2 Samuel 13:6 — Compare Translations

5 translations compared side by side

Odia - 1840
"ରାଜା ଦେଖିବାକକ୍ସ୍ଟ ଆସିବା ସମୟରେ ଅମ୍ମାନେ ରୋଗର ବାହାନା କରି ପଡି ରହିଲା। ଅମ୍ମାନେ କହିଲା, ମାେ ଭଉଣୀ ତାମରକକ୍ସ୍ଟ ଆସିବାକକ୍ସ୍ଟ ଦିଅନ୍ତକ୍ସ୍ଟ ଏବଂ ସେ ମାେ ଆଗ ରେ ଦକ୍ସ୍ଟଇଟି ପିଠା କରିବ, ତା'ପରେ ମୁ ସଗେକ୍ସ୍ଟଡିକ ତା' ହାତରକ୍ସ୍ଟ ଖାଇବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଅମ୍ନୋନ ରୋଗର ବାହାନା କରି ପଡ଼ି ରହିଲା; ପୁଣି ରାଜା ତାହାକୁ ଦେଖିବାକୁ ଆସନ୍ତେ, ଅମ୍ନୋନ ରାଜାଙ୍କୁ କହିଲା, ମୋʼ ଭଗିନୀ ତାମରକୁ ଆସିବାକୁ ଦେଉନ୍ତୁ, ସେ ମୋʼ ଆଗରେ ଦୁଇଟି ପିଠା କରିବ, ତହିଁରେ ମୁଁ ତାହା ହାତରେ ଖାଇବି ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଦେଖିବାକୁ ଆସିବା ସମୟରେ ଅମ୍ନୋନ ରୋଗର ବାହାନା କରି ପଡ଼ି ରହିଲା। ଅମ୍ନୋନ କହିଲା, “ମୋ’ ଭଉଣୀ ତାମରକୁ ଆସିବାକୁ ଦିଅନ୍ତୁ ଏବଂ ସେ ମୋ’ ଆଗରେ ଦୁଇଟି ପିଠା କରିବ, ତା’ପରେ ମୁଁ ସେଗୁଡ଼ିକ ତା’ ହାତରୁ ଖାଇବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଅମ୍ନୋନ ରୋଗର ବାହାନା କରି ପଡ଼ି ରହିଲା; ପୁଣି ରାଜା ତାହାକୁ ଦେଖିବାକୁ ଆସନ୍ତେ, ଅମ୍ନୋନ ରାଜାଙ୍କୁ କହିଲା, “ଦୟାକରି ମୋʼ ଭଗିନୀ ତାମରକୁ ଆସିବାକୁ ଦେଉନ୍ତୁ, ପୁଣି ମୁଁ ଦେଖିବା ସମୟରେ ସେ ମୋʼ ନିମନ୍ତେ ଦୁଇ ରୁଟି ପ୍ରସ୍ତୁତ କରୁ, ତହିଁରେ ମୁଁ ତାହା ହାତରୁ ଖାଇବି।”
Odia IRV 2017 (ଓଡିଆ ବାଇବେଲ)
ଏଣୁ ଅମ୍ନୋନ ରୋଗର ବାହାନା କରି ପଡ଼ି ରହିଲା; ପୁଣି ରାଜା ତାହାକୁ ଦେଖିବାକୁ ଆସନ୍ତେ, ଅମ୍ନୋନ ରାଜାଙ୍କୁ କହିଲା, “ଦୟାକରି ମୋ’ ଭଗିନୀ ତାମରକୁ ଆସିବାକୁ ଦେଉନ୍ତୁ, ପୁଣି ମୁଁ ଦେଖିବା ସମୟରେ ସେ ମୋ’ ନିମନ୍ତେ ଦୁଇ ରୁଟି ପ୍ରସ୍ତୁତ କରୁ, ତହିଁରେ ମୁଁ ତାହା ହାତରୁ ଖାଇବି।”