2 Kings 23:8 — Compare Translations

5 translations compared side by side

Odia - 1840
"ସେ ସମୟରେ ଯାଜକମାନେ ବଳିଦାନ ୟିରୁଶାଲମସ୍ଥିତ ସଦାପ୍ରଭୁଙ୍କ ୟଜ୍ଞବଦେୀ ନିକଟକୁ ଆଣିଲେ ନାହିଁ। ସମାନେେ ଯିହୁଦା ନଗର ଚତୁର୍ଦ୍ଦିଗ ରେ ରହିଲେ ଓ ସହେି ନଗରଗୁଡିକର ଉଚ୍ଚ ସ୍ଥଳିମାନଙ୍କ ରେ ଦ୍ବୀପ ଓ ନବୈେଦ୍ଯ ଜଳାଇଲେ। ସହେି ଉଚ୍ଚସ୍ଥଳୀଗୁଡିକ ଗବୋଠାରୁ ବରେଶବୋ ପର୍ୟ୍ଯନ୍ତ ଲାଗି ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଯିହୁଦାର ନାନା ନଗରରୁ ସମସ୍ତ ଯାଜକଙ୍କୁ ଆଣିଲେ ଓ ଗେବାଠାରୁ ବେର୍ଶେବା ପର୍ଯ୍ୟନ୍ତ ଯେ ଯେ ସ୍ଥାନରେ ଯାଜକମାନେ ଧୂପ ଜ୍ଵଳାଇଥିଲେ, ସେସବୁ ଉଚ୍ଚସ୍ଥଳୀ ଅଶୁଚି କଲେ । ପୁଣି ସେ ନଗର-ଦ୍ଵାରରେ ପ୍ରବେଶକାରୀ ମନୁଷ୍ୟର ବାମ ଦିଗସ୍ଥିତ, ନଗରାଧ୍ୟକ୍ଷ ଯିହୋଶୂୟର ଦ୍ଵାର-ପ୍ରବେଶସ୍ଥାନ ନିକଟବର୍ତ୍ତୀ ନଗର-ଦ୍ଵାରର ଉଚ୍ଚସ୍ଥଳୀସକଳ ଭାଙ୍ଗି ପକାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସମୟରେ ଯାଜକମାନେ ବଳିଦାନ ଯିରୁଶାଲମସ୍ଥିତ ସଦାପ୍ରଭୁଙ୍କ ଯଜ୍ଞବେଦି ନିକଟକୁ ଆଣିଲେ ନାହିଁ। ସେମାନେ ଯିହୁଦା ନଗର ଚତୁର୍ଦ୍ଦିଗରେ ରହିଲେ ଓ ସେହି ନଗରଗୁଡ଼ିକର ଉଚ୍ଚସ୍ଥଳୀମାନଙ୍କରେ ଦ୍ୱୀପ ଓ ନୈବେଦ୍ୟ ଜଳାଇଲେ। ସେହି ଉଚ୍ଚସ୍ଥଳୀଗୁଡ଼ିକ ଗେବାଠାରୁ ‌ବେ‌ର୍‌ଶେବା ପର୍ଯ୍ୟନ୍ତ ଲାଗି ଥିଲା। ସେହି ଯାଜକମାନେ ସାଧାରଣ ଲୋକଙ୍କ ସହିତ ତାଡ଼ିଶୂନ୍ୟ ରୋଟୀ ଭୋଜନ କଲେ। ରାଜା ଯୋଶିୟ ସେହି ଉଚ୍ଚସ୍ଥଳୀଗୁଡ଼ିକୁ ଭାଙ୍ଗି ପକାଇଲେ ଓ ସେ ଯାଜକମାନଙ୍କୁ ଯିରୁଶାଲମକୁ ନେଇ ଆସିଲେ। ସେ ମଧ୍ୟ ନଗର ଦ୍ୱାରରେ ପ୍ରବେଶକାରୀ ମନୁଷ୍ୟର ବାମ ଦିଗସ୍ଥିତ ନଗରାଧ୍ୟକ୍ଷ ଯିହୋଶୂୟର ନଗର ଦ୍ୱାରରେ ଉଚ୍ଚସ୍ଥଳୀ ଭାଙ୍ଗି ପକାଇଲେ। (ଯିହୋଶୂୟ ନଗରର ଶାସକ ଥିଲେ।)
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଯୋଶୀୟ ଯିହୁଦାର ନାନା ନଗରରୁ ସମସ୍ତ ଯାଜକଙ୍କୁ ଆଣିଲେ ଓ ଗେବାଠାରୁ ବେର୍‍ଶେବା ପର୍ଯ୍ୟନ୍ତ ଯେ ଯେ ସ୍ଥାନରେ ଯାଜକମାନେ ଧୂପ ଜ୍ୱଳାଇଥିଲେ, ସେସବୁ ଉଚ୍ଚସ୍ଥଳୀ ଅଶୁଚି କଲେ। ପୁଣି ସେ ନଗର-ଦ୍ୱାରରେ ପ୍ରବେଶକାରୀ ମନୁଷ୍ୟର ବାମ ଦିଗସ୍ଥିତ, ନଗରାଧ୍ୟକ୍ଷ ଯିହୋଶୂୟର ଦ୍ୱାର-ପ୍ରବେଶ ସ୍ଥାନ ନିକଟବର୍ତ୍ତୀ ନଗର ଦ୍ୱାରର ଉଚ୍ଚସ୍ଥଳୀସକଳ ଭାଙ୍ଗି ପକାଇଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଯୋଶୀୟ ଯିହୁଦାର ନାନା ନଗରରୁ ସମସ୍ତ ଯାଜକଙ୍କୁ ଆଣିଲେ ଓ ଗେବା ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ଯେ ଯେ ସ୍ଥାନରେ ଯାଜକମାନେ ଧୂପ ଜ୍ୱଳାଇଥିଲେ, ସେସବୁ ଉଚ୍ଚସ୍ଥଳୀ ଅଶୁଚି କଲେ। ପୁଣି ସେ ନଗର ଦ୍ୱାରରେ ପ୍ରବେଶକାରୀ ମନୁଷ୍ୟର ବାମ ଦିଗସ୍ଥିତ, ନଗରଅଧ୍ୟକ୍ଷ ଯିହୋଶୂୟର ଦ୍ୱାର ପ୍ରବେଶ ସ୍ଥାନ ନିକଟବର୍ତ୍ତୀ ନଗର ଦ୍ୱାରର ଉଚ୍ଚସ୍ଥଳୀସକଳ ଭାଙ୍ଗି ପକାଇଲେ।