2 Kings 21:3 — Compare Translations
5 translations compared side by side
Odia - 1840
"ତାଙ୍କର ପିତା ହିଜକିଯ ଯେଉଁ ଉଚ୍ଚସ୍ଥଳୀଗୁଡିକୁ ଧ୍ବଂସ କରିଥିଲେ, ସେ ପୁନର୍ବାର ସଗେୁଡିକୁ ନିର୍ମାଣ କଲେ। ଇଶ୍ରାୟେଲର ଆହାବ୍ ରାଜାଙ୍କ ପରି ସେ ବାଲ୍ ନିମନ୍ତେ ୟଜ୍ଞବଦେି ପ୍ରସ୍ତୁତ କଲେ ଓ ଆଶରୋ ମୂର୍ତ୍ତୀ ନିର୍ମାଣ କଲେ। ଆଉ ମଧ୍ଯ ସେ ସ୍ବର୍ଗସ୍ଥ ସମସ୍ତ ନକ୍ଷତ୍ରଙ୍କୁ ପୂଜା କରି ସମାନଙ୍କେର ସବୋ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତାଙ୍କର ପିତା ହିଜକୀୟ ଯେଉଁ ଉଚ୍ଚସ୍ଥଳୀମାନ ବିନାଶ କରିଥିଲେ, ସେ ପୁନର୍ବାର ତାହାସବୁ ନିର୍ମାଣ କଲେ ଓ ଇସ୍ରାଏଲର ଆହାବ ରାଜା ଯେପରି କରିଥିଲେ, ସେପରି ସେ ବାଲ୍ ନିମନ୍ତେ ଯଜ୍ଞବେଦି ପ୍ରସ୍ତୁତ କଲେ ଓ ଆଶେରାମୂର୍ତ୍ତି ନିର୍ମାଣ କଲେ ଓ ଆକାଶସ୍ଥ ସକଳ ବାହିନୀକି ପୂଜା କରି ସେମାନଙ୍କର ସେବା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କର ପିତା ହିଜକିୟ ଯେଉଁ ଉଚ୍ଚସ୍ଥଳୀଗୁଡ଼ିକୁ ଧ୍ୱଂସ କରିଥିଲେ, ସେ ପୁନର୍ବାର ସେଗୁଡ଼ିକୁ ନିର୍ମାଣ କଲେ। ଇସ୍ରାଏଲର ଆହାବ ରାଜାଙ୍କ ପରି ସେ ବାଲ୍ ନିମନ୍ତେ ଯଜ୍ଞବେଦି ପ୍ରସ୍ତୁତ କଲେ ଓ ଆଶେରା ମୂର୍ତ୍ତି ନିର୍ମାଣ କଲେ। ଆଉ ମଧ୍ୟ ସେ ସ୍ୱର୍ଗସ୍ଥ ସମସ୍ତ ନକ୍ଷତ୍ରଙ୍କୁ ପୂଜା କରି ସେମାନଙ୍କର ସେବା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତାଙ୍କର ପିତା ହିଜକୀୟ ଯେଉଁ ଉଚ୍ଚସ୍ଥଳୀମାନ ବିନାଶ କରିଥିଲେ, ସେ ପୁନର୍ବାର ତାହାସବୁ ନିର୍ମାଣ କଲେ ଓ ଇସ୍ରାଏଲର ରାଜା ଆହାବ ଯେପରି କରିଥିଲେ, ସେପରି ସେ ବାଲ୍ ନିମନ୍ତେ ଯଜ୍ଞବେଦିମାନ ପ୍ରସ୍ତୁତ କଲେ, ଓ ଆଶେରା ମୂର୍ତ୍ତି ନିର୍ମାଣ କଲେ, ଓ ଆକାଶସ୍ଥ ବାହିନୀ ସକଳକୁ ପୂଜା କରି ସେମାନଙ୍କର ସେବା କଲେ।
Odia IRV 2017 (ଓଡିଆ ବାଇବେଲ)