2 Timothy 4:8 — Compare Translations

7 translations compared side by side

Odia - 1840
"ଏବେ ବିଜୟ ମୁକୁଟ ମାେ ଅପେକ୍ଷା ରେ ଅଛି। ପରମେଶ୍ବରଙ୍କ ସହିତ ଧାର୍ମିକ ହାଇେଥିବାରୁ ମୁଁ ସହେି ମୁକୁଟଟି ପାଇବି। ପ୍ରଭୁ ନ୍ଯାୟପୂର୍ଣ୍ଣ ଭାବରେ ବିଚାର କରନ୍ତି। ସହେି ମହାଦିନ ରେ299 ସେ ମାେତେ ବିଜୟ ମୁକୁଟ ପିନ୍ଧାଇବେ। କବଳେ ମାେତେ ନୁହେଁ, ଯେଉଁମାନେ ତାହାଙ୍କର ଆଗମନ ଓ ତାହାଙ୍କୁ ଅପେକ୍ଷା କରୁଛନ୍ତି, ସମସ୍ତଙ୍କୁ ସେ ବିଜୟ ମୁକୁଟ ପିନ୍ଧାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଦ୍ୟାବଧି ମୋʼ ନିମନ୍ତେ ଧାର୍ମିକତାର ମୁକୁଟ ରଖାଯାଇଅଛି, ତାହା ସେହି ମହାଦିନରେ ନ୍ୟାୟବାନ ବିଚାରକର୍ତ୍ତା ପ୍ରଭୁ ମୋତେ ଦେବେ, ପୁଣି କେବଳ ମୋତେ ନୁହେଁ, ମାତ୍ର ଯେତେ ଲୋକ ତାହାଙ୍କ ଆଗମନକୁ ପ୍ରିୟଜ୍ଞାନ କରନ୍ତି, ସେସମସ୍ତଙ୍କୁ ଦେବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏବେ ମୋର ଧର୍ମପରାୟଣତା ପାଇଁ ବିଜୟର ପୁରସ୍କାର ଗଚ୍ଛିତ ଅଛି। ନିର୍ଦ୍ଦିଷ୍ଟ ଦିବସରେ ନ୍ୟାୟବାନ ବିଚାରପତି ପ୍ରଭୁ ନିଜେ ମୋତେ ସେହି ପୁରସ୍କାର ପ୍ରଦାନ କରିବେ - କେବଳ ମୋତେ ନୁହେଁ; ପ୍ରେମ ଭକ୍ତି ସହ ଯେଉଁମାନେ ତାଙ୍କ ଆଗମନର ଅପେକ୍ଷା କରନ୍ତି, ସମସ୍ତେ ଏହି ପୁରସ୍କାର ଲାଭ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ଏବେ ବିଜୟ ମୁକୁଟ ମୋ’ ଅପେକ୍ଷାରେ ଅଛି। ପରମେଶ୍ୱରଙ୍କ ସହିତ ଧାର୍ମିକ ହୋଇଥିବାରୁ ମୁଁ ସେହି ମୁକୁଟଟି ପାଇବି। ପ୍ରଭୁ ନ୍ୟାୟପୂର୍ଣ୍ଣ ଭାବରେ ବିଗ୍ଭର କରନ୍ତି। ସେହି ମହାଦିନରେ ସେ ମୋତେ ବିଜୟ ମୁକୁଟ ପିନ୍ଧାଇବେ। କେବଳ ମୋତେ ନୁହେଁ, ଯେଉଁମାନେ ତାହାଙ୍କର ଆଗମନ ଓ ତାହାଙ୍କୁ ଅପେକ୍ଷା କରୁଛନ୍ତି, ସମସ୍ତଙ୍କୁ ସେ ବିଜୟ ମୁକୁଟ ପିନ୍ଧାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବର୍ତ୍ତମାନ ମୋ ନିମନ୍ତେ ଧାର୍ମିକତାର ମୁକୁଟ ରଖାଯାଇଅଛି, ତାହା ସେହି ମହାଦିନରେ ନ୍ୟାୟବାନ୍ ବିଚାରକର୍ତ୍ତା ପ୍ରଭୁ ମୋତେ ଦେବେ, ପୁଣି, କେବଳ ମୋତେ ନୁହେଁ, ମାତ୍ର ଯେତେ ଲୋକ ତାହାଙ୍କ ଆଗମନକୁ ଆଗ୍ରହରେ ଅପେକ୍ଷା କରନ୍ତି, ସେ ସମସ୍ତଙ୍କୁ ଦେବେ।
Odia IRV 2017 (ଓଡିଆ ବାଇବେଲ)
ବର୍ତ୍ତମାନ ମୋ ନିମନ୍ତେ ଧାର୍ମିକତାର ମୁକୁଟ ରଖାଯାଇଅଛି, ତାହା ସେହି ମହାଦିନରେ ନ୍ୟାୟବାନ୍ ବିଚାରକର୍ତ୍ତା ପ୍ରଭୁ ମୋତେ ଦେବେ, ପୁଣି, କେବଳ ମୋତେ ନୁହେଁ, ମାତ୍ର ଯେତେ ଲୋକ ତାହାଙ୍କ ଆଗମନକୁ ଆଗ୍ରହରେ ଅପେକ୍ଷା କରନ୍ତି, ସେ ସମସ୍ତଙ୍କୁ ଦେବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಅತ್ತಾ ಬರ್‍ಯಾ ವಾಟೆನ್ ಚಲಲ್ಲ್ಯಾಕ್ನಿ ಮನುನ್ ದಿತಲೆ ಭೊಮಾನ್, ಬರ್‍ಯಾ ರಿತಿನ್ ಝಡ್ತಿ ಕರ್‍ತಲೊ ಧನಿ; ತ್ಯಾ ದಿಸಿ ಮಾಕಾ ದಿತಾ ಮನುನ್ ಮಿಯಾ ವಾಟ್ ಬಗುನ್ಗೆತ್ ಹಾವ್. ಖಾಲಿ ಮಾಕಾ ಯೆವ್ಡೆಚ್ ನ್ಹಯ್, ತೊ ಪ್ರತ್ಯೆಕ್ಷ್ ಹೊತಲ್ಯಾಕ್ ಪ್ರೆಮಾನಿ ರಾಕುನ್ಗೆತ್ ಅಸಲ್ಲ್ಯಾ ಸಗ್ಳ್ಯಾಕ್ನಿಬಿ ತೊ ದಿತಾ.