2 Thessalonians 3:1 — Compare Translations
7 translations compared side by side
Odia - 1840
"ଭାଇ ଓ ଭଉଣୀମାନେ! ଏବେ ଆମ୍ଭ ପାଇଁ ପ୍ରାର୍ଥନା କର। ପ୍ରାର୍ଥନା କର, ଯେ ପ୍ରଭୁଙ୍କ ଶିକ୍ଷାଗୁଡ଼ିକ ଶୀଘ୍ର ପ୍ରସାରିତ ହବେ। ପ୍ରାର୍ଥନା କର, ତୁମ୍ଭମାନେେ ଯେଉଁଭଳି ସହେି ଶିକ୍ଷାକୁ ସମ୍ମାନ ଦଲେ, ଠିକ୍ ସହେିଭଳି ଲୋକେ ସହେି ଶିକ୍ଷାକୁ ସମ୍ମାନ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବଶେଷରେ, ହେ ଭାଇମାନେ, ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, ଯେପରି ପ୍ରଭୁଙ୍କ ବାକ୍ୟ ତୁମ୍ଭମାନଙ୍କ ମଧ୍ୟରେ ଯେରୂପେ, ସେହିରୂପେ ସର୍ବତ୍ର ଶୀଘ୍ର ବ୍ୟାପିଯାଇ ଗୌରବପ୍ରାପ୍ତ ହେବ,
Odia BSI (ପବିତ୍ର ବାଇବଲ (CL) NT (BSI))
ଭାଇମାନେ, ମୋର ଶେଷ କଥା, ଆମ ପାଇଁ ପ୍ରାର୍ଥନା କର - ତୁମ୍ଭମାନଙ୍କ ମଧ୍ୟରେ ଯେଭଳି ପ୍ରଭୁଙ୍କ ବାର୍ତ୍ତା ଦ୍ରୁତଗତିରେ ବ୍ୟାପିଯାଇଥିଲା, ତାହା ଯେପରି ସେହିଭଳି ସମାଦୃତ ହୋଇ ପ୍ରସାର ଲାଭ କରିବ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭ ପାଇଁ ପ୍ରାର୍ଥନା କର ଭାଇ ଓ ଭଉଣୀମାନେ! ଏବେ ଆମ୍ଭ ପାଇଁ ପ୍ରାର୍ଥନା କର। ପ୍ରାର୍ଥନା କର, ଯେ ପ୍ରଭୁଙ୍କ ଶିକ୍ଷାଗୁଡ଼ିକ ଶୀଘ୍ର ପ୍ରସାରିତ ହେବ। ପ୍ରାର୍ଥନା କର, ତୁମ୍ଭେମାନେ ଯେଉଁଭଳି ସେହି ଶିକ୍ଷାକୁ ସମ୍ମାନ ଦେଲ, ଠିକ୍ ସେହିଭଳି ଲୋକେ ସେହି ଶିକ୍ଷାକୁ ସମ୍ମାନ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶେଷରେ, ହେ ଭାଇମାନେ, ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, ଯେପରି ପ୍ରଭୁଙ୍କ ବାକ୍ୟ ତୁମ୍ଭମାନଙ୍କ ମଧ୍ୟରେ ଯେଉଁରୂପେ ବ୍ୟାପିଅଛି, ସେହିରୂପେ ସର୍ବତ୍ର ଶୀଘ୍ର ବ୍ୟାପିଯାଇ ଗୌରବପ୍ରାପ୍ତ ହେବ,
Odia IRV 2017 (ଓଡିଆ ବାଇବେଲ)
ଶେଷରେ, ହେ ଭାଇମାନେ, ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, ଯେପରି ପ୍ରଭୁଙ୍କ ବାକ୍ୟ ତୁମ୍ଭମାନଙ୍କ ମଧ୍ୟରେ ଯେପରି, ସେହିପରି ଚାରିଆଡ଼େ ଶୀଘ୍ର ବ୍ୟାପିଯାଇ ଗୌରବ ପାଇବ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಆಕ್ರಿಕ್ ಅಮ್ಚ್ಯಾ ಭಾವಾ-ಭೆನಿಯಾನು, ಅಮ್ಚ್ಯಾಸಾಟ್ನಿ ಮಾಗ್ನಿ ಕರಾ. ತುಮ್ಚ್ಯಾ ಮದ್ದಿ ಕಶೆ ಧನಿಯಾಚಿ ಖಬರ್ ಪಾವ್ಲಿ, ಅನಿ ತಿಕಾ ತುಮಿ ಕಶೆ ಮಾನ್ ದಿಲ್ಯಾಸಿ ತಸೆಚ್ ತಿ ಲಗ್ಗು-ಲಗ್ಗುನಾ ಸಗ್ಳ್ಯಾಕ್ಡೆ ಜಾವ್ನ್ ಪಾವುಂದಿ, ಅನಿ ತಿಕಾ ಮಾನ್ ದಿವ್ನ್ ಸ್ವಿಕಾರ್ ಕರಿ ಸರ್ಕೆ ಹೊಂವ್ದಿತ್.