2 Kings 24:13 — Compare Translations

5 translations compared side by side

Odia - 1840
"ନବୂଖଦ୍ନିତ୍ସର ରାଜପ୍ରାସାଦରୁ ଏବଂ ୟିରୁଶାଲମ୍ର ସଦାପ୍ରଭୁଙ୍କ ମନ୍ଦିରରୁ ସମସ୍ତ ଧନ ନଇଗେଲେ। ସେ ରାଜା ଶଲୋମନଙ୍କ ଦ୍ବାରା ତିଆରି ସଦାପ୍ରଭୁଙ୍କ ମନ୍ଦିରର ସ୍ବର୍ଣ୍ଣମଯ ପାତ୍ରଗୁଡିକୁ ଖଣ୍ତ ଖଣ୍ତ କରି କାଟି ପକାଇଲେ। ଏସବୁ ସଦାପ୍ରଭୁଙ୍କ ବାକ୍ଯାନୁସା ରେ ଘଟିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ସଦାପ୍ରଭୁଙ୍କ ଉକ୍ତି ଅନୁସାରେ ସେସ୍ଥାନରୁ ସଦାପ୍ରଭୁଙ୍କ ଗୃହର ସମସ୍ତ ଧନ ଓ ରାଜଗୃହର ଧନ ନେଇଗଲା ଓ ଇସ୍ରାଏଲର ରାଜା ଶଲୋମନ ସଦାପ୍ରଭୁଙ୍କ ମନ୍ଦିରରେ ଯେସକଳ ସ୍ଵର୍ଣ୍ଣମୟ ପାତ୍ର ନିର୍ମାଣ କରିଥିଲେ, ତାହାସବୁ ଖଣ୍ତ ଖଣ୍ତ କରି କାଟି ପକାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ନବୂଖ‌ଦ୍‌ନିତ୍ସର ରାଜପ୍ରାସାଦରୁ ଏବଂ ଯିରୁଶାଲମର ସଦାପ୍ରଭୁଙ୍କ ମନ୍ଦିରରୁ ସମସ୍ତ ଧନ ନେଇଗଲେ। ସେ ରାଜା ଶଲୋମନଙ୍କ ଦ୍ୱାରା ତିଆରି ସଦାପ୍ରଭୁଙ୍କ ମନ୍ଦିରର ସ୍ୱର୍ଣ୍ଣମୟ ପାତ୍ରଗୁଡ଼ିକୁ ଖଣ୍ତ ଖଣ୍ତ କରି କାଟି ପକାଇଲେ। ଏସବୁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଘଟିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ନବୂଖଦ୍‍ନିତ୍ସର ସଦାପ୍ରଭୁଙ୍କ ଉକ୍ତି ଅନୁସାରେ ସେସ୍ଥାନରୁ ସଦାପ୍ରଭୁଙ୍କ ଗୃହର ସମସ୍ତ ଧନ ଓ ରାଜଗୃହର ଧନ ନେଇଗଲା ଓ ଇସ୍ରାଏଲର ରାଜା ଶଲୋମନ ସଦାପ୍ରଭୁଙ୍କ ମନ୍ଦିରରେ ଯେସକଳ ସ୍ୱର୍ଣ୍ଣମୟ ପାତ୍ର ନିର୍ମାଣ କରିଥିଲେ, ତାହାସବୁ ଖଣ୍ଡ ଖଣ୍ଡ କରି କାଟି ପକାଇଲା।
Odia IRV 2017 (ଓଡିଆ ବାଇବେଲ)