2 Chronicles 34:33 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ଲୋକମାନଙ୍କ ନିକଟରେ ଅନକେ ଦେଶର ଦବୋଦବେୀ ମୂର୍ତ୍ତିମାନ ଥିଲା। କିନ୍ତୁ ଯୋଶିୟ ସହେିସବୁ ଭୟଙ୍କର ମୂର୍ତ୍ତିଗୁଡ଼ିକୁ ଧ୍ବଂସ କରି ଦେଲେ। ଯୋଶିୟଯ ଇଶ୍ରାୟେଲର ସମସ୍ତ ଲୋକଙ୍କୁ ସଦାପ୍ରଭୁ ସମାନଙ୍କେର ପରମେଶ୍ବରଙ୍କର ସବୋ କରାଇଲେ। ଯୋଶିୟଯ ଜୀବିତ ଥିବା ପର୍ୟ୍ଯନ୍ତ ଲୋକମାନେ ସଦାପ୍ରଭୁ, ସୋମନଙ୍କ ପୂର୍ବପୁରୁଷମାନଙ୍କ ପରମେଶ୍ବରଙ୍କର ସବୋ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯୋଶୀୟ ଇସ୍ରାଏଲ-ସନ୍ତାନଗଣର ଅଧିକୃତ ସମସ୍ତ ଦେଶରୁ ଘୃଣାଯୋଗ୍ୟ ସକଳ ବିଷୟ ଦୂର କଲେ ଓ ଇସ୍ରାଏଲ ମଧ୍ୟରେ ବିଦ୍ୟମାନ ସମସ୍ତ ଲୋକଙ୍କୁ ସେବା, ଅର୍ଥାତ୍, ସଦାପ୍ରଭୁ ସେମାନଙ୍କ ପରମେଶ୍ଵରଙ୍କର ସେବା କରାଇଲେ । ସେମାନେ ତାଙ୍କର ଜୀବନ ଯାଏ ସଦାପ୍ରଭୁ ସେମାନଙ୍କ ପିତୃଗଣର ପରମେଶ୍ଵରଙ୍କ ଅନୁଗମନରୁ କ୍ଷା; ନୋହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ଲୋକମାନଙ୍କ ନିକଟରେ ଅନେକ ଦେଶର ଦେବାଦେବୀ ମୂର୍ତ୍ତିମାନ ଥିଲା। କିନ୍ତୁ ଯୋଶିୟ ସେହିସବୁ ଭୟଙ୍କର ମୂର୍ତ୍ତିଗୁଡ଼ିକୁ ଧ୍ୱଂସ କରିଦେଲେ। ଯୋଶିୟ ଇସ୍ରାଏଲର ସମସ୍ତ ଲୋକଙ୍କୁ ସଦାପ୍ରଭୁ ସେମାନଙ୍କର ପରମେଶ୍ୱରଙ୍କର ସେବା କରାଇଲେ। ଯୋଶିୟ ଜୀବିତ ଥିବା ପର୍ଯ୍ୟନ୍ତ ଲୋକମାନେ ସଦାପ୍ରଭୁ, ସେମାନଙ୍କ ପୂର୍ବପୁରୁଷମାନଙ୍କ ପରମେଶ୍ୱରଙ୍କର ସେବା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯୋଶୀୟ ଇସ୍ରାଏଲ-ସନ୍ତାନଗଣର ଅଧିକୃତ ସମସ୍ତ ଦେଶରୁ ଘୃଣାଯୋଗ୍ୟ ସକଳ ବିଷୟ ଦୂର କଲେ ଓ ଇସ୍ରାଏଲ ମଧ୍ୟରେ ବିଦ୍ୟମାନ ସମସ୍ତ ଲୋକଙ୍କୁ ସେବା, ଅର୍ଥାତ୍‍, ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କର ସେବା କରାଇଲେ। ସେମାନେ ତାଙ୍କର ଜୀବନଯାଏ ସଦାପ୍ରଭୁ ସେମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଅନୁଗମନରୁ କ୍ଷାନ୍ତ ନୋହିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯୋଶୀୟ ଇସ୍ରାଏଲ ସନ୍ତାନଗଣର ଅଧିକୃତ ସମସ୍ତ ଦେଶରୁ ଘୃଣାଯୋଗ୍ୟ ସକଳ ବିଷୟ ଦୂର କଲେ ଓ ଇସ୍ରାଏଲ ମଧ୍ୟରେ ବିଦ୍ୟମାନ ସମସ୍ତ ଲୋକଙ୍କୁ ସେବା, ଅର୍ଥାତ୍‍, ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କର ସେବା କରାଇଲେ। ସେମାନେ ତାଙ୍କର ଜୀବନ ଯାଏ ସଦାପ୍ରଭୁ ସେମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଅନୁଗମନରୁ କ୍ଷାନ୍ତ ନୋହିଲେ।