Acts 13:11 — Compare Translations

7 translations compared side by side

Odia - 1840
"ଏବେ ଦେଖ, ତୁମ୍ଭ ଉପରେ ପ୍ରଭୁଙ୍କର ହାତ ଅଛି। ତୁମ୍ଭେ ଅନ୍ଧ ହାଇଯେିବ ଓ କିଛି ସମୟ ପାଇଁ ସୂର୍ୟ୍ଯ ଆଲୁଅ ମଧ୍ଯ ଦେଖି ପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଏବେ ଦେଖ, ପ୍ରଭୁଙ୍କର ହସ୍ତ ତୁମ୍ଭ ଉପରେ ରହିଅଛି, ତୁମ୍ଭେ ଅନ୍ଧ ହୋଇ କେତେକ ସମୟ ପର୍ଯ୍ୟନ୍ତ ସୂର୍ଯ୍ୟ ଦେଖିବ ନାହିଁ । ସେହିକ୍ଷଣି କୁହୁଡ଼ି ଓ ଅନ୍ଧକାର ତାକୁ ଘୋଡ଼ାଇ ପକାଇଲା, ତେଣୁ ତାକୁ ହାତ ଧରି ବାଟ କଢ଼ାଇବା ନିମନ୍ତେ ସେ ଏଣେତେଣେ ଦରାଣ୍ତି ଲୋକ ଖୋଜିବାକୁ ଲାଗିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ବର୍ତ୍ତମାନ ତୁ ଈଶ୍ୱରଙ୍କ ହସ୍ତରେ ଦଣ୍ଡିତ ହେବୁ। ତୁ ଅନ୍ଧ ହୋଇ କିଛି ସମୟ ପର୍ଯ୍ୟନ୍ତ ଦିବସରେ ଆଲୋକ ଦେଖିପାରିବୁ ନାହିଁ।” ସେହିକ୍ଷଣି ଏଲୀମାସର ଚକ୍ଷୁ ଘନ କୁହୁଡ଼ିରେ ଆଚ୍ଛନ୍ନ ହେବା ଭଳି ସେ ଅନୁଭବ କଲା ଓ ତା’ର ହାତ ଧରି ବାଟ କଢ଼ାଇ ନେବା ପାଇଁ ଜଣକୁ ଖୋଜିବାକୁ ଲାଗିଲା।
Odia Bible ERV 2004 (ପବିତ୍ର ବାଇବଲ)
ଏବେ ଦେଖ, ତୁମ୍ଭ ଉପରେ ପ୍ରଭୁଙ୍କର ହାତ ଅଛି। ତୁମ୍ଭେ ଅନ୍ଧ ହୋଇଯିବ ଓ କିଛି ସମୟ ପାଇଁ ସୂର୍ଯ୍ୟ ଆଲୁଅ ମଧ୍ୟ ଦେଖି ପାରିବ ନାହିଁ।” ପ୍ରକୃତରେ ଅଲ୍ଲୀମାଙ୍କୁ ହଠାତ୍ ସବୁ ଅନ୍ଧାର ଦେଖାଗଲା ଓ ସେ ଏଣେତେଣେ ଅଣ୍ଡାଳି ହେବାକୁ ଲାଗିଲେ। ସେ ଅନ୍ଧାରରେ ଅଣ୍ଡାଳି ଅଣ୍ଡାଳି ଗୋଟିଏ ଲୋକ ଖୋଜିଲେ, ଯିଏ କି ତାହାଙ୍କ ହାତ ଧରି ବାଟ ଦେଖାଇ ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଏବେ ଦେଖ, ପ୍ରଭୁଙ୍କର ହସ୍ତ ତୁମ୍ଭ ଉପରେ ରହିଅଛି, ତୁମ୍ଭେ ଅନ୍ଧ ହୋଇ କେତେକ ସମୟ ପର୍ଯ୍ୟନ୍ତ ସୂର୍ଯ୍ୟ ଦେଖିବ ନାହିଁ। ସେହିକ୍ଷଣି କୁହୁଡ଼ି ଓ ଅନ୍ଧକାର ତାହାକୁ ଘୋଡ଼ାଇ ପକାଇଲା, ତେଣୁ ତାହାକୁ ହାତ ଧରି ବାଟ କଢ଼ାଇବା ନିମନ୍ତେ ସେ ଏଣେ-ତେଣେ ଦରାଣ୍ଡି ଲୋକ ଖୋଜିବାକୁ ଲାଗିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ଏବେ ଦେଖ, ପ୍ରଭୁଙ୍କର ହସ୍ତ ତୁମ୍ଭ ଉପରେ ରହିଅଛି, ତୁମ୍ଭେ ଅନ୍ଧ ହୋଇ କେତେକ ସମୟ ପର୍ଯ୍ୟନ୍ତ ସୂର୍ଯ୍ୟ ଦେଖିବ ନାହିଁ । ସେହିକ୍ଷଣି କୁହୁଡ଼ି ଓ ଅନ୍ଧକାର ତାହାକୁ ଘୋଡ଼ାଇପକାଇଲା, ତେଣୁ ତାହାକୁ ହାତ ଧରି ବାଟ କଢ଼ାଇବା ନିମନ୍ତେ ସେ ଏଣେ ତେଣେ ଦରାଣ୍ଡି ଲୋକ ଖୋଜିବାକୁ ଲାଗିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಬಕ್, ಧನಿಯಾ ಹಾತ್ ತುಕಾ ವೈರ್ ಹೊವ್ನ್ ಉಟೈತಿಲ್,ಉಲ್ಲೊ ಯೆಳ್ ತುಕಾ ಕಾಯ್ಬಿ ದಿಸಿನಾ, ತಿಯಾ ಕುಡ್ಡೊ ಹೊತೈ, ದಿಸಾಚೊ ಉಜ್ವೊಡ್ಬಿ ತಿಯಾ ಬಗುಕ್ ಹೊಯ್ನಾ ಮಟ್ಲ್ಯಾನ್ ತನ್ನಾ ತಾಬೊಡ್ತೊಬ್ ಎಲಿಯಾಕ್ ಸಗ್ಳೆಬಿ ಕಾಳೊಕ್ ಹೊವ್ನ್ ಗೆಲೆ, ಕೊನ್ ತರ್ ಬಿ ಅಪ್ನಾಕ್ ಹಾತ್ ಧರುನ್ ಚಲ್ವುಂದಿತ್ ಮನುನ್ ತಳ್ಮಳ್ಲ್ಯಾನ್.