2 Samuel 19:8 — Compare Translations

5 translations compared side by side

Odia - 1840
"ଏହାପଲର ରାଜା ଉଠି ନଗର ଦ୍ବାରସର ବସିଲଲ, ଏ ଖବର ଗ୍ଭରିଆଲଡ ପ୍ରଗ୍ଭରିତସହାଇଗଲାସଯ ରାଜା ନଗରଦ୍ବାର ନିକଟଲର ବସିଛନ୍ତି।ସତଣୁ ସମସ୍ତସଲାକ ରାଜା ଦାଉଦଙ୍କକ୍ସ୍ଟସଦଖିବାକକ୍ସ୍ଟ ଆସିଲଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ରାଜା ଉଠି ନଗର ଦ୍ଵାରରେ ବସିଲେ । ସେତେବେଳେ ସମସ୍ତ ଲୋକଙ୍କୁ କୁହାଗଲା, ଦେଖ, ରାଜା ନଗର ଦ୍ଵାରରେ ବସିଅଛନ୍ତି; ତହୁଁ ସମସ୍ତ ଲୋକ ରାଜାଙ୍କ ସମ୍ମୁଖକୁ ଆସିଲେ । ଏଥି ମଧ୍ୟରେ ଇସ୍ରାଏଲର ପ୍ରତ୍ୟେକ ଲୋକ ଆପଣା ଆପଣା ତମ୍ଵୁକୁ ପଳାଇ ଯାଇଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ରାଜା ଉଠି ନଗର ଦ୍ୱାରରେ ବସିଲେ, ଏ ଖବର ଗ୍ଭରିଆଡ଼େ ପ୍ରଗ୍ଭରିତ ହୋଇଗଲା ଯେ ରାଜା ନଗରଦ୍ୱାର ନିକଟରେ ବସିଛନ୍ତି। ତେଣୁ ସମସ୍ତ ଲୋକ ରାଜା ଦାଉଦଙ୍କୁ ଦେଖିବାକୁ ଆସିଲେ। ଏଥି ମଧ୍ୟରେ ସମସ୍ତ ଇସ୍ରାଏଲୀୟ, ଯେଉଁମାନେ ଅବଶାଲୋମକୁ ଅନୁସରଣ କରୁଥିଲେ, ନିଜ ନିଜ ତମ୍ବୁକୁ ପଳାୟନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ରାଜା ଉଠି ନଗର-ଦ୍ୱାରରେ ବସିଲେ। ସେତେବେଳେ ସମସ୍ତ ଲୋକଙ୍କୁ କୁହାଗଲା, ଦେଖ, ରାଜା ନଗର-ଦ୍ୱାରରେ ବସିଅଛନ୍ତି; ତହୁଁ ସମସ୍ତ ଲୋକ ରାଜାଙ୍କ ସମ୍ମୁଖକୁ ଆସିଲେ। ଏଥିମଧ୍ୟରେ ଇସ୍ରାଏଲର ପ୍ରତ୍ୟେକ ଲୋକ ଆପଣା ଆପଣା ତମ୍ବୁକୁ ପଳାଇ ଯାଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ରାଜା ଉଠି ନଗର ଦ୍ୱାରରେ ବସିଲେ। ସେତେବେଳେ ସମସ୍ତ ଲୋକଙ୍କୁ କୁହାଗଲା, “ଦେଖ, ରାଜା ନଗର ଦ୍ୱାରରେ ବସିଅଛନ୍ତି;” ତହୁଁ ସମସ୍ତ ଲୋକ ରାଜାଙ୍କ ସମ୍ମୁଖକୁ ଆସିଲେ। ଏଥି ମଧ୍ୟରେ ଇସ୍ରାଏଲର ପ୍ରତ୍ୟେକ ଲୋକ ଆପଣା ଆପଣା ତମ୍ବୁକୁ ପଳାଇ ଯାଇଥିଲେ।