2 Kings 5:15 — Compare Translations
5 translations compared side by side
Odia - 1840
"ଏହାପରେ ନାମାନ୍ ଓ ତା'ର ସମସ୍ତ ସାଥୀ ଲୋକମାନେ ଫରେିଆସି ପରମେଶ୍ବରଙ୍କ ଲୋକ ଇଲୀଶାୟ ସମ୍ମୁଖ ରେ ଆସି ଛିଡା ହେଲେ ଓ କହିଲେ, ଦେଖନ୍ତୁ, ମୁଁ ଏବେ ବୁଝିଲ ଇଶ୍ରାୟେଲର ପରମେଶ୍ବରଙ୍କ ଛଡା ସମଗ୍ର ପୃଥିବୀ ରେ ଆଉ ପରମେଶ୍ବର କହେି ନାହାଁନ୍ତି। ତେଣୁ ମୁଁ ବିନଯ କରି କହୁଛି, ଆପଣ ଏ ଦାସଠାରୁ ଉପହାର ଗ୍ରହଣ କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେ ଓ ତାହାର ସଙ୍ଗୀ ସମସ୍ତେ ପରମେଶ୍ଵରଙ୍କ ଲୋକଙ୍କ ନିକଟକୁ ଫେରି ଆସି ତାଙ୍କ ସମ୍ମୁଖରେ ଠିଆ ହେଲେ; ଆଉ ସେ କହିଲା, ଦେଖନ୍ତୁ, ଏବେ ମୁଁ ଜାଣିଲି ଯେ, ଇସ୍ରାଏଲ ପରମେଶ୍ଵରଙ୍କ ଛଡ଼ା ସମୁଦାୟ ପୃଥିବୀରେ ପରମେଶ୍ଵର କେହି ନାହାନ୍ତି; ଏହେତୁ ଏବେ ମୁଁ ଆପଣଙ୍କୁ ବିନୟ କରୁଅଛି, ଆପଣା ଦାସଠାରୁ ଉପହାର ଗ୍ରହଣ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ନାମାନ୍ ଓ ତା’ର ସମସ୍ତ ସାଥୀ ଲୋକମାନେ ଫେରି ଆସି ପରମେଶ୍ୱରଙ୍କ ଲୋକ ଇଲୀଶାୟ ସମ୍ମୁଖରେ ଆସି ଛିଡ଼ା ହେଲେ ଓ କହିଲେ, “ଦେଖନ୍ତୁ, ମୁଁ ଏବେ ବୁଝିଲି ଇସ୍ରାଏଲର ପରମେଶ୍ୱରଙ୍କ ଛଡ଼ା ସମଗ୍ର ପୃଥିବୀରେ ଆଉ ପରମେଶ୍ୱର କେହି ନାହାନ୍ତି। ତେଣୁ ମୁଁ ବିନୟ କରି କହୁଛି, ଆପଣ ଏ ଦାସଠାରୁ ଉପହାର ଗ୍ରହଣ କରନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ନାମାନ୍ ଓ ତାହାର ସଙ୍ଗୀ ସମସ୍ତେ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଫେରିଆସି ତାଙ୍କ ସମ୍ମୁଖରେ ଠିଆ ହେଲେ; ଆଉ ନାମାନ୍ କହିଲା, “ଦେଖନ୍ତୁ, ଏବେ ମୁଁ ଜାଣିଲି ଯେ, ଇସ୍ରାଏଲ ପରମେଶ୍ୱରଙ୍କ ବ୍ୟତୀତ ସମୁଦାୟ ପୃଥିବୀରେ ପରମେଶ୍ୱର କେହି ନାହାନ୍ତି; ଏହେତୁ ଏବେ ମୁଁ ଆପଣଙ୍କୁ ବିନୟ କରୁଅଛି, ଆପଣା ଦାସଠାରୁ ଉପହାର ଗ୍ରହଣ କରନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ନାମାନ୍ ଓ ତାହାର ସଙ୍ଗୀ ସମସ୍ତେ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଫେରି ଆସି ତାଙ୍କ ସମ୍ମୁଖରେ ଠିଆ ହେଲେ; ଆଉ ନାମାନ୍ କହିଲା, “ଦେଖନ୍ତୁ, ଏବେ ମୁଁ ଜାଣିଲି ଯେ, ଇସ୍ରାଏଲ ପରମେଶ୍ୱରଙ୍କ ବ୍ୟତୀତ ସମୁଦାୟ ପୃଥିବୀରେ ପରମେଶ୍ୱର କେହି ନାହାନ୍ତି; ଏହେତୁ ଏବେ ମୁଁ ଆପଣଙ୍କୁ ବିନୟ କରୁଅଛି, ଆପଣା ଦାସଠାରୁ ଉପହାର ଗ୍ରହଣ କରନ୍ତୁ।”