2 Kings 23:16 — Compare Translations

5 translations compared side by side

Odia - 1840
"ଏହାପରେ ଯୋଶିୟଯ ଚତୁର୍ଦ୍ଦିଗକୁ ଚାହିଁଲା ବେଳେ ସଠାେରେ ପର୍ବତ ଉପରେ କବରମାନ ଦେଖିଲେ। ତହୁଁ ସେ ଲୋକ ପଠାଇ ସହେି କବରମାନଙ୍କର ଅସ୍ଥି ଅଣାଇଲେ। ଆଉ ପରମେଶ୍ବରଙ୍କ ଲୋକ ପୂର୍ବେ ଯେପରି ପ୍ରଚାର କରିଥିଲେ। ତାଙ୍କ ପ୍ରଚାରିତ ସଦାପ୍ରଭୁଙ୍କ ବାକ୍ଯାନୁସା ରେ ସହେି ୟଜ୍ଞବଦେୀ ଉପରେ ସହେି ଅସ୍ଥି ସବୁ ୟଜ୍ଞବଦେୀ ଉପରେ ରଖିଲେ ଓ ଦଗ୍ଧ କରି ଅଶୁଚି କଲେ। ଏହି ସମୟରେ ପରମେଶ୍ବର ଲୋକଙ୍କ ଦୃଷ୍ଟି ରେ ଦେଖିଲେ ଯେ, ୟୋରବିଯାମ ୟଜ୍ଞବଦେୀ ପାଖ ରେ ଛିଡା ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଯୋଶୀୟ ମୁଖ ଫେରାଇବା ବେଳେ ସେଠା ପର୍ବତସ୍ଥିତ କବରମାନ ଦେଖିଲେ; ତହୁଁ ସେ ଲୋକ ପଠାଇ ସେହି କବରରୁ ଅସ୍ଥି ଅଣାଇଲେ, ଆଉ ପରମେଶ୍ଵରଙ୍କର ଯେଉଁ ଲୋକ ପୂର୍ବେ ଏହିସବୁ ବିଷୟ ପ୍ରଚାର କରିଥିଲେ, ତାଙ୍କ ପ୍ରଚାରିତ ସଦାପ୍ରଭୁଙ୍କ ସେହି ବାକ୍ୟାନୁସାରେ ସେହି ଯଜ୍ଞବେଦି ଉପରେ ସେହି ଅସ୍ଥିସବୁ ଦଗ୍ଧ କରି ତାହା ଅଶୁଚି କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯୋଶିୟ ଚତୁର୍ଦ୍ଦିଗକୁ ଗ୍ଭହିଁଲା ବେଳେ ସେଠାରେ ପର୍ବତ ଉପରେ କବରମାନ ଦେଖିଲେ। ତହୁଁ ସେ ଲୋକ ପଠାଇ ସେହି କବରମାନଙ୍କର ଅସ୍ଥି ଅଣାଇଲେ। ଆଉ ପରମେଶ୍ୱରଙ୍କ ଲୋକ ପୂର୍ବେ ଯେପରି ପ୍ରଗ୍ଭର କରିଥିଲେ, ତାଙ୍କ ପ୍ରଗ୍ଭରିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେହି ଯଜ୍ଞବେଦି ଉପରେ ସେହି ଅସ୍ଥିସବୁ ରଖିଲେ ଓ ଦ‌ଗ୍‌ଧ କରି ଅଶୁଚି କଲେ। ଏହି ସମୟରେ ପରମେଶ୍ୱର ଲୋକଙ୍କ ଦୃଷ୍ଟିରେ ଦେଖିଲେ ଯେ, ଯାରବିୟାମ ଯଜ୍ଞବେଦି ପାଖରେ ଛିଡ଼ା ହୋଇଛି। ତା’ପରେ ଯୋଶିୟ ପରମେଶ୍ୱରଙ୍କ ଲୋକର କବର ଦେଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯୋଶୀୟ ମୁଖ ଫେରାଇବା ବେଳେ ସେଠାର ପର୍ବତସ୍ଥିତ କବରମାନ ଦେଖିଲେ। ତହୁଁ ସେ ଲୋକ ପଠାଇ ସେହି କବରରୁ ଅସ୍ଥି ଅଣାଇଲେ, ଆଉ ପରମେଶ୍ୱରଙ୍କର ଯେଉଁ ଲୋକ ପୂର୍ବେ ଏହିସବୁ ବିଷୟ ପ୍ରଚାର କରିଥିଲେ, ତାଙ୍କ ପ୍ରଚାରିତ ସଦାପ୍ରଭୁଙ୍କ ସେହି ବାକ୍ୟାନୁସାରେ ସେହି ଯଜ୍ଞବେଦି ଉପରେ ସେହି ଅସ୍ଥିସବୁ ଦଗ୍ଧ କରି ତାହା ଅଶୁଚି କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯୋଶୀୟ ମୁଖ ଫେରାଇବା ବେଳେ ସେଠାର ପର୍ବତସ୍ଥିତ କବରମାନ ଦେଖିଲେ। ତହୁଁ ସେ ଲୋକ ପଠାଇ ସେହି କବରରୁ ଅସ୍ଥି ଅଣାଇଲେ, ଆଉ ପରମେଶ୍ୱରଙ୍କର ଯେଉଁ ଲୋକ ପୂର୍ବେ ଏହିସବୁ ବିଷୟ ପ୍ରଚାର କରିଥିଲେ, ତାଙ୍କ ପ୍ରଚାରିତ ସଦାପ୍ରଭୁଙ୍କ ସେହି ବାକ୍ୟାନୁସାରେ ସେହି ଯଜ୍ଞବେଦି ଉପରେ ସେହି ଅସ୍ଥିସବୁ ଦଗ୍ଧ କରି ତାହା ଅଶୁଚି କଲେ।