଜାଣି ପାରିବ ଯେ ପରମେଶ୍ବରଙ୍କ ପରିବାର ରେ ଲୋକମାନେ କ'ଣ କ'ଣ କରିବା ଅବଶ୍ଯକ। ସହେି ପରିବାର ଜୀବିତ ପରମେଶ୍ବରଙ୍କର ମଣ୍ଡଳୀ ଅଟେ। ପରମେଶ୍ବରଙ୍କ ମଣ୍ଡଳୀ ସତ୍ଯର ଅବଲମ୍ବନ କରେ ଓ ମୂଳଦୁଆ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେବେ ମୋହର ବିଳମ୍ଵ ହୁଏ, ତେବେ ଈଶ୍ଵରଙ୍କ ଗୃହରେ, ଅର୍ଥାତ୍, ସତ୍ୟର ସ୍ତମ୍ଭ ଓ ଭିତ୍ତିମୂଳ ସ୍ଵରୂପ ଜୀବିତ ଈଶ୍ଵରଙ୍କ ମଣ୍ତଳୀରେ, କିପରି ଆଚରଣ କରିବାକୁ ହୁଏ, ତାହା ଯେପରି ତୁମ୍ଭେ ଜ୍ଞାତ ହୁଅ, ଏହେତୁ ଏହି ସମସ୍ତ ତୁମ୍ଭ ନିକଟକୁ ଲେଖୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯଦି ମୋର ଆସିବା ବିଳମ୍ବ ହେବ, ଜୀବନ୍ତ ଈଶ୍ୱରଙ୍କ ପରିବାର ସ୍ୱରୂପେ ଏହି ଉପାସକ ମଣ୍ଡଳୀରେ ଆମକୁ କିପରି ଆଚରଣ କରିବାକୁ ହେବ, ଏହି ପତ୍ରରୁ ତାହା ତୁମେ ଜାଣି ପାରିବ। ଏହି ମଣ୍ଡଳୀ ହିଁ ସନାତନ ସତ୍ୟର ସ୍ତମ୍ଭ ଓ ଭିତ୍ତିମୂଳ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୁଁ ଏବେ ଏହି କଥାଗୁଡ଼ିକ ତୁମ୍ଭକୁ ଲେଖୁଛି। ଯଦି ମୁଁ ଶୀଘ୍ର ନ ଯାଏ, ତେବେ ମଧ୍ୟ ତୁମ୍ଭେମାନେ ଜାଣି ପାରିବ ଯେ ପରମେଶ୍ୱରଙ୍କ ପରିବାରରେ ଲୋକମାନେ କ’ଣ କ’ଣ କରିବା ଅବଶ୍ୟକ। ସେହି ପରିବାର ଜୀବିତ ପରମେଶ୍ୱରଙ୍କର ମଣ୍ଡଳୀ ଅଟେ। ପରମେଶ୍ୱରଙ୍କ ମଣ୍ଡଳୀ ସତ୍ୟର ଅବଲମ୍ବନ କରେ ଓ ମୂଳଦୁଆ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେବେ ମୋହର ବିଳମ୍ବ ହୁଏ, ତେବେ ଈଶ୍ବରଙ୍କ ଗୃହରେ, ଅର୍ଥାତ୍‍ ସତ୍ୟର ସ୍ତମ୍ଭ ଓ ଭିତ୍ତିମୂଳ ସ୍ୱରୂପ ଜୀବିତ ଈଶ୍ବରଙ୍କ ମଣ୍ଡଳୀରେ, କିପରି ଆଚରଣ କରିବାକୁ ହୁଏ, ତାହା ଯେପରି ତୁମ୍ଭେ ଜାଣି ପାର, ଏହେତୁ ଏହି ସମସ୍ତ ତୁମ୍ଭ ନିକଟକୁ ଲେଖୁଅଛି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେବେ ମୋହର ବିଳମ୍ବ ହୁଏ, ତେବେ ଈଶ୍ୱରଙ୍କ ଗୃହରେ, ଅର୍ଥାତ୍ ସତ୍ୟର ସ୍ତମ୍ଭ ଓ ଭିତ୍ତିମୂଳ ସ୍ୱରୂପ ଜୀବିତ ଈଶ୍ୱରଙ୍କ ମଣ୍ଡଳୀରେ, କିପରି ଆଚରଣ କରିବାକୁ ହୁଏ, ତାହା ଯେପରି ତୁମ୍ଭେ ଜାଣି ପାର, ଏହେତୁ ଏହି ସମସ୍ତ ତୁମ୍ଭ ନିକଟକୁ ଲେଖୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಕಾಸ್ಮಾತ್ ಮಿಯಾ ಯೆವ್ಕ್ ಎಳ್ ಹೊಲ್ಯಾರ್ಬಿ ದೆವಾಚ್ಯಾ ಸಂಸಾರಾತ್ ತೆ ಝಿತ್ತ್ಯಾ ದೆವಾಚೊ ಲೊಕಾಂಚೊ ತಾಂಡೊ ಹೊವ್ನ್ ಅಸಲ್ಲ್ಯಾ ಘರಾಕ್ ಎಕ್ ಖಾಂಬೊ ಅನಿ ಖರ್‍ಯಾಚೊ ಆದಾರ್ ಕಸೆ ಹೊವ್ನ್ ರ್‍ಹಾವ್ಚೆ ಮನುನ್ ಹಿ ಚಿಟಿ ತುಕಾ ಕಳ್ವುತಾ.