2 Kings 4:27 — Compare Translations
5 translations compared side by side
Odia - 1840
"ଅନନ୍ତର ସେ ପରମେଶ୍ବରଙ୍କ ଲୋକ ନିକଟକୁ ଆସି ତାଙ୍କର ଚରଣ ତଳେ ପଡିଲା। ଏଥି ରେ ଗି ହଜେୀ ତାକୁ ଟାଣିବାରୁ ପରମେଶ୍ବରଙ୍କ ଲୋକ କହିଲେ, ତାହାକୁ ଛାଡିଦିଅ। କାରଣ ତା'ର ପ୍ରାଣ ଶାେକାକୁଳ। ମାତ୍ର ସଦାପ୍ରଭୁ ମାେତେ ଜାଣାଇଲେ ନାହିଁ କ'ଣ ବାଳକ ପ୍ରତି ଘଟିଅଛି। ସେ ଏହା ମାଠାରୁେ ଗୋପନ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେ ପର୍ବତରେ ପରମେଶ୍ଵରଙ୍କ ଲୋକଙ୍କ ନିକଟକୁ ଆସି ତାଙ୍କ ଚରଣ ଧରି ରହିଲା । ତହିଁରେ ଗିହେଜୀ ତାହାକୁ ଛଡ଼ାଇ ଦେବା ପାଇଁ ନିକଟକୁ ଆସିଲା; ମାତ୍ର ପରମେଶ୍ଵରଙ୍କ ଲୋକ କହିଲେ, ତାହାକୁ ଛାଡ଼ିଦିଅ; କାରଣ ତାହାର ଅନ୍ତରରେ ତାହାର ପ୍ରାଣ ଶୋକାକୁଳ ହୋଇଅଛି; ମାତ୍ର ସଦାପ୍ରଭୁ ମୋʼଠାରୁ ତାହା ଗୋପନ କରି ତାହା ମୋତେ ଜଣାଇ ନାହାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଅନନ୍ତର ସେ ପରମେଶ୍ୱରଙ୍କ ଲୋକ ନିକଟକୁ ଆସି ତାଙ୍କର ଚରଣ ତଳେ ପଡ଼ିଲା। ଏଥିରେ ଗିହେଜୀ ତାକୁ ଟାଣିବାରୁ ପରମେଶ୍ୱରଙ୍କ ଲୋକ କହିଲେ, “ତାହାକୁ ଛାଡ଼ିଦିଅ। କାରଣ ତା’ର ପ୍ରାଣ ଶୋକାକୁଳ। ମାତ୍ର ସଦାପ୍ରଭୁ ମୋତେ ଜାଣାଇଲେ ନାହିଁ କ’ଣ ବାଳକ ପ୍ରତି ଘଟିଅଛି। ସେ ଏହା ମୋ’ଠାରୁ ଗୋପନ ରଖିଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ପର୍ବତରେ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଆସି ତାଙ୍କ ଚରଣ ଧରି ରହିଲା। ତହିଁରେ ଗିହେଜୀ ତାହାକୁ ଛଡ଼ାଇ ଦେବା ପାଇଁ ନିକଟକୁ ଆସିଲା; ମାତ୍ର ପରମେଶ୍ୱରଙ୍କ ଲୋକ କହିଲେ, “ତାହାକୁ ଛାଡ଼ିଦିଅ; କାରଣ ତାହାର ଅନ୍ତରରେ ତାହାର ପ୍ରାଣ ଶୋକାକୁଳ ହୋଇଅଛି; ମାତ୍ର ସଦାପ୍ରଭୁ ମୋʼ ଠାରୁ ତାହା ଗୋପନରେ ରଖିଅଛନ୍ତି, ପୁଣି ତାହା ମୋତେ ଜଣାଇ ନାହାନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେ ପର୍ବତରେ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଆସି ତାଙ୍କ ଚରଣ ଧରି ରହିଲା। ତହିଁରେ ଗିହେଜୀ ତାହାକୁ ଛଡ଼ାଇ ଦେବା ପାଇଁ ନିକଟକୁ ଆସିଲା; ମାତ୍ର ପରମେଶ୍ୱରଙ୍କ ଲୋକ କହିଲେ, “ତାହାକୁ ଛାଡ଼ିଦିଅ; କାରଣ ତାହାର ଅନ୍ତରରେ ତାହାର ପ୍ରାଣ ଶୋକାକୁଳ ହୋଇଅଛି; ମାତ୍ର ସଦାପ୍ରଭୁ ମୋ’ଠାରୁ ତାହା ଗୋପନରେ ରଖିଅଛନ୍ତି, ପୁଣି ତାହା ମୋତେ ଜଣାଇ ନାହାନ୍ତି।”