2 Samuel 19:35 — Compare Translations

5 translations compared side by side

Odia - 1840
"ମୁ ଅଶି ବର୍ଷର ଜଲଣ ବୃଦ୍ଧ। ମୁ ଭଲମନ୍ଦ ବାରିବା ପାଇଁ ବହକ୍ସ୍ଟତ ଦକ୍ଷ। ମୁ ଯାହା ଭୋଜନ କି ପାନକଲର କ'ଣ ତହିଁର ସ୍ବାଦ ଭଲ ଭାବଲର ବାରିପାସର? ମୁ ଗାଯକ କି ଗାଯୀକାମାନଙ୍କର ସ୍ବର ବାରିପାସର?ସତଲବ କାହିଁକି ଆପଣଙ୍କ ଦାସସମାର ପ୍ରଭକ୍ସ୍ଟ ମହାରାଜାଙ୍କ ପ୍ରତି ଭାର ସ୍ବରୂପସହବି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଜି ମୁଁ ଅଶୀ ବର୍ଷ ବୟସ୍କ; ମୁଁ କʼଣ ଭଲ ମନ୍ଦବିଶେଷ ବୁଝି ପାରେ? ଆପଣଙ୍କ ଦାସ ମୁଁ ଯାହା ଭୋଜନ କି ପାନ କରେ, କʼଣ ତହିଁର ଆସ୍ଵାଦ ପାଇ ପାରେ? ମୁଁ କି ଗାୟକ ଓ ଗାୟିକାମାନଙ୍କ ସ୍ଵର ଆଉ ଶୁଣି ପାରେ? ତେବେ କାହିଁକି ଆପଣଙ୍କ ଦାସ ମୋହର ପ୍ରଭୁ ମହାରାଜଙ୍କ ପ୍ରତି ଭାର ସ୍ଵରୂପ ହେବ?
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଅଶୀ ବର୍ଷର ଜଣେ ବୃଦ୍ଧ। ମୁଁ ଭଲମନ୍ଦ ବାରିବା ପାଇଁ ବହୁତ ଦକ୍ଷ। ମୁଁ ଯାହା ଭୋଜନ କି ପାନକରେ କ’ଣ ତହିଁର ସ୍ୱାଦ ଭଲ ଭାବରେ ବାରିପାରେ? ମୁଁ ଗାୟକ କି ଗାୟୀକାମାନଙ୍କର ସ୍ୱର ବାରିପାରେ? ତେବେ କାହିଁକି ଆପଣଙ୍କ ଦାସ ମୋର ପ୍ରଭୁ ମହାରାଜାଙ୍କ ପ୍ରତି ଭାର ସ୍ୱରୂପ ହେବି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଜି ମୁଁ ଅଶୀ ବର୍ଷ ବୟସ୍କ; ମୁଁ କʼଣ ଭଲ ଓ ମନ୍ଦର ପ୍ରଭେଦ କରିପାରେ? ଆପଣଙ୍କ ଦାସ ମୁଁ ଯାହା ଭୋଜନ କି ପାନ କରେ, କʼଣ ତହିଁର ଆସ୍ୱାଦ ପାଇ ପାରେ? ମୁଁ କି ଗାୟକ ଓ ଗାୟିକାମାନଙ୍କ ସ୍ୱର ଆଉ ଶୁଣି ପାରେ? ତେବେ କାହିଁକି ଆପଣଙ୍କ ଦାସ ମୋହର ସ୍ୱାମୀ ମହାରାଜଙ୍କ ପ୍ରତି ଭାର ସ୍ୱରୂପ ହେବ?
Odia IRV 2017 (ଓଡିଆ ବାଇବେଲ)
ଆଜି ମୁଁ ଅଶୀ ବର୍ଷ ବୟସ୍କ; ମୁଁ କ’ଣ ଭଲ ଓ ମନ୍ଦର ପ୍ରଭେଦ କରିପାରେ? ଆପଣଙ୍କ ଦାସ ମୁଁ ଯାହା ଭୋଜନ କି ପାନ କରେ, କ’ଣ ତହିଁର ଆସ୍ୱାଦ ପାଇ ପାରେ? ମୁଁ କି ଗାୟକ ଓ ଗାୟିକାମାନଙ୍କ ସ୍ୱର ଆଉ ଶୁଣି ପାରେ? ତେବେ କାହିଁକି ଆପଣଙ୍କ ଦାସ ମୋହର ସ୍ୱାମୀ ମହାରାଜଙ୍କ ପ୍ରତି ଭାର ସ୍ୱରୂପ ହେବ?