2 Corinthians 1:12 — Compare Translations
7 translations compared side by side
Odia - 1840
"ପୁଣି ଆମ୍ଭେ ସମ୍ପୂର୍ଣ୍ଣ ହୃଦୟର ସହ କହିପାରୁ ଯେ, ଏହି ଜଗତ ରେ ଆମ୍ଭେ ଯାହା କିଛି କରୁଛୁ, ତାହା ସବୁ ଆମ୍ଭେ ପରମେଶ୍ବରଙ୍କଠାରୁ ପାଇଥିବା ଶୁଦ୍ଧ ଓ ଅକପଟ ହୃଦୟ ରେ କହୁଛୁ। ଏଥିପାଇଁ ଆମ୍ଭେ ଗର୍ବିତ। ଏହା ତୁମ୍ଭମାନଙ୍କ ପାଇଁ କରା ଯାଇଥିବା କାର୍ୟ୍ଯ ଦୃଷ୍ଟିରୁ ଏହା ଅଧିକ ସତ୍ଯ। କାରଣ ଆମ୍ଭେ ଏହା ଜାଗତିକ ଜ୍ଞାନ ରେ ନୁହେଁ ମାତ୍ର ପରମେଶ୍ବରଙ୍କ କୃପାରୁ କରୁଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜଗତରେ, ବିଶେଷତଃ ତୁମ୍ଭମାନଙ୍କ ପ୍ରତି, ଆମ୍ଭେମାନେ ସାଂସାରିକ ଜ୍ଞାନରେ ଆଚରଣ ନ କରି ବରଂ ଈଶ୍ଵରଙ୍କ ଅନୁଗ୍ରହରେ, ତାହାଙ୍କ ପବିତ୍ର ଓ ସରଳ ଭାବ ଅନୁସାରେ ଆଚରଣ କରିଥିଲୁ ବୋଲି ଆମ୍ଭମାନଙ୍କର ବିବେକ ଯେ ସାକ୍ଷ୍ୟ ଦେଉଅଛି, ଏହା ଆମ୍ଭମାନଙ୍କ ଦର୍ପର ବିଷୟ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଜଗତରେ ଜୀବନ ଓ ବିଶେଷରେ ତୁମ୍ଭମାନଙ୍କ ସହିତ ଆମର ସର୍ମ୍ପକ ଈଶ୍ୱରଦତ୍ତ ପବିତ୍ରତା ଓ ବିଶ୍ବସ୍ତତା ଦ୍ୱାରା ପରିଚାଳିତ ବୋଲି ଆମ ବିବେକର ସାକ୍ଷ୍ୟ। ଏଥିପାଇଁ ଆମ ମନରେ ଗର୍ବ ହୁଏ। ମାନବିକ ଜ୍ଞାନରେ ନୁହେଁ, ମାତ୍ର ଐଶ୍ୱରିକ ଜ୍ଞାନରେ ଏହା କରିବାକୁ ଆମେ ସକ୍ଷମ ହୋଇଛୁ।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲଙ୍କ ଯୋଜନାରେ ପରିବର୍ତ୍ତନ ପୁଣି ଆମ୍ଭେ ସମ୍ପୂର୍ଣ୍ଣ ହୃଦୟର ସହ କହିପାରୁ ଯେ, ଏହି ଜଗତରେ ଆମ୍ଭେ ଯାହାକିଛି କରୁଛୁ, ତାହା ସବୁ ଆମ୍ଭେ ପରମେଶ୍ୱରଙ୍କଠାରୁ ପାଇଥିବା ଶୁଦ୍ଧ ଓ ଅକପଟ ହୃଦୟରେ କହୁଛୁ। ଏଥିପାଇଁ ଆମ୍ଭେ ଗର୍ବିତ। ଏହା ତୁମ୍ଭମାନଙ୍କ ପାଇଁ କରା ଯାଇଥିବା କାର୍ଯ୍ୟ ଦୃଷ୍ଟିରୁ ଏହା ଅଧିକ ସତ୍ୟ। କାରଣ ଆମ୍ଭେ ଏହା ଜାଗତିକ ଜ୍ଞାନରେ ନୁହେଁ ମାତ୍ର ପରମେଶ୍ୱରଙ୍କ କୃପାରୁ କରୁଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜଗତରେ, ବିଶେଷତଃ ତୁମ୍ଭମାନଙ୍କ ପ୍ରତି, ଆମ୍ଭେମାନେ ସାଂସାରିକ ଜ୍ଞାନରେ ଆଚରଣ ନ କରି ବରଂ ଈଶ୍ବରଙ୍କ ଅନୁଗ୍ରହରେ, ତାହାଙ୍କ ପବିତ୍ର ଓ ସରଳ ଭାବାନୁସାରେ ଆଚରଣ କରିଥିଲୁ ବୋଲି ଆମ୍ଭମାନଙ୍କର ବିବେକ ଯେ ସାକ୍ଷ୍ୟ ଦେଉଅଛି, ଏହା ଆମ୍ଭମାନଙ୍କ ଦର୍ପର ବିଷୟ।
Odia IRV 2017 (ଓଡିଆ ବାଇବେଲ)
ଜଗତରେ, ବିଶେଷତଃ ତୁମ୍ଭମାନଙ୍କ ପ୍ରତି, ଆମ୍ଭେମାନେ ସାଂସାରିକ ଜ୍ଞାନରେ ଆଚରଣ ନ କରି ବରଂ ଈଶ୍ୱରଙ୍କ ଅନୁଗ୍ରହରେ, ତାହାଙ୍କ ପବିତ୍ର ଓ ସରଳ ଭାବଅନୁସାରେ ଆଚରଣ କରିଥିଲୁ ବୋଲି ଆମ୍ଭମାନଙ୍କର ବିବେକ ଯେ ସାକ୍ଷ୍ୟ ଦେଉଅଛି, ଏହା ଆମ୍ଭମାନଙ୍କ ଦର୍ପର ବିଷୟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಎಕ್ ವಿಶಯಾತ್ ಅಮ್ಕಾ ಅಭಿಮಾನ್ ದಿಸ್ತಾ; ಸಗ್ಳ್ಯಾ ಮಾನ್ಸಾಂಚ್ಯಾ ಮದ್ದಿ ಅನಿ ವಿಶೆಸ್ ರಿತಿನ್ ತುಮ್ಚ್ಯಾ ಮದ್ದಿ ಬೊಲ್ತಾನಾ, ಅಮ್ಚಿ ಚಾಲ್ ಪ್ರಾಮಾನಿಕ್ ಅನಿ ದೆವಾಚ್ಯಾ ಭಿಂಯಾನ್ ಭರಲ್ಲಿ ಹಾಯ್ ಮನುನ್ ಅಮ್ಚೊ ಭುತ್ತುರ್ಲೊ ಮನ್ ಅಮ್ಕಾ ಸಾಕ್ಷಿ ದಿತಾ. ಜಗಾಚೆ ಶಾನ್ಪಾನ್ ನ್ಹಯ್, ದೆವಾಚಿ ಕುರ್ಪಾಚ್ ಅಮ್ಚ್ಯಾ ಹ್ಯಾ ಚಾಲಿಕ್ ಪ್ರೆರನ್.