Acts 13:34 — Compare Translations
7 translations compared side by side
Odia - 1840
"ପରମେଶ୍ବର ଯୀଶୁଙ୍କୁ ମୃତ୍ଯୁରୁ ପୁନରୁତ୍ଥିତ କଲେ, ଯେପରି ତାହାଙ୍କର ଶରୀର ପୁଣିଥରେ କବରପ୍ରାପ୍ତ ହାଇେ କ୍ଷୟ ନହୁଏ। ଏ ବିଷୟ ରେ ସେ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଯେ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି; ପୁଣି, ସେ ଯେ ଆଉ କ୍ଷୟସ୍ଥାନକୁ ଫେରିବେ ନାହିଁ, ଏବିଷୟରେ ସେ ଏହିପ୍ରକାର କହିଅଛନ୍ତି, ଆମ୍ଭେ ଦାଉଦଙ୍କ ନିକଟରେ ପ୍ରତିଜ୍ଞାତ ପବିତ୍ର ଓ ଅଟଳ ଆଶୀର୍ବାଦସବୁ ତୁମ୍ଭମାନଙ୍କୁ ପ୍ରଦାନ କରିବା ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି ସମାଧିରେ କ୍ଷୟପ୍ରାପ୍ତ ହେବାକୁ ଛାଡ଼ି ନ ଦେଇ ତାଙ୍କୁ ମୃତ୍ୟୁରୁ ଉତ୍ଥାପିତ କରିବା ପାଇଁ ଈଶ୍ୱର ଏହି କଥା କହିଥିଲେ; ‘ଦାଉଦଙ୍କୁ ଦେଇଥିବା ପ୍ରତିଜ୍ଞା ଅନୁସାରେ ମୁଁ ତୁମକୁ ପବିତ୍ର ଓ ନିଶ୍ଚିତ ଆଶୀର୍ବାଦ ଦାନ କରିବି।’
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଯୀଶୁଙ୍କୁ ମୃତ୍ୟୁରୁ ପୁନରୁତ୍ଥିତ କଲେ, ଯେପରି ତାହାଙ୍କର ଶରୀର ପୁଣି ଥରେ କବରପ୍ରାପ୍ତ ହୋଇ କ୍ଷୟ ନ ହୁଏ। ଏ ବିଷୟରେ ସେ କହିଲେ, ‘ମୁଁ ଦାଉଦଙ୍କ ନିକଟରେ ପ୍ରତିଜ୍ଞା କରିଥିବା ପବିତ୍ର ଓ ପ୍ରକୃତ ଆର୍ଶୀବାଦ ତୁମ୍ଭମାନଙ୍କୁ ଦେବି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଯେ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି; ପୁଣି, ସେ ଯେ ଆଉ କ୍ଷୟସ୍ଥାନକୁ ଫେରିବେ ନାହିଁ, ଏହି ବିଷୟରେ ସେ ଏହି ପ୍ରକାର କହିଅଛନ୍ତି, “‘ଆମ୍ଭେ ଦାଉଦଙ୍କ ନିକଟରେ ପ୍ରତିଜ୍ଞାତ ପବିତ୍ର ଓ ଅଟଳ ଆଶୀର୍ବାଦ ସବୁ ତୁମ୍ଭମାନଙ୍କୁ ପ୍ରଦାନ କରିବା।’
Odia IRV 2017 (ଓଡିଆ ବାଇବେଲ)
ସେ ଯେ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି; ପୁଣି, ସେ ଯେ ଆଉ କ୍ଷୟସ୍ଥାନକୁ ଫେରିବେ ନାହିଁ, ଏବିଷୟରେ ସେ ଏହି ପ୍ରକାର କହିଅଛନ୍ତି, ଆମ୍ଭେ ଦାଉଦଙ୍କ ନିକଟରେ ପ୍ରତିଜ୍ଞାତ ପବିତ୍ର ଓ ଅଟଳ ଆଶୀର୍ବାଦ ସବୁ ତୁମ୍ଭମାନଙ୍କୁ ପ୍ରଦାନ କରିବା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ದೆವಾನ್ ಸಾಂಗ್ತಲೆ ಕಾಯ್ ಮಟ್ಲ್ಯಾರ್, ಮಿಯಾ ದಾವಿದಾಕ್ ಕರಲ್ಲಿ ಖರ್ಯ್ಯಾಚಿ ಗೊಸ್ಟಿಯಾ ಅನಿ ಪವಿತ್ರ್ ಹೊವ್ನ್ ಹೊತ್ತಿ ಗೊಸ್ಟಿಯಾ ದಾಕ್ವುತಾ.