2 Kings 23:4 — Compare Translations
5 translations compared side by side
Odia - 1840
"ପୁଣି ରାଜା ସଦାପ୍ରଭୁଙ୍କ ମନ୍ଦିରରୁ ବାଲର, ଆଶରୋମୂର୍ତ୍ତୀର ଓ ସ୍ବର୍ଗସ୍ଥ ସମସ୍ତ ବାହିନୀ ଓ ମିଥ୍ଯା ଦବେତାମାନଙ୍କ ନିମନ୍ତେ ନିର୍ମିତ ସକଳ ସାମଗ୍ରୀ ବାହାର କରି ଆଣିବା ପାଇଁ ହିଲକିଯ ମହାୟାଜକକୁ, ଦ୍ବିତୀୟ ଶ୍ ରଣେୀର ଯାଜକମାନଙ୍କୁ ଓ ଦ୍ବାରପାଳ ମାନଙ୍କୁ ଆଦେଶ କଲେ। ତା'ପରେ ଯୋଶିୟଯ ରାଜା ସେ ସମସ୍ତ ଦ୍ରବ୍ଯକୁ ୟିରୁଶାଲମର ବାହା ରେ କିଦ୍ରୋଣ ଉପତ୍ୟକା ରେ ଦଗ୍ଧ କଲେ ଓ ତାହାର ଭସ୍ମ ବୈଥଲକେୁ ନଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ରାଜା ସଦାପ୍ରଭୁଙ୍କ ମନ୍ଦିରରୁ ବାଲ୍ର ଓ ଆଶେରାମୂର୍ତ୍ତିର ଓ ଆକାଶସ୍ଥ ସମସ୍ତ ବାହିନୀର ନିମନ୍ତେ ନିର୍ମିତ ସକଳ ସାମଗ୍ରୀ ବାହାର କରି ଆଣିବା ପାଇଁ ହିଲ୍କୀୟ ମହାଯାଜକକୁ ଓ ଦ୍ଵିତୀୟ ଶ୍ରେଣୀର ଯାଜକମାନଙ୍କୁ ଓ ଦ୍ଵାରପାଳମାନଙ୍କୁ ଆଜ୍ଞା କଲେ; ତହୁଁ ସେ ଯିରୂଶାଲମର ବାହାରେ କିଦ୍ରୋଣ-ପଦାରେ ତାହାସବୁ ଦଗ୍ଧ କରି ତହିଁର ଭସ୍ମ ବୈଥେଲକୁ ନେଇଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ରାଜା ସଦାପ୍ରଭୁଙ୍କ ମନ୍ଦିରରୁ ବାଲ୍ର, ଆଶେରାମୂର୍ତ୍ତିର ଓ ସ୍ୱର୍ଗସ୍ଥ ସମସ୍ତ ବାହିନୀ ଓ ମିଥ୍ୟା ଦେବତାମାନଙ୍କ ନିମନ୍ତେ ନିର୍ମିତ ସକଳ ସାମଗ୍ରୀ ବାହାର କରି ଆଣିବା ପାଇଁ ହିଲ୍କିୟ ମହାଯାଜକକୁ, ଦ୍ୱିତୀୟ ଶ୍ରେଣୀର ଯାଜକମାନଙ୍କୁ ଓ ଦ୍ୱାରପାଳମାନଙ୍କୁ ଆଦେଶ କଲେ। ତା’ପରେ ଯୋଶିୟ ରାଜା ସେ ସମସ୍ତ ଦ୍ରବ୍ୟକୁ ଯିରୁଶାଲମର ବାହାରେ କିଦ୍ରୋଣ ଉପତ୍ୟକାରେ ଦଗ୍ଧ କଲେ ଓ ତାହାର ଭସ୍ମ ବୈଥେଲ୍କୁ ନେଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ରାଜା ଯୋଶୀୟ ସଦାପ୍ରଭୁଙ୍କ ମନ୍ଦିରରୁ ବାଲ୍ର ଓ ଆଶେରା ମୂର୍ତ୍ତିର ଓ ଆକାଶସ୍ଥ ବାହିନୀ ସକଳ ନିମନ୍ତେ ନିର୍ମିତ ସକଳ ସାମଗ୍ରୀ ବାହାର କରି ଆଣିବା ପାଇଁ ହିଲ୍କୀୟ ମହାଯାଜକକୁ ଓ ଦ୍ୱିତୀୟ ଶ୍ରେଣୀର ଯାଜକମାନଙ୍କୁ ଓ ଦ୍ୱାରପାଳମାନଙ୍କୁ ଆଜ୍ଞା କଲେ; ତହୁଁ ସେ ଯିରୂଶାଲମର ବାହାରେ କିଦ୍ରୋଣ ପଦାରେ ତାହାସବୁ ଦଗ୍ଧ କରି ତହିଁର ଭସ୍ମ ବେଥେଲ୍କୁ ନେଇଗଲେ।
Odia IRV 2017 (ଓଡିଆ ବାଇବେଲ)