1 Timothy 6:9 — Compare Translations
7 translations compared side by side
Odia - 1840
"ଯେଉଁମାନେ ଧନୀ ହବୋକୁ ଚାହୁଁଛନ୍ତି, ସମାନେେ ପ୍ରଲୋଭନ ଫାନ୍ଦ ରେ ପଡ଼ି ଯାଆନ୍ତି। ଅନକେ ମୂର୍ଖତାପୂର୍ଣ୍ଣ ଓ ଦୁଃଖ ଦେଉଥିବା ବିଷୟଗୁଡ଼ିକ ପାଇଁ ସମାନେେ ଇଚ୍ଛା ପୋଷଣ କରନ୍ତି। ସଗେୁଡ଼ିକ ଲୋକମାନଙ୍କୁ ନଷ୍ଟ କରି ତଳିତଳାନ୍ତ କରିଦିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେଉଁମାନେ ଧନୀ ହେବାକୁ ଇଚ୍ଛା କରନ୍ତି, ସେମାନେ ପରୀକ୍ଷା ଓ ଫାନ୍ଦରେ, ପୁଣି ଅନେକ ପ୍ରକାର ଅସଙ୍ଗତ ଓ କ୍ଷତିଜନକ ଅଭିଳାଷରେ ପଡ଼ନ୍ତି, ଏହିସବୁ ମନୁଷ୍ୟକୁ ଧ୍ଵଂସ ଓ ବିନାଶରୂପ ସାଗରରେ ମଗ୍ନ କରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଧନସମ୍ପତ୍ତିର ଲୋଭ ମନୁଷ୍ୟକୁ ଅନେକ ପରୀକ୍ଷା ଓ କୁଚକ୍ରାନ୍ତ ଭିତରକୁ ଟାଣିନିଏ; ତା’ ମନରେ ବହୁ ତୁଚ୍ଛ ଅନିଷ୍ଟକର ଲାଳସା ଜାଗ୍ରତ କରି ତାକୁ ଧ୍ୱଂସ ଓ ସର୍ବନାଶ ଆଡ଼କୁ କଢ଼ାଇ ନିଏ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ଧନୀ ହେବାକୁ ଗ୍ଭହୁଁଛନ୍ତି, ସେମାନେ ପ୍ରଲୋଭନ ଫାନ୍ଦରେ ପଡ଼ି ଯାଆନ୍ତି। ଅନେକ ମୂର୍ଖତାପୂର୍ଣ୍ଣ ଓ ଦୁଃଖ ଦେଉଥିବା ବିଷୟ ଗୁଡ଼ିକ ପାଇଁ ସେମାନେ ଇଚ୍ଛା ପୋଷଣ କରନ୍ତି। ସେଗୁଡ଼ିକ ଲୋକମାନଙ୍କୁ ନଷ୍ଟ କରି ତଳିତଳାନ୍ତ କରିଦିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେଉଁମାନେ ଧନୀ ହେବାକୁ ଇଚ୍ଛା କରନ୍ତି, ସେମାନେ ପରୀକ୍ଷା ଓ ଫାନ୍ଦରେ, ପୁଣି, ଅନେକ ପ୍ରକାର ଭୁଲ୍ ଓ କ୍ଷତିଜନକ ଅଭିଳାଷରେ ପଡ଼ନ୍ତି, ଏହିସବୁ ମନୁଷ୍ୟକୁ ଧ୍ୱଂସ ଓ ବିନାଶରୂପ ସାଗରରେ ବୁଡ଼ାଇ ଦିଏ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେଉଁମାନେ ଧନୀ ହେବାକୁ ଇଚ୍ଛା କରନ୍ତି, ସେମାନେ ପରୀକ୍ଷା ଓ ଫାନ୍ଦରେ, ପୁଣି, ଅନେକ ପ୍ରକାର ଭୁଲ୍ ଓ କ୍ଷତିଜନକ ଅଭିଳାଷରେ ପଡ଼ନ୍ତି, ଏହି ସବୁ ମନୁଷ୍ୟକୁ ଧ୍ୱଂସ ଓ ବିନାଶରୂପ ସାଗରରେ ବୁଡ଼ାଇ ଦିଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಜೆ ಕೊನ್ ಅಪ್ನಿ ಸಾವ್ಕಾರ್ ಹೊವ್ಚೆ ಮನುನ್ ಚಿಂತಾ, ತೊ ಪರಿಕ್ಷಾತ್ ಪಡ್ತಾ, ಹಾಳ್ ಕರ್ತಲೆ ಆಶಾತ್ನಿ ಸಿರ್ಕುನ್ ಪಡ್ತಾತ್, ತೆ ತೆಂಕಾ ನಾಸ್ ಕರ್ತಲ್ಯಾತ್ ಅನಿ ಹಾಳ್ ಕರ್ತಲ್ಯಾತ್ ಡಕ್ಲುನ್ ಟಾಕ್ತಾ.