2 Corinthians 11:2 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭ ପ୍ରତି ଇର୍ଷା କରିଲି, ଏହା ପରମେଶ୍ବରଙ୍କ ଦତ୍ତ ମନୋଭାବ। ମୁଁ ପ୍ରତିଜ୍ଞା କରିଥିଲି ଯେ, ତୁମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ପବିତ୍ର ସତୀକନ୍ଯା ହବୋ ପାଇଁ ତାହାଙ୍କଠା ରେ ସମର୍ପିତ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଈଶ୍ଵରଙ୍କ ବିଷୟକ ଉଦ୍ଯୋଗରେ ମୁଁ ତୁମ୍ଭମାନଙ୍କ ନିମନ୍ତେ ଉଦ୍ଯୋଗୀ, ଯେଣୁ ମୁଁ ତୁମ୍ଭମାନଙ୍କୁ ସତୀ କନ୍ୟା ସଦୃଶ ଏକ ସ୍ଵାମୀଠାରେ, ଅର୍ଥାତ୍, ଖ୍ରୀଷ୍ଟଙ୍କଠାରେ, ସମର୍ପଣ କରିବା ନିମନ୍ତେ ବାଗ୍ଦାନ କରିଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କ ସମ୍ବନ୍ଧରେ ଏକ ଐଶ୍ୱରିକ ଈର୍ଷାଭାବ ମୋ’ ଅନ୍ତରରେ ଅଛି। କାରଣ ତୁମ୍ଭେମାନେ ପବିତ୍ୟ କୁମାରୀ ପରି। ଏକମାତ୍ର ବର ଖ୍ରୀଷ୍ଟଙ୍କ ସହିତ ତୁମ୍ଭମାନଙ୍କର ମିଳନ କରାଉ ଦେବା ନିମନ୍ତେ ମୁଁ ପ୍ରତିଜ୍ଞା କରିଅଛି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭ ପ୍ରତି ଈର୍ଷା କରିଲି, ଏହା ପରମେଶ୍ୱରଙ୍କ ଦତ୍ତ ମନୋଭାବ। ମୁଁ ପ୍ରତିଜ୍ଞା କରିଥିଲି ଯେ, ତୁମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ପବିତ୍ର ସତୀକନ୍ୟା ହେବା ପାଇଁ ତାହାଙ୍କଠାରେ ସମର୍ପିତ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଈଶ୍ବରଙ୍କ ବିଷୟକ ଉଦ୍‌ଯୋଗରେ ମୁଁ ତୁମ୍ଭମାନଙ୍କ ନିମନ୍ତେ ଉଦ୍‍ଯୋଗୀ, ଯେଣୁ ମୁଁ ତୁମ୍ଭମାନଙ୍କୁ ସତୀ କନ୍ୟା ସଦୃଶ ଏକ ସ୍ୱାମୀଠାରେ, ଅର୍ଥାତ୍‍, ଖ୍ରୀଷ୍ଟଙ୍କଠାରେ, ସମର୍ପଣ କରିବା ନିମନ୍ତେ ବାଗ୍‍ଦାନ କରିଅଛି।
Odia IRV 2017 (ଓଡିଆ ବାଇବେଲ)
କାରଣ ଈଶ୍ୱରଙ୍କ ବିଷୟକ ଉଦ୍‍ଯୋଗରେ ମୁଁ ତୁମ୍ଭମାନଙ୍କ ନିମନ୍ତେ ଉଦ୍‍ଯୋଗୀ, ଯେଣୁ ମୁଁ ତୁମ୍ଭମାନଙ୍କୁ ସତୀ କନ୍ୟା ସଦୃଶ ଏକ ସ୍ୱାମୀଠାରେ, ଅର୍ଥାତ୍‍, ଖ୍ରୀଷ୍ଟଙ୍କଠାରେ, ସମର୍ପଣ କରିବା ନିମନ୍ତେ ବାଗ୍‍ଦାନ କରିଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾ ವಿಶಯಾತ್ ದೆವಾಕ್ ಹಾಯ್ ತಸ್ಲಿಚ್ ಉರ್ಬಾ ಮಾಕಾಬಿ ಹಾಯ್. ಕಶ್ಯಾಕ್ ಮಟ್ಲ್ಯಾರ್ ಮಿಯಾ ತುಮ್ಕಾ ಎಕ್ ಘೊಮನ್ಸಾಕ್ಡೆ ಲಗಿನ್ ಕರುನ್ ದಿಲಾ, ಎಕ್ ಖರ್‍ಯಾ ಪವಿತ್ರ್ ನಿಂಬ್ಯಾ ಚೆಡ್ವಾಚ್ಯಾ ಸರ್ಕೆ ತುಮ್ಕಾ ಕ್ರಿಸ್ತಾಚಿ ಬಾಯ್ಕೊ ಕರುನ್ ದಿಲ್ಲೆ ಹಾಯ್.