2 Samuel 4:7 — Compare Translations
4 translations compared side by side
Odia - 1840
"ସହେି ସମୟରେ ରେଖବ୍ ଓ ବାନା ତାଙ୍କର ପଟେ ରେ ଖଡ୍ଗ ଭୂଷି ହତ୍ଯା କଲେ ଓ ତାଙ୍କର ମକ୍ସ୍ଟଣ୍ତ କାଟି ତାଙ୍କ ସହିତ ନଇେ ଆସିଲେ। ସମାନେେ ୟର୍ଦ୍ଦନ ଉପତ୍ୟକା ଦଇେ ରାତିସାରା ଚାଲିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
(ଘଟଣା) ଏରୂପ ହେଲା ଯେ, ସେମାନେ ଗୃହ ଭିତରକୁ ଆସି ସେ ଆପଣା ଶୟନ ଗୃହରେ ଶଯ୍ୟା ଉପରେ ଶୋଇଥିବା ବେଳେ ତାହାକୁ ଆଘାତ କରି ବଧ କଲେ ଓ ତାହାର ମସ୍ତକ କାଟି ସେହି ମସ୍ତକ ନେଇ ପଦାଭୂମିର ପଥ ଦେଇ ରାତ୍ରିଯାକ ଗମନ କଲେ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
(ଘଟଣା) ଏରୂପ ହେଲା ଯେ, ସେମାନେ ଗୃହ ଭିତରକୁ ଆସି ସେ ଆପଣା ଶୟନ ଗୃହରେ ଶଯ୍ୟା ଉପରେ ଶୋଇଥିବା ସମୟରେ ତାହାକୁ ଆଘାତ କରି ବଧ କଲେ ଓ ତାହାର ମସ୍ତକ କାଟି ସେହି ମସ୍ତକ ନେଇ ଆରବା ନାମକ ଅର୍ଥାତ୍ ଯର୍ଦ୍ଦନ ଉପତ୍ୟକା ଦେଇ ରାତ୍ରିସାରା ଗମନ କଲେ।
Odia IRV 2017 (ଓଡିଆ ବାଇବେଲ)
(ଘଟଣା) ଏରୂପ ହେଲା ଯେ, ସେମାନେ ଗୃହ ଭିତରକୁ ଆସି ସେ ଆପଣା ଶୟନ ଗୃହରେ ଶଯ୍ୟା ଉପରେ ଶୋଇଥିବା ସମୟରେ ତାହାକୁ ଆଘାତ କରି ବଧ କଲେ ଓ ତାହାର ମସ୍ତକ କାଟି ସେହି ମସ୍ତକ ନେଇ ଆରାବା ନାମକ ଅର୍ଥାତ୍ ଯର୍ଦ୍ଦନ ଉପତ୍ୟକା ଦେଇ ରାତ୍ରିସାରା ଗମନ କଲେ।