2 Peter 1:4 — Compare Translations
7 translations compared side by side
Odia - 1840
"ଯୀଶୁ ନିଜ ମହିମା ଓ ଉତ୍ତମତା ହତେୁ, ପ୍ରତିଜ୍ଞା କରିଥିବା ଅତି ମୂଲ୍ଯବାନ୍ ଓ ମହତ ବିଷୟଗୁଡ଼ିକ ଆମ୍ଭକୁ ଦଇେଛନ୍ତି। ସହେି ଦାନଗୁଡ଼ିକ ସାହାୟ୍ଯ ରେ ତୁମ୍ଭେ ପରମେଶ୍ବରଙ୍କ ଆଚରଣର ଅଂଶ ହାଇପୋରିବ। ଏହାଦ୍ବାରା ଜଗତ ରେ ଥିବା ମନ୍ଦ ବିଷୟଗୁଡ଼ିକ ତୁମ୍ଭକୁ ନଷ୍ଟ କରିପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଦ୍ଦ୍ଵାରା ସେ ଆମ୍ଭମାନଙ୍କୁ ବହୁମୂଲ୍ୟ ଓ ଅତି ମହତ୍ ପ୍ରତିଜ୍ଞାମାନ ଦାନ କରିଅଛନ୍ତି, ଯେପରି ସେହିସବୁ ଦ୍ଵାରା ତୁମ୍ଭେମାନେ କୁଅଭିଳାଷରୁ ଜାତ ଯେଉଁ ବିନାଶ ଜଗତରେ ଅଛି, ସେଥିରୁ ରକ୍ଷା ପାଇ ଐଶ୍ଵରିକ ସ୍ଵଭାବର, ସହଭାଗୀ ହୁଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହିପରି ସେ ଆମକୁ ତାଙ୍କ ପ୍ରତିଜ୍ଞାନୁସାରେ ଅତି ଶ୍ରେଷ୍ଠ ଓ ମୂଲ୍ୟବାନ ଦାନ ଦେଇଛନ୍ତି। ଏହିସବୁ ଦାନ ସାହାଯ୍ୟରେ ତୁମ୍ଭେମାନେ ଏହି ଜଗତର ଧ୍ୱଂସକାରୀ କାମନାରୁ ଉଦ୍ଧାର ପାଇ ଐଶ୍ୱରିକ ସ୍ୱଭାବର ଅଂଶୀ ହୋଇ ପାରିବ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ନିଜ ମହିମା ଓ ଉତ୍ତମତା ହେତୁ, ପ୍ରତିଜ୍ଞା କରିଥିବା ଅତି ମୂଲ୍ୟବାନ୍ ଓ ମହତ ବିଷୟ ଗୁଡ଼ିକ ଆମ୍ଭକୁ ଦେଇଛନ୍ତି। ସେହି ଦାନଗୁଡ଼ିକ ସାହାଯ୍ୟରେ ତୁମ୍ଭେ ପରମେଶ୍ୱରଙ୍କ ଆଚରଣର ଅଂଶ ହୋଇପାରିବ। ଏହା ଦ୍ୱାରା ଜଗତରେ ଥିବା ମନ୍ଦ ବିଷୟ ଗୁଡ଼ିକ ତୁମ୍ଭକୁ ନଷ୍ଟ କରି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆମ୍ଭମାନଙ୍କୁ ବହୁମୂଲ୍ୟ ଓ ଅତି ମହତ ପ୍ରତିଜ୍ଞାମାନ ଦାନ କରିଅଛନ୍ତି, ଯେପରି ସେହିସବୁ ଦ୍ୱାରା ତୁମ୍ଭେମାନେ କୁଅଭିଳାଷରୁ ଜାତ ଯେଉଁ ବିନାଶ ଜଗତରେ ଅଛି, ସେଥିରୁ ରକ୍ଷା ପାଇ ଐଶ୍ବରୀୟ ସ୍ୱଭାବର ସହଭାଗୀ ହୁଅ।
Odia IRV 2017 (ଓଡିଆ ବାଇବେଲ)
ତଦ୍ୱାରା ସେ ଆମ୍ଭମାନଙ୍କୁ ବହୁମୂଲ୍ୟ ଓ ଅତି ମହତ ପ୍ରତିଜ୍ଞାମାନ ଦାନ କରିଅଛନ୍ତି, ଯେପରି ସେହି ସବୁ ଦ୍ୱାରା ତୁମ୍ଭେମାନେ କୁଅଭିଳାଷରୁ ଜାତ ଯେଉଁ ବିନାଶ ଜଗତରେ ଅଛି, ସେଥିରୁ ରକ୍ଷା ପାଇ ଐଶ୍ୱରିକ ସ୍ୱଭାବର ସହଭାଗୀ ହୁଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಸೆ ತೆನಿ ಅಮ್ಕಾ ಗೊಸ್ಟ್ ದಿವ್ನ್ ಸಾಂಗಲ್ಲೆ ಲೈ ಮೊಟೆ ಅನಿ ಕಿಮ್ತಿಚೆ ವರು ದಿಲ್ಯಾನಾಯ್, ಅಸೆ ಹ್ಯಾ ವರುಕ್ ಲಾಗುನ್ ತೆನಿ ಹ್ಯಾ ಜಗಾಚ್ಯಾ ನಾಸ್ ಹೊವ್ನ್ ಜಾತಲ್ಯಾ ಬುರ್ಶ್ಯಾಪಾನಾತ್ನಾ ಚುಕ್ವುನ್ ಘೆವ್ಚೆ ಅನಿ ದೆವಾಚ್ಯಾ ಗುನಾತ್ ವಾಟೊ ಘೆಯ್ ಸಾರ್ಕೆ ಹೊಲೆ.