2 Corinthians 5:1 — Compare Translations
7 translations compared side by side
Odia - 1840
"ଆପଣ ଜାଣନ୍ତି ଯେ, ଆମ୍ଭର ଶରୀରରୂପ ତମ୍ବୁ ଯେଉଁଥି ରେ ଆମ୍ଭେ ରହିଛୁ, ତାହା ନଷ୍ଟ ହବେ। ଏପରି ଘଟିଲା ପରେ ପରମେଶ୍ବରଙ୍କ ସହିତ ବାସ କରିବା ନିମନ୍ତେ ଏକ ଗୃହ ଆମ୍ଭକୁ ଦବେେ। ଏହା ମଣିଷ ଦ୍ବାରା ନିର୍ମିତ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯଦି ଆମ୍ଭମାନଙ୍କର ଏହି ତମ୍ଵୁରୂପ ପାର୍ଥିବ ଗୃହ ଭାଙ୍ଗିଯାଏ, ତେବେ ଈଶ୍ଵରକୃତ ଅହସ୍ତନିର୍ମିତ ଆମ୍ଭମାନଙ୍କର ଏକ ଅନନ୍ତକାଳସ୍ଥାୟୀ ଗୃହ ଯେ ସ୍ଵର୍ଗରେ ଅଛି, ଏହା ଆମ୍ଭେମାନେ ଜାଣୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମେ ଜାଣୁ, ଯେଉଁ ପାର୍ଥିବ ଶରୀରରୂପ ତମ୍ବୁରେ ଆମେ ଏବେ ବାସ କରୁଛୁ, ତାହା ଧ୍ୱଂସ ପାଇଗଲେ, ଆମକୁ ଈଶ୍ୱର ସ୍ୱର୍ଗରେ ଏକ ଚିରସ୍ଥାୟୀ ଗୃହ ଯୋଗାଇ ଦେବେ। ତାହା ମନୁଷ୍ୟ ହସ୍ତନିମତ ନୁହେଁ- ସ୍ୱୟଂ ଈଶ୍ୱର ତାହାରନିର୍ମାତା।
Odia Bible ERV 2004 (ପବିତ୍ର ବାଇବଲ)
ଆପଣ ଜାଣନ୍ତି ଯେ, ଆମ୍ଭର ଶରୀରରୂପ ତମ୍ବୁ ଯେଉଁଥିରେ ଆମ୍ଭେ ରହିଛୁ, ତାହା ନଷ୍ଟ ହେବ। ଏପରି ଘଟିଲା ପରେ ପରମେଶ୍ୱରଙ୍କ ସହିତ ବାସ କରିବା ନିମନ୍ତେ ଏକ ଗୃହ ଆମ୍ଭକୁ ଦେବେ। ଏହା ମଣିଷ ଦ୍ୱାରା ନିର୍ମିତ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯଦି ଆମ୍ଭମାନଙ୍କର ଏହି ତମ୍ବୁରୂପ ପାର୍ଥିବ ଗୃହ ଭାଙ୍ଗିଯାଏ, ତେବେ ଈଶ୍ବରକୃତ ଅହସ୍ତନିର୍ମିତ ଆମ୍ଭମାନଙ୍କର ଏକ ଅନନ୍ତକାଳସ୍ଥାୟୀ ଗୃହ ଯେ ସ୍ୱର୍ଗରେ ଅଛି, ଏହା ଆମ୍ଭେମାନେ ଜାଣୁ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯଦି ଆମ୍ଭମାନଙ୍କର ଏହି ତମ୍ବୁରୂପ ପାର୍ଥିବ ଗୃହ ଭାଙ୍ଗିଯାଏ, ତେବେ ଈଶ୍ୱରକୃତ ଅହସ୍ତନିର୍ମିତ ଆମ୍ଭମାନଙ୍କର ଏକ ଅନନ୍ତକାଳସ୍ଥାୟୀ ଗୃହ ଯେ ସ୍ୱର୍ଗରେ ଅଛି, ଏହା ଆମ୍ଭେମାନେ ଜାଣୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜಗಾತ್ ಹೊತ್ತಿ ಅಮ್ಚೆ ಬಿಡಾರ್ ಮಟ್ಲ್ಯಾರ್ ಅಮ್ಚೆ ಆಂಗ್ ಮನ್ತಲೆ ಮೊಡುನ್ ಗೆಲ್ಯಾರ್ ಬಿ, ದೆವಾನ್ ತಯಾರ್ ಕರಲ್ಲೆ ಮಟ್ಲ್ಯಾರ್ ಹಾತಿನ್ ಭಾಂದಿನಸಲ್ಲೆ ಸರ್ವತಾಕ್ ರ್ಹಾತಲೆ ಘರ್ ಅಮ್ಕಾ ತಯಾರ್ ಹಾಯ್ ಮನುನ್ ಅಮ್ಕಾ ಗೊತ್ತ್ ಹಾಯ್.