2 Kings 4:13 — Compare Translations

5 translations compared side by side

Odia - 1840
"ପୁଣି ଇଲୀଶାୟ ତାଙ୍କ ଦାସକୁ କହିଲେ, ବର୍ତ୍ତମାନ ସହେି ସ୍ତ୍ରୀ ଲୋକକୁ ଏହା କୁହ, ' ଦେଖ, ତୁମ୍ଭେ ଆମ୍ଭମାନଙ୍କର ବହୁ ଯତ୍ନ ନଇେ ସବୋ କରିଛ। ଆମ୍ଭମାନେେ ତୁମ୍ଭ ପାଇଁ କ'ଣ କରି ପାରିବୁ? ରାଜା କିମ୍ବା ସନୋପତିଙ୍କ ନିକଟରେ ତୁମ୍ଭ ସପକ୍ଷ ରେ କିଛି କହିବାକୁ ଇଚ୍ଛା କରୁଛ କି?'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଇଲୀଶାୟ ଗିହେଜୀକି କହିଲେ, ତାକୁ କୁହ, ଦେଖ, ତୁମ୍ଭେ ଏସମସ୍ତ ଚିନ୍ତାରେ ଆମ୍ଭମାନଙ୍କ ନିମନ୍ତେ ଚିନ୍ତିତ ହୋଇଅଛ; ତୁମ୍ଭ ପାଇଁ କଅଣ କରାଯିବ? ରାଜା ଅବା ସେନାପତି ନିକଟରେ ତୁମ୍ଭ ପକ୍ଷରେ କୁହାଯିବାର କି ତୁମ୍ଭର ଇଚ୍ଛା? ତହୁଁ ସେ ଉତ୍ତର କଲା, ମୁଁ ନିଜ ଲୋକଙ୍କ ମଧ୍ୟରେ ବାସ କରୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଇଲୀଶାୟ ତାଙ୍କ ଦାସକୁ କହିଲେ, “ବର୍ତ୍ତମାନ ସେହି ସ୍ତ୍ରୀଲୋକକୁ ଏହା କୁହ, ‘ଦେଖ, ତୁମ୍ଭେ ଆମ୍ଭମାନଙ୍କର ବହୁ ଯତ୍ନ ନେଇ ସେବା କରିଛ। ଆମ୍ଭେମାନେ ତୁମ୍ଭ ପାଇଁ କ’ଣ କରି ପାରିବୁ? ରାଜା କିମ୍ବା ସେନାପତିଙ୍କ ନିକଟରେ ତୁମ୍ଭ ସପକ୍ଷରେ କିଛି କହିବାକୁ ଇଚ୍ଛା କରୁଛ କି?’” ତହୁଁ ସ୍ତ୍ରୀଲୋକଟି ଉତ୍ତର କଲା, “ମୁଁ ନିଜ ଲୋକଙ୍କ ମଧ୍ୟରେ ଭଲରେ ବାସ କରୁଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଇଲୀଶାୟ ଗିହେଜୀକୁ କହିଲେ, “ତାଙ୍କୁ କୁହ, ଦେଖ, ତୁମ୍ଭେ ଏସମସ୍ତ ଚିନ୍ତାରେ ଆମ୍ଭମାନଙ୍କ ନିମନ୍ତେ ଚିନ୍ତିତ ହୋଇଅଛ; ମୁଁ ତୁମ୍ଭ ନିମନ୍ତେ କʼଣ କରି ପାରିବି? ମୋତେ ତୁମ୍ଭ ସପକ୍ଷରେ ରାଜା କିମ୍ବା ସେନାପତିଙ୍କ ନିକଟରେ କିଛି କହିବାକୁ ଇଚ୍ଛା କରୁଅଛ କି?” ତହୁଁ ସେ ଉତ୍ତର କଲା, “ମୁଁ ନିଜ ଲୋକଙ୍କ ମଧ୍ୟରେ ବାସ କରୁଅଛି।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଇଲୀଶାୟ ଗିହେଜୀକୁ କହିଲେ, “ତାଙ୍କୁ କୁହ, ‘ଦେଖ, ତୁମ୍ଭେ ଏସମସ୍ତ ଚିନ୍ତାରେ ଆମ୍ଭମାନଙ୍କ ନିମନ୍ତେ ଚିନ୍ତିତ ହୋଇଅଛ; ମୁଁ ତୁମ୍ଭ ନିମନ୍ତେ କ’ଣ କରି ପାରିବି? ମୋତେ ତୁମ୍ଭ ସପକ୍ଷରେ ରାଜା କିମ୍ବା ସେନାପତିଙ୍କ ନିକଟରେ କିଛି କହିବାକୁ ଇଚ୍ଛା କରୁଛ କି?’” ତହୁଁ ସେ ଉତ୍ତର କଲା, “ମୁଁ ନିଜ ଲୋକଙ୍କ ମଧ୍ୟରେ ବାସ କରୁଅଛି।”