2 Corinthians 6:16 — Compare Translations

7 translations compared side by side

Odia - 1840
"ପରମେଶ୍ବରଙ୍କ ମନ୍ଦିର ଓ ମୂର୍ତ୍ତିଗୁଡ଼ିକ ମଧିଅରେ ଚୁକ୍ତି ହାଇେ ପାରିବ ନାହିଁ, କାରଣ ଆମ୍ଭେ ହେଉଛୁ ପରମେଶ୍ବରଙ୍କ ମନ୍ଦିର। ଯେପରି ପରମେଶ୍ବର କହିଛନ୍ତି:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରତିମା ସହିତ ଈଶ୍ଵରଙ୍କ ମନ୍ଦିରର କି ସମ୍ଵନ୍ଧ? କାରଣ ଆମ୍ଭେମାନେ ଜୀବିତ ଈଶ୍ଵରଙ୍କ ମନ୍ଦିର ଅଟୁ, ଯେପରି ଈଶ୍ଵର କହିଅଛନ୍ତି, ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା, ଆଉ ସେମାନଙ୍କ ମଧ୍ୟରେ ଭ୍ରମଣ କରିବା; ଆମ୍ଭେ ସେମାନଙ୍କ ଈଶ୍ଵର ହେବା, ଆଉ ସେମାନେ ଆମ୍ଭର ଲୋକ ହେବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କ ମନ୍ଦିରରେ କିପରି ପ୍ରତିମାର ପ୍ରତିଷ୍ଟା ହେଇପାରେ? ଆମେମାନେ ତ ଜୀବନ୍ତ ଈଶ୍ବରଙ୍କ ମନ୍ଦିର, କାରଣ ଈଶ୍ୱର ନିଜେ କହି ଅଛନ୍ତି, “ମୋର ଲୋକମାନଙ୍କ ସହିତ ମୁଁ ବାସ କରିବି ଓ ସେମାନଙ୍କ ମଧ୍ୟରେ ବିଚରଣ କରିବି; ମୁଁ ସେମାନଙ୍କ ଈଶ୍ୱର ହେବି ଓ ସେମାନେ ମୋର ନିଚ ଲୋକ ହେବେ।”
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ମନ୍ଦିର ଓ ମୂର୍ତ୍ତିଗୁଡ଼ିକ ମଧ୍ୟରେ ଚୁକ୍ତି ହୋଇ ପାରିବ ନାହିଁ, କାରଣ ଆମ୍ଭେ ହେଉଛୁ ପରମେଶ୍ୱରଙ୍କ ମନ୍ଦିର। ଯେପରି ପରମେଶ୍ୱର କହିଛନ୍ତି: “ମୁଁ ସେମାନଙ୍କ ସହିତ ରହିବି ଓ ସେମାନଙ୍କ ସହିତ ଗ୍ଭଲିବି, ମୁଁ ସେମାନଙ୍କର ପରମେଶ୍ୱର ହେବି ଓ ସେମାନେ ମୋର ଲୋକ ହେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରତିମା ସହିତ ଈଶ୍ବରଙ୍କ ମନ୍ଦିରର କି ସମ୍ବନ୍ଧ? କାରଣ ଆମ୍ଭେମାନେ ଜୀବିତ ଈଶ୍ବରଙ୍କ ମନ୍ଦିର ଅଟୁ, ଯେପରି ଈଶ୍ବର କହିଅଛନ୍ତି, “ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା, ଆଉ ସେମାନଙ୍କ ମଧ୍ୟରେ ଭ୍ରମଣ କରିବା; ଆମ୍ଭେ ସେମାନଙ୍କ ଈଶ୍ବର ହେବା, ଆଉ ସେମାନେ ଆମ୍ଭର ଲୋକ ହେବେ।”
Odia IRV 2017 (ଓଡିଆ ବାଇବେଲ)
ପ୍ରତିମା ସହିତ ଈଶ୍ୱରଙ୍କ ମନ୍ଦିରର କି ସମ୍ବନ୍ଧ? କାରଣ ଆମ୍ଭେମାନେ ଜୀବିତ ଈଶ୍ୱରଙ୍କ ମନ୍ଦିର ଅଟୁ, ଯେପରି ଈଶ୍ୱର କହିଅଛନ୍ତି, ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା, ଆଉ ସେମାନଙ୍କ ମଧ୍ୟରେ ଭ୍ରମଣ କରିବା; ଆମ୍ଭେ ସେମାନଙ୍କ ଈଶ୍ୱର ହେବା, ଆଉ ସେମାନେ ଆମ୍ଭର ଲୋକ ହେବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಾಂಗಾ ಮಾಕಾ ದೆವಾಚ್ಯಾ ಗುಡಿಚ್ಯಾ ವಾಂಗ್ಡಾ ದುಸ್ರ್ಯಾ ಮುರ್ತಿಯಾಕ್ನಿ ಗೌರವ್ ದಿವ್ಕ್ ಹೊತಾ ಕಾಯ್? ಅಮಿಚ್ ಝಿತ್ತ್ಯಾ ದೆವಾಚೆ ಗುಡಿ! ಹೆಚ್ಯಾ ವಿಶಯಾತ್ ದೆವಾನುಚ್ ಸಾಂಗಲ್ಲೆ ಹಾಯ್, “ಮಿಂಯಾ ಮಾಜ್ಯಾ ಲೊಕಾಂಚ್ಯಾ ಮದ್ದಿ ರಾತಾ, ತೆಂಚ್ಯಾ ಭುತ್ತುರ್ ಮಿಯಾ ವಸ್ತಿ ಕರ್‍ತಾ, ಮಿಯಾ ತೆಂಚೊ ದೆವ್ ಹೊತಾ, ತೆನಿ ಮಾಜಿ ಲೊಕಾ ಹೊತ್ಯಾತ್.”