2 Timothy 4:3 — Compare Translations

7 translations compared side by side

Odia - 1840
"ସମୟ ଆସୁଛି, ଯେତବେେଳେ ଲୋକେ ସତ୍ ଶିକ୍ଷା ଶୁଣିବେ ନାହିଁ। କିନ୍ତୁ ଲୋକେ ଅଧିକରୁ ଅଧିକ ନଜ ମନପସନ୍ଦ ଶିକ୍ଷା ସମାନଙ୍କେଠାରୁ ସଂଗ୍ରହ କରିବେ, ଯେଉଁମାନେ ସମାନଙ୍କେୁ ସନ୍ତୁଷ୍ଟ କଲାଭଳି କଥା କହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସମୟ ଆସିବ, ଯେତେବେଳେ ସେମାନେ ହିତଜନକ ଶିକ୍ଷା ସହ୍ୟ କରିବେ ନାହିଁ, ମାତ୍ର ଶ୍ରୁତିମଧୁର କଥାରେ ସନ୍ତୁଷ୍ଟ ହୋଇ ଅଭିଳାଷାନୁସାରେ ଆପଣାମାନଙ୍କ ନିମନ୍ତେ ବହୁସଂଖ୍ୟକ ଶିକ୍ଷକଙ୍କୁ ସଂଗ୍ରହ କରିବେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଦିନ ଆସିବ, ଯେତେବେଳେ ଲୋକେ ସତ୍ଶିକ୍ଷାକୁ କର୍ଣ୍ଣପାତ କରିବେ ନାହିଁ - ସେମାନେ କେବଳ ନିଜ ନିଜର ଅଭିଳାଷ ଚରିତାର୍ଥ କରିବା ପାଇଁ ଲାଳାୟିତ ହେବେ ଏବଂ ଏ ଦିଗରେ ସେମାନଙ୍କୁ ସମର୍ଥନ କରୁଥିବା ଭଣ୍ଡ ଶିକ୍ଷକମାନଙ୍କୁ ସେମାନେ ସ୍ୱାଗତ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ସମୟ ଆସୁଛି, ଯେତେବେଳେ ଲୋକେ ସ‌ତ୍‌‌ଶିକ୍ଷା ଶୁଣିବେ ନାହିଁ। କିନ୍ତୁ ଲୋକେ ଅଧିକରୁ ଅଧିକ ନିଜ ମନ ପସନ୍ଦ ଶିକ୍ଷା ସେମାନଙ୍କଠାରୁ ସଂଗ୍ରହ କରିବେ, ଯେଉଁମାନେ ସେମାନଙ୍କୁ ସନ୍ତୁଷ୍ଟ କଲାଭଳି କଥା କହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସମୟ ଆସିବ, ଯେତେବେଳେ ସେମାନେ ହିତଜନକ ଶିକ୍ଷା ସହି ପାରିବେ ନାହିଁ, ମାତ୍ର ଶ୍ରୁତିମଧୁର କଥାରେ ସନ୍ତୁଷ୍ଟ ହୋଇ ନିଜର ଅଭିଳାଷ ଅନୁସାରେ ନିଜ ନିଜ ନିମନ୍ତେ ଅନେକ ଶିକ୍ଷକଙ୍କୁ ସଂଗ୍ରହ କରିବେ,
Odia IRV 2017 (ଓଡିଆ ବାଇବେଲ)
କାରଣ ସମୟ ଆସିବ, ଯେତେବେଳେ ସେମାନେ ହିତଜନକ (ସତ୍ୟ) ଶିକ୍ଷା ସହି ପାରିବେ ନାହିଁ, ମାତ୍ର ଶ୍ରୁତିମଧୁର କଥାରେ ସନ୍ତୁଷ୍ଟ ହୋଇ ନିଜର ଅଭିଳାଷ ଅନୁସାରେ ନିଜ ନିଜ ନିମନ୍ତେ ଅନେକ ଶିକ୍ଷକଙ୍କୁ ସଂଗ୍ରହ କରିବେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲೊಕಾ ಖರೆ ಶಿಕಾಪ್ ಆಯಿಕ್ತಲೆ ಸೊಡುನ್ ದಿತಲೊ ಎಳ್ ಯೆತಾ, ತೆನಿ ಅಪ್ನಾಚ್ಯಾ ಬುರ್ಶ್ಯಾ ಯವ್ಜನ್ಯಾಂಚ್ಯಾ ಸರ್ಕೆ ಅಪ್ನಾಕ್ ಆಯ್ಕುಕ್ ಬರೆ ದಿಸ್ತಲೆ ಶಿಕ್ವುತಲ್ಯಾ ಸುಮಾರ್ ಲೊಕಾಕ್ನಿ ತೆನಿ ಶಿಕ್ವುಕ್ ಮನುನ್ ಥವ್ನ್ ಘೆತ್ಯಾತ್.