Acts 17:18 — Compare Translations

7 translations compared side by side

Odia - 1840
"ତେଣୁ କେତକେ ଏପିକୂରୀୟ ଓ ସ୍ତୋଯିକ ଦାର୍ଶନିକମାନେ ତାହାଙ୍କ ସହିତ ୟୁକ୍ତିତର୍କ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଏପିକୂରୀୟ ଓ ସ୍ତୋୟିକ କେତେକ ଦାର୍ଶନିକ ମଧ୍ୟ ତାଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ, ପୁଣି କେହି କେହି କହିଲେ, ଏ ବାଚାଳଟା କଅଣ କହିବାକୁ ଇଚ୍ଛା କରୁଅଛି? ଆଉ କେହି କେହି କହିଲେ, ସେ ଅଜଣା ଦେବତାମାନଙ୍କର ପ୍ରଚାରକ ହେଲା ପରି ଜଣାଯାଉଅଛି; କାରଣ ସେ ଯୀଶୁ ଓ ପୁନରୁତ୍ଥାନ ବିଷୟକ ସୁସମାଚାର ପ୍ରଚାର କରୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କେତେକ “ଏପିକ୍ୟୁରିଆନ୍ ଓ ଷ୍ଟୋଇକ୍” ଶିକ୍ଷା ଗୁରୁମାନଙ୍କ ସହିତ ତାଙ୍କର ଯୁକ୍ତିତର୍କ ହେଲା। ସେମାନଙ୍କ ମଧ୍ୟରୁ କେତେକ କହିଲେ, “ଏ ନିର୍ବୋଧ ବଚାଳ କଅଣ କହିବାକୁ ଚେଷ୍ଟା କରୁଛି?” ଅନ୍ୟମାନେ କହିଲେ, “ବିଦେଶୀୟ ଦେବତାମାନଙ୍କ ବିଷୟରେ ସେ ପ୍ରଚାର କରିବା ପରି ମନେ ହେଉଛି।” ଯୀଶୁ ଓ ତାଙ୍କର ପୁନରୁତ୍ଥାନ ବିଷୟରେ ପାଉଲ ପ୍ରଚାର କରୁଥିବାର ଶୁଣି ସେମାନେ ଏହା କହିଲେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ କେତେକ ଏପିକୂରୀୟ ଓ ସ୍ତୋୟିକ ଦାର୍ଶନିକମାନେ ତାହାଙ୍କ ସହିତ ଯୁକ୍ତିତର୍କ କଲେ। ସେମାନଙ୍କ ଭିତରୁ କେତେକ କହିଲେ, “ଏ ଲୋକଟି କ’ଣ କହୁଛି ତାହା ସେ ଜାଣେ ନାହିଁ?” ପାଉଲ ସେମାନଙ୍କୁ ଯୀଶୁଙ୍କ ମୃତ୍ୟୁରୁ ପୁନରୁ‌‌ତ୍‌‌ଥାନ ସୁସମାଗ୍ଭର ସମ୍ବନ୍ଧରେ କହୁଥିଲେ। ଅନ୍ୟମାନେ କହିଲେ, “ଦେଖ, ଏ ଲୋକଟି କୌଣସି ବିଦେଶୀ ଦେବାଦେବୀଙ୍କ ବିଷୟରେ କହୁଛି। ସେମାନେ ଏପରି କହିଲେ, କାରଣ ପାଉଲ ଯୀଶୁ ଓ ତାହାଙ୍କର ମୃତ୍ୟୁରୁ ପୁନର୍ଜୀବିତ ହୋଇ ଉଠିବା କଥା ପ୍ରଗ୍ଭର କରୁଥିଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଏପିକୂୂରୀୟ ଓ ସ୍ତୋୟିକ ଦର୍ଶନଶାସ୍ତ୍ରର କେତେକ ଦାର୍ଶନିକ ମଧ୍ୟ ତାହାଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ, ପୁଣି, କେହି କେହି କହିଲେ, ଏ ବାଚାଳଟା କଅଣ କହିବାକୁ ଇଚ୍ଛା କରୁଅଛି? ଆଉ କେହି କେହି କହିଲେ, ସେ ଅଜଣା ଦେବତାମାନଙ୍କର ପ୍ରଚାରକ ହେଲା ପରି ଜଣାଯାଉଅଛି; କାରଣ ସେ ଯୀଶୁ ଓ ପୁନରୁତ୍ଥାନ ବିଷୟକ ସୁସମାଚାର ପ୍ରଚାର କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଏପିକୂୂରୀୟ ଓ ସ୍ତୋୟିକ କେତେକ ଦାର୍ଶନିକ ମଧ୍ୟ ତାହାଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ, ପୁଣି, କେହି କେହି କହିଲେ, ଏ ବାଚାଳଟା କ'ଣ କହିବାକୁ ଇଚ୍ଛା କରୁଅଛ? ଆଉ କେହି କେହି କହିଲେ, ସେ ଅଜଣା ଦେବତାମାନଙ୍କର ପ୍ରଚାରକ ହେଲା ପରି ଜଣାଯାଉଅଛି; କାରଣ ସେ ଯୀଶୁ ଓ ପୁନରୁତ୍ଥାନ ବିଷୟକ ସୁସମାଚାର ପ୍ରଚାର କରୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಪಿ ಕೊರಿಯಾ ಅನಿ ಸ್ಥೊಯಿಕ್ ತತ್ವ್ ಜ್ಞಾನಿತ್ನಿ ಥೊಡ್ಯಾ ಲೊಕಾನಿ ಪಾವ್ಲು ವಾಂಗ್ಡಾ ವಾದ್ ಕರುನ್, ಹ್ಯೊ ಮಾನುಸ್ ದುಶ್ರ್ಯಾ ದೆಶಾಚ್ಯಾ ದೆವಾಚ್ಯಾ ವಿಶಯಾತ್ ಬೊಲುಲ್ಲಾ ಮಟ್ಲ್ಯಾನಿ, ಕಶ್ಯಾಕ್ ಮಟ್ಲ್ಯಾರ್, ತೊ ಜೆಜುಚ್ಯಾ ಪರ್ತುನ್ ಝಿತ್ತೊ ಹೊತಲ್ಯಾ ವಿಶಯಾತ್ ಬೊಲುಲಾಗಲ್ಲೊ.