2 Kings 3:13 — Compare Translations

5 translations compared side by side

Odia - 1840
"ଏଥି ରେ ଇଲୀଶାୟ ଇଶ୍ରାୟେଲର ରାଜା ଯିହାରୋମ୍ଙ୍କୁ କହିଲେ, ମାେ ପାଖ ରେ ତୁମ୍ଭର କି କାମ ଅଛି? ତୁମ୍ଭେ ତୁମ୍ଭର ପିତା ମାତାଙ୍କର ଭବିଷ୍ଯଦ୍ବକ୍ତାଙ୍କ ନିକଟକୁ ୟାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଇଲୀଶାୟ ଇସ୍ରାଏଲର ରାଜାଙ୍କୁ କହିଲେ, ତୁମ୍ଭ ସଙ୍ଗେ ମୋର କି ବିଷୟ? ତୁମ୍ଭ ପିତାର ଭବିଷ୍ୟଦ୍ବକ୍ତାମାନଙ୍କ ନିକଟକୁ ଓ ତୁମ୍ଭ ମାତାର ଭବିଷ୍ୟଦ୍-ବକ୍ତାମାନଙ୍କ ନିକଟକୁ ଯାଅ⇧ । ତହିଁରେ ଇସ୍ରାଏଲର ରାଜା ତାଙ୍କୁ କହିଲେ, ନାହିଁ; କାରଣ ମୋୟାବ ହସ୍ତରେ ସମର୍ପଣ କରିବା ପାଇଁ ସଦାପ୍ରଭୁ ଏ ତିନି ରାଜାଙ୍କୁ ଏକତ୍ର ଡାକିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ଇଲୀଶାୟ ଇସ୍ରାଏଲର ରାଜା ଯିହୋରା‌‌ମଙ୍କୁ କହିଲେ, “ମୋ’ ପାଖରେ ତୁମ୍ଭର କି କାମ ଅଛି? ତୁମ୍ଭେ ତୁମ୍ଭର ପିତାମାତାଙ୍କର ଭବିଷ୍ୟ‌ଦ୍‌ବକ୍ତାଙ୍କ ନିକଟକୁ ଯାଅ।” ଇସ୍ରାଏଲର ରାଜା ଉତ୍ତର ଦେଲେ, “ନାଁ ଆମ୍ଭେ ତୁମ୍ଭଙ୍କୁ ଦେଖିବାକୁ ଆସିଲୁ, କାରଣ ମୋୟାବ ହସ୍ତରେ ସମର୍ପଣ କରିବା ପାଇଁ ସଦାପ୍ରଭୁ ଏ ତିନି ରାଜାଙ୍କୁ ଏକତ୍ର ଡାକି ଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଇଲୀଶାୟ ଇସ୍ରାଏଲର ରାଜାଙ୍କୁ କହିଲେ, “ତୁମ୍ଭ ସହିତ ମୋହର କʼଣ କରିବାର ଅଛି? ତୁମ୍ଭ ପିତାର ଭବିଷ୍ୟଦ୍‍ବକ୍ତାମାନଙ୍କ ନିକଟକୁ ଓ ତୁମ୍ଭ ମାତାର ଭବିଷ୍ୟଦ୍‍ବକ୍ତାମାନଙ୍କ ନିକଟକୁ ଯାଅ।” ତହିଁରେ ଇସ୍ରାଏଲର ରାଜା ତାଙ୍କୁ କହିଲେ, “ନାହିଁ, କାରଣ ମୋୟାବ ହସ୍ତରେ ସମର୍ପଣ କରିବା ପାଇଁ ସଦାପ୍ରଭୁ ଏ ତିନି ରାଜାଙ୍କୁ ଏକତ୍ର ଡାକିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଇଲୀଶାୟ ଇସ୍ରାଏଲର ରାଜାଙ୍କୁ କହିଲେ, “ତୁମ୍ଭ ସହିତ ମୋହର କ’ଣ କରିବାର ଅଛି? ତୁମ୍ଭ ପିତାର ଭବିଷ୍ୟଦ୍‍ବକ୍ତାମାନଙ୍କ ନିକଟକୁ ଓ ତୁମ୍ଭ ମାତାର ଭବିଷ୍ୟଦ୍‍ବକ୍ତାମାନଙ୍କ ନିକଟକୁ ଯାଅ।” ତହିଁରେ ଇସ୍ରାଏଲର ରାଜା ତାଙ୍କୁ କହିଲେ, “ନାହିଁ, କାରଣ ମୋୟାବ ହସ୍ତରେ ସମର୍ପଣ କରିବା ପାଇଁ ସଦାପ୍ରଭୁ ଏ ତିନି ରାଜାଙ୍କୁ ଏକତ୍ର ଡାକିଅଛନ୍ତି।”