2 Chronicles 5:10 — Compare Translations

5 translations compared side by side

Odia - 1840
"ଦୁଇ ଗୋଟି ପ୍ରସ୍ତର ଫଳକ ବିନା ନିଯମ-ସିନ୍ଦୁକ ମଧିଅରେ ଆଉ କିଛି ନ ଥିଲା। ମାଶାେ 'ହାରେବେ' ପର୍ବତ ରେ ଏହି ଦୁଇଟି ଫଳକକୁ ନିଯମ-ସିନ୍ଦୁକ ମଧିଅରେ ରଖିଥିଲେ। 'ହାରେବେ' ସହେି ସ୍ଥାନ, ଯେଉଁଠା ରେ ସଦାପ୍ରଭୁ ଇଶ୍ରାୟେଲର ଲୋକମାନଙ୍କ ସହିତ ଏକ ଚୁକ୍ତି କରିଥିଲେ। ଇଶ୍ରାୟେଲର ଲୋକମାନେ ମିଶରରୁ ବାହାରି ଆସିବା ପରେ ଏହା ଘଟିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲ-ସନ୍ତାନଗଣ ମିସର ଦେଶରୁ ବାହାର ହୋଇ ଆସିବା ବେଳେ ସଦାପ୍ରଭୁ ସେମାନଙ୍କ ସହିତ ନିୟମ କରିବା ସମୟରେ ମୋଶା ହୋରେବ୍ ନିକଟରେ ଯେଉଁ ଦୁଇ ପ୍ରସ୍ତରଫଳକ ସିନ୍ଦୁକ ମଧ୍ୟରେ ରଖିଥିଲେ, ତଦ୍ଭିନ୍ନ ତହିଁରେ ଆଉ କିଛି ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଇ ଗୋଟି ପ୍ରସ୍ତର ଫଳକ ବିନା ନିୟମ-ସିନ୍ଦୁକ ମଧ୍ୟରେ ଆଉ କିଛି ନ ଥିଲା। ମୋଶା ‘ହୋରେବ’ ପର୍ବତରେ ଏହି ଦୁଇଟି ଫଳକକୁ ନିୟମ-ସିନ୍ଦୁକ ମଧ୍ୟରେ ରଖିଥିଲେ। ‘ହୋରେବ’ ସେହି ସ୍ଥାନ, ଯେଉଁଠାରେ ସଦାପ୍ରଭୁ ଇସ୍ରାଏଲର ଲୋକମାନଙ୍କ ସହିତ ଏକ ଚୁକ୍ତି କରିଥିଲେ। ଇସ୍ରାଏଲର ଲୋକମାନେ ମିଶରରୁ ବାହାରି ଆସିବା ପରେ ଏହା ଘଟିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲ-ସନ୍ତାନଗଣ ମିସର ଦେଶରୁ ବାହାର ହୋଇ ଆସିବା ବେଳେ ସଦାପ୍ରଭୁ ସେମାନଙ୍କ ସହିତ ନିୟମ କରିବା ସମୟରେ ମୋଶା ହୋରେବ ନିକଟରେ ଯେଉଁ ଦୁଇ ପ୍ରସ୍ତର ଫଳକ ସିନ୍ଦୁକ ମଧ୍ୟରେ ରଖିଥିଲେ, ତାହା ବ୍ୟତୀତ ତହିଁରେ ଆଉ କିଛି ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲ ସନ୍ତାନଗଣ ମିସର ଦେଶରୁ ବାହାର ହୋଇ ଆସିବା ବେଳେ ସଦାପ୍ରଭୁ ସେମାନଙ୍କ ସହିତ ନିୟମ କରିବା ସମୟରେ ମୋଶା ହୋରେବ ନିକଟରେ ଯେଉଁ ଦୁଇ ପ୍ରସ୍ତର-ଫଳକ ସିନ୍ଦୁକ ମଧ୍ୟରେ ରଖିଥିଲେ, ତାହା ବ୍ୟତୀତ ତହିଁରେ ଆଉ କିଛି ନ ଥିଲା।