2 Peter 2:1 — Compare Translations
7 translations compared side by side
Odia - 1840
"ଅତୀତକାଳ ରେ ପରମେଶ୍ବରଙ୍କ ଲୋକମାନଙ୍କ ମଧିଅରେ ମିଥ୍ଯା ଭବିଷ୍ଯଦ୍ ବକ୍ତା ଥିଲେ। ଏବେ ମଧ୍ଯ ସହଭେଳି ଅଛନ୍ତି। ତୁମ୍ଭ ଦଳ ରେ କେତେ ଜଣ ଭଣ୍ଡ ଶିକ୍ଷକ ରହିବେ। ସମାନେେ ଏପରି ଭୁଲ ଶିକ୍ଷା ଦବେେ ଯେ, ଲୋକେ ନିଜକୁ ହଜାଇ ଦବେେ। ସମାନେେ ଏଭଳି ଭାବରେ ଶିକ୍ଷା ଦବେେ ଯେ ସମାନେେ ଯେ ଭୁଲ କରୁଛନ୍ତି, ତାହା ତୁମ୍ଭେ ଜାଣିବା କଠିନ ହବେ। ସମାନେେ ମୁକ୍ତିଦାତା ଯୀଶୁଙ୍କୁ ଗ୍ରହଣ କରିବାକୁ ମଧ୍ଯ ମନା କରିବେ। ସେପ୍ରକା ରେ ସମାନେେ ନିଜକୁ ଶୀଘ୍ର ନଷ୍ଟ କରି ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଲୋକମାନଙ୍କ ମଧ୍ୟରେ ଭଣ୍ତ ଭାବବାଦୀମାନେ ମଧ୍ୟ ଉତ୍ପନ୍ନ ହେଲେ; ସେହିପରି ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ଭଣ୍ତ ଶିକ୍ଷକମାନେ ଉତ୍ପନ୍ନ ହେବେ; ସେମାନେ ବିନାଶ-ଜନକ ଭ୍ରାନ୍ତ ମତ ଗୁପ୍ତରେ ପ୍ରଚଳନ କରି ସେମାନଙ୍କର କ୍ରୟକର୍ତ୍ତା ପ୍ରଭୁଙ୍କୁ ହିଁ ଅସ୍ଵୀକାର କରିବେ, ପୁଣି ଆପଣା-ମାନଙ୍କର ଆକସ୍ମିକ ସର୍ବନାଶ ଘଟାଇବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅତୀତରେ ଯେପରି ଲୋକମାନଙ୍କ ମଧ୍ୟରେ ଶଡ ମଭାବବାଦୀମାନେ ଦେଖା ଦେଇଥିଲେ, ଠିକ୍ ସେହିପରି ତୁମ ମଧ୍ୟରେ ଶଠ ଶିକ୍ଷକମାନେ ବାହାରିବେ। ସେମାନେ ବିନଷ୍ଟକାରୀ ଭ୍ରାନ୍ତ ତତ୍ତ୍ୱ ଶିକ୍ଷା ଦେବେ ଏବଂ ଯେଉଁ ପ୍ରଭୁ ସେମାନଙ୍କୁ ମୁକ୍ତି ଦେଇ ଅଛନ୍ତି, ତାଙ୍କୁ ଅସ୍ୱୀକାର କରିବେ। ତେଣୁ ଅକସ୍ମାତ୍ ସେମାନଙ୍କର ବିନାଶ ଘଟିବ।
Odia Bible ERV 2004 (ପବିତ୍ର ବାଇବଲ)
ଭଣ୍ଡ ଶିକ୍ଷକଗଣ ଅତୀତକାଳରେ ପରମେଶ୍ୱରଙ୍କ ଲୋକମାନଙ୍କ ମଧ୍ୟରେ ମିଥ୍ୟା ଭବିଷ୍ୟଦ୍ବକ୍ତା ଥିଲେ। ଏବେ ମଧ୍ୟ ସେହିଭଳି ଅଛନ୍ତି। ତୁମ୍ଭ ଦଳରେ କେତେ ଜଣ ଭଣ୍ଡ ଶିକ୍ଷକ ରହିବେ। ସେମାନେ ଏପରି ଭୁଲ୍ ଶିକ୍ଷା ଦେବେ ଯେ, ଲୋକେ ନିଜକୁ ହଜାଇ ଦେବେ। ସେମାନେ ଏଭଳି ଭାବରେ ଶିକ୍ଷା ଦେବେ ଯେ ସେମାନେ ଯେ ଭୁଲ୍ କରୁଛନ୍ତି, ତାହା ତୁମ୍ଭେ ଜାଣିବା କଠିନ ହେବ। ସେମାନେ ମୁକ୍ତିଦାତା ଯୀଶୁଙ୍କୁ ଗ୍ରହଣ କରିବାକୁ ମଧ୍ୟ ମନା କରିବେ। ସେପ୍ରକାରେ ସେମାନେ ନିଜକୁ ଶୀଘ୍ର ନଷ୍ଟ କରିଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଲୋକମାନଙ୍କ ମଧ୍ୟରେ ଭଣ୍ଡ ଭାବବାଦୀମାନେ ମଧ୍ୟ ଉତ୍ପନ୍ନ ହେଲେ; ସେହିପରି ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ଭଣ୍ଡ ଶିକ୍ଷକମାନେ ଉତ୍ପନ୍ନ ହେବେ; ସେମାନେ ବିନାଶଜନକ ଭ୍ରାନ୍ତ ମତ ଗୁପ୍ତରେ ପ୍ରଚଳନ କରି ସେମାନଙ୍କର କ୍ରୟକର୍ତ୍ତା ପ୍ରଭୁଙ୍କୁ ହିଁ ଅସ୍ୱୀକାର କରିବେ, ପୁଣି, ଆପଣାମାନଙ୍କର ଆକସ୍ମିକ ସର୍ବନାଶ ଘଟାଇବେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଲୋକମାନଙ୍କ ମଧ୍ୟରେ ଭଣ୍ଡ ଭାବବାଦୀମାନେ ମଧ୍ୟ ଉତ୍ପନ୍ନ ହେଲେ; ସେହିପରି ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ଭଣ୍ଡ ଶିକ୍ଷକମାନେ ଉତ୍ପନ୍ନ ହେବେ; ସେମାନେ ବିନାଶଜନକ ଭ୍ରାନ୍ତ ମତ ଗୁପ୍ତରେ ପ୍ରଚଳନ କରି ସେମାନଙ୍କର କ୍ରୟକର୍ତ୍ତା ପ୍ରଭୁଙ୍କୁ ହିଁ ଅସ୍ୱୀକାର କରିବେ, ପୁଣି, ଆପଣାମାନଙ୍କର ଆକସ୍ମିକ ସର୍ବନାଶ ଘଟାଇବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲೊಕಾಚ್ಯಾ ಮದ್ದಿ ಝುಟೆ ಪ್ರವಾದಿ ಉಟಲ್ಲ್ಯಾ ಸಾರ್ಕೆ ಝುಟಿ ಶಿಕಾಪಾ ಶಿಕ್ವುತಲೆಬಿ ಉಟ್ತಾತ್ ತೆನಿ ನಾಶ್ ಹೊತಲಿ ಶಿಕಾಪಾ ಹಾನ್ತ್ಯಾತ್, ಅನಿ ಅಪ್ನಾಕುಚ್ ಇಕಾತ್ ಘೆಟಲ್ಲ್ಯಾ ಧನಿಯಾಕುಚ್ ಕಾಯ್ಬಿ ನ್ಹಯ್ ಸಾರ್ಕೆ ಕರ್ತಾತ್, ಅನಿ ಅಸೆಚ್ ತೆನಿ ಅಪ್ನಾ ವರ್ತಿ ನಾಶ್ ಹಾನುನ್ ಘೆತಾತ್.