2 Samuel 14:32 — Compare Translations
5 translations compared side by side
Odia - 1840
"ଅବଶାଲୋମ ଯୋୟାବକକ୍ସ୍ଟ କହିଲା, ମୁ ତକ୍ସ୍ଟମ୍ଭ ପାଖକକ୍ସ୍ଟ ବାର୍ତ୍ତାବହ ପଠାଇଲି, ମୁ ତୁମ୍ଭକୁ ଡାକିଲି। ଏହା ପଗ୍ଭରିବାକକ୍ସ୍ଟ ମୁ ତୁମ୍ଭକୁ ରାଜାଙ୍କ ନିକଟକକ୍ସ୍ଟ ପଠାଇବା ପାଇଁ ଗ୍ଭହିଁଲି। କାହିଁକି ତୁମ୍ଭେ ମାେତେ ଗଶୂରରକ୍ସ୍ଟ ଡକାଇଲ? ତେଣୁ, ମାରଗେଶୂର ରେ ରହିବା ଭଲ। ଠିକ୍ ଅଛି, ତବେେ ବର୍ତ୍ତମାନ ମାେତେ ରାଜାଙ୍କକ୍ସ୍ଟ ସାକ୍ଷାତ କରିବାକୁ ଦିଅନ୍ତକ୍ସ୍ଟ। ଯଦି ମୁ ପାପ କରିଥାଏ ତବେେ ସେ ମାେତେ ହତ୍ଯା କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଅବଶାଲୋମ ଯୋୟାବକୁ ଉତ୍ତର କଲା, ଦେଖ ମୁଁ ତୁମ୍ଭ କତିକି ଲୋକ ପଠାଇ କହିଲି, ତୁମ୍ଭେ ଏଠାକୁ ଆସ, ମୁଁ କାହିଁକି ଗଶୂରରୁ ଆସିଲି? ଏକଥା ପଚାରିବା ପାଇଁ ମୁଁ ରାଜାଙ୍କ ନିକଟକୁ ତୁମ୍ଭକୁ ପଠାଇବି । ଆଜି ପର୍ଯ୍ୟନ୍ତ ସେଠାରେ ଥିଲେ, ମୋହର ଭଲ ହୋଇଥାʼନ୍ତା; ଏବେ ମୋତେ ରାଜାଙ୍କ ମୁଖ ଦେଖିବାକୁ ଦିଅ, ଯେବେ ମୋʼଠାରେ ଅପରାଧ ଥାଏ, ତେବେ ସେ ମୋତେ ବଧ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଅବଶାଲୋମ ଯୋୟାବକୁ କହିଲା, “ମୁଁ ତୁମ୍ଭ ପାଖକୁ ବାର୍ତ୍ତାବହ ପଠାଇଲି, ମୁଁ ତୁମ୍ଭକୁ ଡାକିଲି। ଏହା ପଗ୍ଭରିବାକୁ ମୁଁ ତୁମ୍ଭକୁ ରାଜାଙ୍କ ନିକଟକୁ ପଠାଇବା ପାଇଁ ଗ୍ଭହିଁଲି। କାହିଁକି ତୁମ୍ଭେ ମୋତେ ଗଶୂରରୁ ଡକାଇଲ? ତେଣୁ, ମୋର ଗଶୂରରେ ରହିବା ଭଲ। ଠିକ୍ ଅଛି, ତେବେ ବର୍ତ୍ତମାନ ମୋତେ ରାଜାଙ୍କୁ ସାକ୍ଷାତ କରିବାକୁ ଦିଅ। ଯଦି ମୁଁ ପାପ କରି ଥାଏ ତେବେ ସେ ମୋତେ ହତ୍ୟା କରିବା ଉଚିତ୍।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଅବଶାଲୋମ ଯୋୟାବଙ୍କୁ ଉତ୍ତର କଲା, “ଦେଖ ମୁଁ ତୁମ୍ଭ ନିକଟକୁ ଲୋକ ପଠାଇ କହିଲି, ତୁମ୍ଭେ ଏଠାକୁ ଆସ, ମୁଁ କାହିଁକି ଗଶୂରରୁ ଆସିଲି? ଏ କଥା ପଚାରିବା ପାଇଁ ମୁଁ ରାଜାଙ୍କ ନିକଟକୁ ତୁମ୍ଭକୁ ପଠାଇବି। ଆଜି ପର୍ଯ୍ୟନ୍ତ ସେଠାରେ ଥିଲେ, ମୋହର ଭଲ ହୋଇଥାʼନ୍ତା; ଏବେ ମୋତେ ରାଜାଙ୍କ ମୁଖ ଦେଖିବାକୁ ଦିଅ, ଯେବେ ମୋʼ ଠାରେ ଅପରାଧ ଥାଏ, ତେବେ ସେ ମୋତେ ବଧ କରନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଅବଶାଲୋମ ଯୋୟାବଙ୍କୁ ଉତ୍ତର କଲା, “ଦେଖ ମୁଁ ତୁମ୍ଭ ନିକଟକୁ ଲୋକ ପଠାଇ କହିଲି, ‘ତୁମ୍ଭେ ଏଠାକୁ ଆସ, “ମୁଁ କାହିଁକି ଗଶୂରରୁ ଆସିଲି? ଏକଥା ପଚାରିବା ପାଇଁ ମୁଁ ରାଜାଙ୍କ ନିକଟକୁ ତୁମ୍ଭକୁ ପଠାଇବି। ଆଜି ପର୍ଯ୍ୟନ୍ତ ସେଠାରେ ଥିଲେ, ମୋହର ଭଲ ହୋଇଥା’ନ୍ତା; ଏବେ ମୋତେ ରାଜାଙ୍କ ମୁଖ ଦେଖିବାକୁ ଦିଅ, ଯେବେ ମୋ’ଠାରେ ଅପରାଧ ଥାଏ, ତେବେ ସେ ମୋତେ ବଧ କରନ୍ତୁ।’”